‘ମହିଳାମାନେ ସଚେତନ ହେଲେ ପରିବାର ଦିବ୍ୟ ହେବ’

ଭଞ୍ଜନଗର,୧୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଶ୍ରୀଅରବିନ୍ଦ ଶକ୍ତିପୀଠ ପରିସରରେ ରବିବାର ଲାଲସିଂ ଆନନ୍ଦମୟୀ ମହିଳା ପାଠଚକ୍ରର ୨୩ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲାର ବିଭିନ୍ନ ପାଠଚକ୍ରରୁ ଶତାଧିକ ମହିଳା କର୍ମକର୍ତ୍ତା ଯୋଗ ଦେଇଥିଲେ। ସାବୁଳିଆ ପାଠଚକ୍ରର ବରିଷ୍ଠ କର୍ମକର୍ତ୍ତା ଗୀତାଞ୍ଜଳି ସେନାପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ମାତୃ ପତାକା ଉତ୍ତୋଳନ କରିଥିଲେ। କବିସୂର୍ଯ୍ୟନଗର ପାଠଚକ୍ରର ସରୋଜୁ ଅପା, ଭୁବନେଶ୍ୱରରୁ ଆସିଥିବା ପଙ୍କଜିନି ସେନାପତି ଅତିଥି ଭାବେ ଯୋଗ ଦେଇଥିଲେ।
ଆଧ୍ୟାତ୍ମିକ ଶକ୍ତି ଦ୍ୱାରା ରୋଗ ନିବାରଣ, ମହିଳା ପାଠଚକ୍ର କାହିଁକି ଓ ତା’ର ଉଦ୍ଦେଶ୍ୟ ଉପରେ ଆଲୋଚନା ହୋଇଥିଲା। ପରିବାର ଚଳିବା ପାଇଁ ମହିଳାମାନଙ୍କ ଆବଶ୍ୟକତା ରହିଛି। ବର୍ତ୍ତମାନର ଯୁବପିଢ଼ି ଆଧ୍ୟାତ୍ମିକକୁ ଛାଡ଼ି ଆଧୁନିକତା ଉପରେ ଗୋଡ଼ାଇଛନ୍ତି। ଏହାଦାରା ଯୁବ ସମାଜ ପଥଭ୍ରଷ୍ଟ ହୋଇ ନିଜ ଭବିଷ୍ୟତକୁ ଅନ୍ଧକାରମୟକୁ ଠେଲି ଦେଉଛନ୍ତି। ସେମାନଙ୍କୁ ସଚେତନ କରି ସମାଜର ମୁଖ୍ୟସ୍ରୋତକୁ ଫେରାଇ ଆଣିବାକୁ ପଡ଼ିବ। ମହିଳାମାନେ ସଚେତନ ହେଲେ ପରିବାର ଦିବ୍ୟ ହେବ। ଆମେ ଅତିମାନସର ଯେଉଁ ସ୍ବପ୍ନ ଦେଖୁଛନ୍ତି ତାହା ସାକାର ହୋଇପାରିବ ବୋଲି ବକ୍ତାମାନେ କହିଥିଲେ।

ମଧୁସ୍ମିତା ସାହୁ ଦୁର୍ଗା ସ୍ତୋତ୍ର ପଠନ କରିଥିଲେ। ବାର୍ଷିକ ବିବରଣୀ ରତ୍ନ ମଞ୍ଜରୀ ପଣ୍ଡା ପଠନ କରିଥିବା ବେଳେ ଧ୍ୟାନ ପ୍ରାର୍ଥନା ପଙ୍କଜିନି ସେନାପତି କରିଥିଲେ । ଜ୍ୟୋତିର୍ମୟୀ ପ୍ରଧାନ ସଭାକୁ ସଂଯୋଜନା କରିଥିଲେ। ମାତୃ ବନ୍ଦନା ଆସିକା ପାଠଚକ୍ରର ପାଣ୍ଡବ ରେଡ୍ଡୀ ପଠନ କରିଥିବା ବେଳେ ସୁନନ୍ଦା ବେହେରା ଶେଷ ବନ୍ଦନା ପଠନ କରିଥିଲେ। ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ କୃତୀବାସ ବିଶାଳ, ପ୍ରାଧ୍ୟାପକ ବିଭାସ ଦାସ, ମ୍ୟାନେଜିଂ ଟ୍ରଷ୍ଟି ବି. ପ୍ରଧାନ, କୋଷାଧ୍ୟକ୍ଷ ରମେଶ ଚନ୍ଦ୍ର ବେହେରା, ବିଦେଶୀ ସାହୁ, ସୁବାସ ଭାଇ ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ସହଯୋଗ କରିଥିଲେ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

୭୯ ଥର ରକ୍ତଦାନ କରି ସୃଷ୍ଟି କଲେ ରେକର୍ଡ: ଜନ୍ମଦିନରେ ବଞ୍ଚାଇଲେ ଶିଶୁର ଜୀବନ

ଭଞ୍ଜନଗର, ୬।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳର ଜଣାଶୁଣା ରକ୍ତଦାତା ତଥା ସାମାଜିକ କର୍ମୀ ଜୟକୃଷ୍ଣ ପଟ୍ଟନାୟକ ୭୯ ଥର ରକ୍ତଦାନ କରି ଭଞ୍ଜନଗର…

SBI ପକ୍ଷରୁ ଟଙ୍କା ବଦଳ ମେଳା, ଚିରାଫଟା ନୋଟ୍‌ ଦେଇ ନେଇପାରିବେ ଏତିକି ଟଙ୍କା…

ଭଞ୍ଜନଗର,୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଷ୍ଟେଟ୍‌ବ୍ୟାଙ୍କ ଅଫ ଇଣ୍ଡିଆ ପକ୍ଷରୁ ଶନିବାର ବ୍ୟାଙ୍କ ସମ୍ମୁଖରେ କଏନ୍‌ ଏବଂ କାଗଜ ଟଙ୍କା ବଦଳ ମେଳା ଅନୁଷ୍ଠିତ ହୋଇଛି।…

ପୂର୍ବତନ ବାର୍‌ ଆସୋସିଏଶନ ସଭାପତିଙ୍କ ପରଲୋକ, ଶୋକ ବ୍ୟକ୍ତ କଲେ ବିଧାୟକ

ଭଞ୍ଜନଗର,୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ପୂର୍ବତନ ସଭାପତି ବଂଶୀଧର ପ୍ରଧାନ(୭୭) ଶୁକ୍ରବାର ରାତିରେ ପରଲୋକ ଗମନ କରିଛନ୍ତି। ଏହି ଖବର ଜଣାପଡ଼ିବା ପରେ…

ଘର ଆଗରେ ମା’-ଝିଅଙ୍କୁ ଅସଦାଚରଣ, ଥାନାରେ ଏତଲା ଦେବା ପରେ…

ଦିଗପହଣ୍ଡି,୬ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ ଅଧୀନ ଏକ ଗାଁରେ ଜଣେ ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ ଗ୍ରାମର ଏ.ଶଙ୍କର ପାତ୍ର…

ଜଗା ଦର୍ଶନ ସାରି ଫେରୁଥିଲେ, ଘରକୁ ଧକ୍କା ଦେଲା ବୋଲେରୋ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୬ା୬(ସବିତା ମିଶ୍ର): ଜଗା ଦର୍ଶନ ସାରି ଫେରିବା ବେଳେ ରାସ୍ତାକଡ଼ରେ ଥିବା ଏକ ଘରକୁ ଧକ୍କା ଦେଇଛି ଏକ ବୋଲେରୋ। ଫଳରେ ଏଥିରେ ୮ ଜଣ ଆହତ…

ସରିଲା ଛତ୍ରପୁର ମହୋତ୍ସବ: ମନ ଜିଣିଲେ ଅଙ୍କିତା-ପ୍ରଜ୍ଞା-ସଚିନ

ଛତ୍ରପୁର,୬।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ପ୍ରଶାସନ ଏବଂ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ତତ୍ତ୍ୱାବଧାନରେ ପାଞ୍ଚଦିନଧରି ମହାଆଡମ୍ବରରେ ଚାଲିଥିବା ଛତ୍ରପୁର ମହୋତ୍ସବ ଶେଷ ହୋଇଛି। ଶେଷ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri