ହେଲମେଟ୍‌ର ଓଜନ ଦେଢ଼ କିଲୋରୁ ଊର୍ଦ୍ଧ୍ୱ ହେଲେ ଲାଗିପାରେ ଜରିମାନା!

ଭୋପାଳ,୧୮।୮: ମଧ୍ୟପ୍ରଦେଶରେ ଟ୍ରାଫିକ୍‌ ନିୟମ ଏବେ କଡ଼ାକଡ଼ି ହେବାକୁ ଯାଉଛି। ପରିବହନ ବିଭାଗ, ନାପଟୋଲ ଓ ଟ୍ରାଫିକ୍‌ ପୋଲିସ ମିଳିତ ଭାବେ ଏବେ ସ୍ବତନ୍ତ୍ର ଯାଞ୍ଚ ଅଭିଯାନ ସମୟରେ ହେଲମେଟ୍‌ର ଓଜନ ମଧ୍ୟ ଯାଞ୍ଚ କରିବେ। ଏଥିପାଇଁ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଯାଇଛି। ଯଦି କୌଣସି ବ୍ୟକ୍ତି ୧ କିଲୋ ୨୦୦ଗ୍ରାମ୍‌ରୁ ଊର୍ଦ୍ଧ୍ୱ ଓଜନର ହେଲମେଟ୍‌ ପିନ୍ଧନ୍ତି ତେବେ ତାଙ୍କୁ ୧ ହଜାର ଟଙ୍କା ଜରିମାନା ଦେବାକୁ ପଡ଼ିବ। ନିକଟରେ ସଡ଼କ ପରିବହନ ଓ ରଜପଥ ମନ୍ତ୍ରଣାଳୟ ପକ୍ଷରୁ ଏକ ବିଜ୍ଞାପ୍ତି ଜାରି କରାଯାଇଛି। ଯାହା ଦ୍ୱାରା ଗୋଟିଏ ମାନର ହେଲମେଟ୍‌ ବ୍ରିକ୍ରି ହୋଇପାରିବ। ଏପର୍ଯ୍ୟନ୍ତ ହେଲମେଟକୁ ନେଇ କୌଣସି ନିୟମ ନ ଥିଲା। ଏଥିପାଇଁ କମ୍ପାନୀଗୁଡ଼ିକ ନିଜ ମନ ମୁତାବକ ସବ୍‌ ଷ୍ଟାଣ୍ଡାର୍ଡର ହେଲମେଟ ନିର୍ମାଣ କରୁଥିଲେ। କିନ୍ତୁ ପରିବହନ ମନ୍ତ୍ରଣାଳୟ ଏହାକୁ ବ୍ୟୁରୋ ଅଫ୍‌ ଷ୍ଟାଣ୍ଡାର୍ଡର ବାଧ୍ୟତାମୂଳକ ତାଲିକାରେ ସାମିଲ କରିଛି। ବର୍ତ୍ତମାନ ହେଲମେଟର ଓଜନ ୧ କିଲୋ ୨୦୦ଗ୍ରାମ୍‌ରୁ ଅଧିକ ହେବ ନାହିଁ। ଟ୍ରାଫିକ୍‌ ପୋଲିସ କେବଳ ହେଲମେଟ ପିନ୍ଧି ନ ଥିବା ବ୍ୟକ୍ତିଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଥିଲା। କିନ୍ତୁ ଏବେ ସବ୍‌ ଷ୍ଟାଣ୍ଡାର୍ଡର ହେଲମେଟ୍‌ର ମଧ୍ୟ ଯାଞ୍ଚ କରାଯିବ। ଯେଉଁ କମ୍ପାନୀ ସବ୍‌-ଷ୍ଟାଣ୍ଡାର୍ଡର ହେଲମେଟ ତିଆରି କରୁଥିବେ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏଥିସହ କମ୍ପୀନୀ ଉପରେ ୨ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜରିମାନା ଏବଂ ୬ମାସର ଜେଲ୍‌ ଦଣ୍ଡ ମଧ୍ୟ ଭୋଗିବାକୁ ପଡ଼ିପାରେ। ରାଜ୍ୟରେ ଏହି ନିୟମ ଲାଗୁ ହେବା ପରେ ଗାଡ଼ି ଚାଳକଙ୍କୁ ହାଲୁକା ହେଲମେଟ ବ୍ୟବହାର କରିବାକୁ ପଡ଼ିବ। ତେବେ ପରିବହନ ବିଭାଗ ମାନ ଅନୁସାରେ ଏହି ନୂତନ ହେଲମେଟ୍‌ରେ ଭେଣ୍ଟିଲେଟର ରହିବ। ଯାହାଦ୍ୱାରା ଲୋକମାନଙ୍କୁ ନିଶ୍ୱାସ ନେବାରେ ଅସୁବିଧା ହେବ ନାହିଁ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ପୁରୁଷୋତ୍ତମପୁର ରଥଯାତ୍ରା ନେଇ ପୋଲିସର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୨ା୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ରଥଯାତ୍ରାର ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଆଇଆଇସି କୁଳମଣିସେଠୀଙ୍କ ତତ୍ତ୍ୱାବଧାନରେ ରବିବାର ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri