Posted inଜାତୀୟ

‘ଆମ ସମ୍ପତ୍ତି ନଷ୍ଟ କଲେ ପରିଣାମ ଭୟଙ୍କର ହେବ’

ନୂଆଦିଲ୍ଲୀ,୩।୭: ପାକିସ୍ତାନ ଯଦି ଡ୍ରୋନ୍‌ ଆକ୍ରମଣ କରିବାକୁ ଉଦ୍ୟମ କରେ କିମ୍ବା ହାଇବ୍ରିଡ୍‌ ଓ୍ବାରଫେୟାରରେ ଭାରତୀୟ ସାମରିକ ଘାଟିକୁ ଟାର୍ଗେଟ କରେ ତେବେ ଏହାର ଠିକଣା ଜବାବ ଦିଆଯିବ। ଏଭଳି ଚେତାବନୀ ଦେଇଛନ୍ତି ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ (ସିଡିଏସ୍‌) ଜେନେରାଲ ବିପିନ ରାଓ୍ବତ । ଜୁନ୍‌ ୨୭ରେ ଜମ୍ମୁସ୍ଥିତ ବାୟୁସେନା ଘାଟି ଉପରେ ହୋଇଥିବା ବିସ୍ଫୋରଣରେ ଡ୍ରୋନ୍‌ ବ୍ୟବହାର କରାଯାଇଥିଲା। ଆଙ୍କବାଦୀମାନେ ପାକିସ୍ତାନରୁ ଏହି ଆକ୍ରମଣ କରିଥିଲେ ନା ସ୍ଥାନୀୟ ଅଞ୍ଚଳରୁ ହୋଇଥିଲା ତାହାର ତଦନ୍ତ ଚାଲିଛି। ଆକ୍ରମଣର ଉଦ୍ଦେଶ୍ୟ ଏପର୍ଯ୍ୟନ୍ତ ଜଣାପଡି ନାହିଁ। ପାକିସ୍ତାନ ଯଦି ଆମ ସମ୍ପତ୍ତି ନଷ୍ଟ କରିବାକୁ ଉଦ୍ୟମ କରେ ତେବେ ଭାରତୀୟ ସେନାର ଜବାବ ଭୟଙ୍କର ହେବ ବୋଲି ଜେନେରାଲ ରାଓ୍ବତ୍‌ ଚେତାଇ ଦେଇଛନ୍ତି। ଏଥିପାଇଁ ଯବାନମାନେ ପ୍ରସ୍ତୁତ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ଦମ୍ପତିଙ୍କ ସହ ଚାଲିଗଲା ୪ ଜୀବନ, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୧୪ା୯: ମଣିପୁରର ତାମେଙ୍ଗଲୋଙ୍ଗ ଜିଲାରେ ରବିବାର ୨ଟି ଘଟଣାରେ ସଶସ୍ତ୍ର ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ ୬ ବର୍ଷର ବାଳକ ଆହତ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ

ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ…

ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା: ତିରିଂ ହାଇସ୍କୁଲ ପ୍ରଧାନଶିକ୍ଷକ ଗୁରୁତର

ରାଇରଙ୍ଗପୁର, ୧୪।୯ (ମାନସ ରଞ୍ଜନ ମହାନ୍ତି): ବହଳଦା ଥାନା ଅନ୍ତର୍ଗତ ରାଇରଙ୍ଗପୁର-ଟାଟା ଜାତୀୟ ରାଜପଥ ୨୨୦ ନମ୍ବର କାଦୁଆଣି-ବାସିଙ୍ଗୀ ମଧ୍ୟରାସ୍ତା ତିତିଲି ଢାବା ନିକଟରେ ସୋମବାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?