ସରକାରୀ କର୍ମଚାରୀ ହୁଅ କି ଆଇଟି ଦିଅ: ସମ୍ଭ୍ରାନ୍ତ ପରିବାରର ହୋଇଥିଲେ ମିଳିବ ବୟୋ ବନ୍ଦନ କାର୍ଡ

ଭୁବନେଶ୍ୱର,୪।୫: ୭୦ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତଙ୍କୁ ମିଳିବ ବୟୋ ବନ୍ଦନା କାର୍ଡ। ପ୍ରେସମଟ୍‌ରେ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ସରକାରୀ କର୍ମଚାରୀ ହୁଅନ୍ତୁ କି ଆଇଟି ଦାଖଲ କରୁଥିଲେ ମଧ୍ୟ ମିଳିବ। ସମ୍ଭ୍ରାନ୍ତ ପରିବାରର ହୋଇଥିଲେ ମିଳିବ ବୟୋ ବନ୍ଦନ କାର୍ଡ। ଜନସେବା କେନ୍ଦ୍ର କର୍ମଚାରୀ, ଆଶାକର୍ମୀ କାର୍ଡ ପ୍ରସ୍ତୁତିରେ ସାହାଯ୍ୟ କରିବେ। ଗାଁକୁ ଗାଁ ବୁଲି ହିତାଧିକାରୀଙ୍କୁ କାର୍ଡ ପ୍ରସ୍ତୁତିରେ ସାହାଯ୍ୟ କରିବେ।

ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ଆୟୁଷ୍ମାନ କାର୍ଡ ମିଳିବ। ୧ କୋଟି ୩ ଲକ୍ଷ ପରିବାରକୁ ଯୋଜନାରେ ସାମିଲ କରାଯିବ। ପୂର୍ବରୁ ପ୍ରତି ପରିବାରକୁ ଗୋଟିଏ କାର୍ଡ ମିଳିଥିଲା। କିନ୍ତୁ ନୂଆ ଯୋଜନାରେ ପ୍ରତି ସଦସ୍ୟଙ୍କୁ ଗୋଟିଏ ଲେଖାଏ କାର୍ଡ ମିଳିବ। ପୂର୍ବରୁ କେବଳ ୯୦୦ ହସ୍ପିଟାଲରେ ଦେୟମୁକ୍ତ ଚିକିତ୍ସା ମିଳୁଥିଲା ଏବେ ଦେଶର ୨୯ ହଜାରରୁ ଅଧିକ ହସ୍ପିଟାଲରେ ଚିକିତ୍ସା ସୁବିଧା ମିଳିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି।

ପ୍ରକାଶ ଥାଉ କି, କଟକ ବାଲିଯାତ୍ରା ପଡ଼ିଆରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହେବ। ଏହି ଶୁଭାରମ୍ଭ କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ. ପି. ନଡ୍ଡା ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆନୁଷ୍ଠାନିକ ଭାବେ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ। ଏଥିସହ ୨ ଉପମୁଖ୍ୟମନ୍ତ୍ରୀ, ୩ କେନ୍ଦ୍ର ମନ୍ତ୍ରୀ ମଧ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହି ଶୁଭାରମ୍ଭ କାର୍ଯ୍ୟକ୍ରମ ପାଇଁ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି। ଉପର ବାଲିଯାତ୍ରା ପଡ଼ିଆରେ ଶନିବାର ଏହି କାର୍ଯ୍ୟକ୍ରମର ପ୍ରସ୍ତୁତି ସମୀକ୍ଷା କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଟ୍ରାଫିକ , ପାର୍କିଂ, ଜଳ ଯୋଗାଣ , ବିଦ୍ୟୁତ ସଂଯୋଗୀକରଣ ଦିଗ ଉପରେ ଆଲୋଚନା କରାଯାଇଛି। ରାଜ୍ୟର ସମସ୍ତ ୧୪୦୫ ପିଏଚ୍‌ସିରେ ଏହାର ସିଧା ପ୍ରସାରଣ କରାଯିବ। ଆସନ୍ତା ୧୧ ତାରିଖରେ ଏହି ଶୁଭାରମ୍ଭ କାର୍ଯ୍ୟକ୍ରମ ହେବା ପାଇଁ ସୂଚନା ରହିଥିଲା। କିନ୍ତୁ ସମୟ ଓ ତାରିଖ ସମ୍ପର୍କରେ ବିଧିବଦ୍ଧ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri