ଏହିଦିନ ପାଳୁଛନ୍ତି କି ଦୀପାବଳି, ଲାଗିବ ଦୋଷ!

ଭୁବନେଶ୍ୱର,୩୦।୧୦: ପୂର୍ବରୁ ଅନେକ ପର୍ବପର୍ବାଣୀ ଦୁଇ ଦିନ ପଡ଼ିଥିବାବେଳେ ଏବେ ଦୀପାବଳିକୁ ନେଇ ପୁଣି ଦ୍ବନ୍ଦ୍ବ ଦେଖାଦେଇଛି। ବିଭିନ୍ନ ପାଞ୍ଜିରେ ଏନେଇ ଭିନ୍ନ ଭିନ୍ନ ଦିନ ଧାର୍ଯ୍ୟ ହୋଇଛି। କେବଳ ସାଧାରଣ ଲୋକେ ନୁହନ୍ତି, ଚଳିତ ବର୍ଷ ପାଞ୍ଜିକୁ ନେଇ ଦେଖା ଦେଇଛି ଦ୍ବନ୍ଦ୍ବ। କେତେବେଳେ କାର୍ତ୍ତିକ ବ୍ରତ ତ, କେତେବେଳେ ସୋମନାଥ ବ୍ରତ। ଆଉ ଏବେ ଦୀପାବଳିକୁ ନେଇ ଦେଖାଦେଇଛି ବଡ଼ ଦ୍ବନ୍ଦ୍ବ। ଅକ୍ଟୋବର ୩୧ ଓ ନଭେମ୍ବର ୧ ତାରିଖ, ଦୁଇ ଦିନ ରହିଛି ଅମାବାସ୍ୟା ତିଥି। ତେବେ କେବେ ପାଳିବେ ଦୀପାବଳି, ଏହାକୁ ନେଇ ଲୋକଙ୍କ ମନରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

କୋହେନୂର କ୍ୟାଲେଣ୍ଡରରେ ସ୍ପଷ୍ଟ ଭାବେ ଉଲ୍ଲେଖ ରହିଛି ଯେ, ଅକ୍ଟୋବର ୩୧ ତାରିଖରେ ପଡୁଛି ଦୀପାବଳି। ସେହିପରି ବିରଜା ପାଞ୍ଜିରେ ମଧ୍ୟ ଅକ୍ଟୋବର ୩୧ ତାରିଖରେ ଦୀପାବଳି ପଡୁଥିବା ଉଲ୍ଲେଖ ରହିଛି। ତେବେ ଅସଲି ଖଡିରତ୍ନ ପଞ୍ଜିକାରେ ୩୧ରେ ଶ୍ୟାମାକାଳୀ ପୂଜା ଉଲ୍ଲେଖ ରହିଛି। ଆଉ ନଭେମ୍ବର ୧ ତାରିଖରେ ବଡ଼ବଡ଼ିଆ ଡାକ ଓ ଦୀପାବଳି ପାଳନ ହେବା ନେଇ ସୂଚନା ରହିଛି।

ତେବେ ପାଞ୍ଜି ଅନୁମୋଦନ କରୁଥିବା ପୁରୀ ମୁକ୍ତି ମଣ୍ଡପର ଭୂମିକାକୁ ନେଇ ମଧ୍ୟ ପ୍ରଶ୍ନ ଉଠିବାରେ ଲାଗିଛି। ମୁକ୍ତିମଣ୍ଡପ ପଣ୍ଡିତ ସଭାର ପୂର୍ବତନ ସମ୍ପାଦକ କହିଛନ୍ତି, ଅକ୍ଟୋବର ୩୧ ତାରିଖ ରାତିରେ ଶ୍ୟାମାକାଳୀ ପୂଜା ଓ ନଭେମ୍ବର ୧ ତାରିଖ ଦିନ ପୟାଶ୍ରାଦ୍ଧ ଓ ଦୀପାବଳୀ ପାଳନ କରାଯିବ । ଅକ୍ଟୋବର ୩୧ ଅପରାହ୍ନ ସମୟରେ ଅମାବାସ୍ୟା ରହୁଥିଲେ ମଧ୍ୟ ପ୍ରତ୍ୟୁଷ ସମୟକୁ ଅମାବାସ୍ୟା ରହୁନଥିବାରୁ ସେହି ଦିନ କେବଳ ଶ୍ୟାମାକାଳୀ ପୂଜା ଅନୁଷ୍ଠିତ ହେବ । ତେବେ ନଭେମ୍ବର ୧ରେ ଅମାବାସ୍ୟା ଉଦୟ ପର୍ବରେ ଥିବାରୁ ଶ୍ରୀମନ୍ଦିରରେ ସେହିଦିନ ପୟାଶ୍ରାଦ୍ଧ ସହ ଦୀପାବଳି ଅମାବାସ୍ୟା ପଳନ କରାଯିବ ବୋଲି ସେ କହିଛନ୍ତି। ଏହାକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସ୍ବତନ୍ତ୍ର ନୀତିକାନ୍ତି ସହ ଦର୍ଶନ ବ୍ୟବସ୍ଥା ମଧ୍ୟ କରାଯାଇଛି ।

ସେହିପରି ଧର୍ମନଗରୀ କାଶୀ ବା ବାରାଣାସୀର ପଣ୍ଡିତମାନଙ୍କ ମଧ୍ୟରେ ବି ଏହାକୁ ନେଇ ମତଭେଦ ଆରମ୍ଭ ହୋଇଛି । କିଛି ଦିନ ତଳେ ଉତ୍ତରପ୍ରଦେଶର ବାରଣାସୀରେ ଥିବା କାଶୀ ବିଦ୍ୱାନ ପରିଷଦ ଦାବି କରିଥିଲେ ଯେ ଦୀପାବଳି ଅକ୍ଟୋବର ୩୧ରେ ଅଛି। କିନ୍ତୁ ଦେଶର ପ୍ରସିଦ୍ଧ ଜ୍ୟୋତିଷଶାସ୍ତ୍ରୀ ଗଣେଶ୍ବର ଶାସ୍ତ୍ରୀ ଦ୍ରାବିଡ଼ ଏବଂ କାଶୀର ଆଉ କେତେକ ପଣ୍ଡିତ ଦୀପାବଳି ତାରିଖ ୧ ନଭେମ୍ବର ବୋଲି କହିଥିଲେ। ଏବେ କାଶୀ ବିଦ୍ୱାନ ପରିଷଦ ଗଣେଶ୍ବର ଶାସ୍ତ୍ରୀ ଦ୍ରାବିଡ଼ଙ୍କ ସମେତ ଅନ୍ୟ ସମସ୍ତ ପଣ୍ଡିତଙ୍କୁ ଚ୍ୟାଲେଞ୍ଜ କରିଛି।

ତେବେ କୁହାଯାଉଛି ୩୧ରେ ଦୀପାବଳି ପାଳିଲେ ଅଶୁଭ, ଜାଣନ୍ତୁ ଏହାର ବଡ଼ କାରଣ…
ଅକ୍ଟୋବର ୩୧ ତାରିଖ ରାତିରେ ଶ୍ୟାମାକାଳୀ ପୂଜା ଓ ନଭେମ୍ବର ୧ ତାରିଖ ଦିନ ପୟାଶ୍ରାଦ୍ଧ ଓ ଦୀପାବଳି ପାଳନ କରାଯିବ। ସାଧରଣତଃ ପ୍ରତ୍ୟୁଷ ଓ ପ୍ରଦୋଷ ସମୟକୁ ଭିତ୍ତି କରି ଅମାବାସ୍ୟା ଗଣନା ହୋଇଥାଏ। ଅକ୍ଟୋବର ୩୧ ଅପରାହ୍ନ ସମୟରେ ଅମାବାସ୍ୟା ରହୁଥିଲେ ମଧ୍ୟ ପ୍ରତ୍ୟୁଷ ସମୟକୁ ଅମାବାସ୍ୟା ରହୁନଥିବାରୁ ସେହି ଦିନ କେବଳ ଶ୍ୟାମାକାଳୀ ପୂଜା ଅନୁଷ୍ଠିତ ହେବ।

ତେବେ ନଭେମ୍ବର ୧ରେ ଅମାବାସ୍ୟା ଉଦୟ ପର୍ବରେ ଥିବାରୁ ଶ୍ରୀମନ୍ଦିରରେ ସେହିଦିନ ପୟାଶ୍ରାଦ୍ଧ ସହ ଦୀପାବଳି ଅମାବାସ୍ୟା ପଳନ କରାଯିବ ବୋଲି ମୁକ୍ତିମଣ୍ଡପ ପଣ୍ଡିତ ସଭାର ପୂର୍ବତନ ସମ୍ପାଦକ କହିଛନ୍ତି। ଏହାକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସ୍ବତନ୍ତ୍ର ନୀତିକାନ୍ତି ସହ ଦର୍ଶନ ବ୍ୟବସ୍ଥା ମଧ୍ୟ କରାଯାଇଛି। ସେହିପରି ନଭେମ୍ବର ୧ରେ ଦୀପାବଳି ପାଳନ ପାଇଁ ଅନୁରୋଧ କରାଯାଇଛି। ଅମାବାସ୍ୟା ଓ ପୟାଶ୍ରାଦ୍ଧ ୧ରେ ପଡ଼ୁଥିବାରୁ ନଭେମ୍ବର ୧ରେ ଦୀପାବଳି ପାଳିବାକୁ ଅନୁରୋଧ କରିଛନ୍ତି। ଏପଟେ ଦୀପାବଳି ଓ ପୟାଶ୍ରାଦ୍ଧର ଭିନ୍ନ ତିଥିକୁ ନେଇ ସ୍ପଷ୍ଟ ମତ ରଖିଛନ୍ତି ବରିଷ୍ଠ ଜ୍ୟୋର୍ତିବିଦ, ପଣ୍ଡିତ ତଥା ପଞ୍ଜିକା ଗଣନାକାରୀ। ପୁରୀର ପଣ୍ଡିତଙ୍କ ମତ, ଯେଉଁଦିନ ସୂର୍ଯ୍ୟୋଦୟ ଏବଂ ସୂର୍ଯ୍ୟାସ୍ତକୁ ଅମାବାସ୍ୟା ତିଥି ଥାଏ, ସେହିଦିନ ପାଳନ ହୁଏ ଦୀପାବଳି।

ଏ ବର୍ଷ ଅକ୍ଟୋବର ୩୧ ତାରିଖ ଗୁରୁବାର ଦିନ ୩ ଟା ୪୫ରେ ଅମାବାସ୍ୟା ତିଥି ପ୍ରବେଶ କରୁଛି। ଗୁରୁବାର ରାତିରେ ଅମାବାସ୍ୟା ତିଥି ରହୁଥିବାରୁ ସେହିଦିନ କାଳୀପୂଜା ପାଳନ କରାଯିବା। ଏହାର ପରଦିନ ଅର୍ଥାତ ନଭେମ୍ବର ୧ରେ ଅମାବାସ୍ୟା ତିଥି ଉଭୟ ସକାଳ ଓ ସଂଧ୍ୟାକୁ ପାଉଥିବାରୁ ସେଦିନ ପାଳନ ହେବ ପୟାଶ୍ରାଦ୍ଧ ଓ ଦୀପାବଳି ଉତ୍ସବ। ସେହିପରି ୧କୁ ସରକାରୀ ଛୁଟି ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି। CMଙ୍କୁ ଅନୁରୋଧ କରିଛନ୍ତି ମୁକ୍ତିମଣ୍ଡପ ପଣ୍ଡିତ ସଭା ସଦସ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୩(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

ଉତ୍କଳ ଦିବସରେ ମହାପୁରୁଷଙ୍କୁ ପୁଷ୍ପମାଲ୍ୟ : ମନେ ପକାଇଲେ ନେତା ଓ ପ୍ରଶାସନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ): ସମଗ୍ର ରାଜ୍ୟରେ ଏପ୍ରିଲ ୧ରେ ଉତ୍କଳ ଦିବସ ପାଳନ କରାଯାଇଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ତାହା ପାଳନ ହୋଇଛି । ବିଡ଼ିଓ ଅଚ୍ୟୁତାନନ୍ଦ…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri