ସରକାରୀ କର୍ମଚାରୀ ହୁଅ କି ଆଇଟି ଦିଅ: ସମ୍ଭ୍ରାନ୍ତ ପରିବାରର ହୋଇଥିଲେ ମିଳିବ ବୟୋ ବନ୍ଦନ କାର୍ଡ

ଭୁବନେଶ୍ୱର,୪।୫: ୭୦ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତଙ୍କୁ ମିଳିବ ବୟୋ ବନ୍ଦନା କାର୍ଡ। ପ୍ରେସମଟ୍‌ରେ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ସରକାରୀ କର୍ମଚାରୀ ହୁଅନ୍ତୁ କି ଆଇଟି ଦାଖଲ କରୁଥିଲେ ମଧ୍ୟ ମିଳିବ। ସମ୍ଭ୍ରାନ୍ତ ପରିବାରର ହୋଇଥିଲେ ମିଳିବ ବୟୋ ବନ୍ଦନ କାର୍ଡ। ଜନସେବା କେନ୍ଦ୍ର କର୍ମଚାରୀ, ଆଶାକର୍ମୀ କାର୍ଡ ପ୍ରସ୍ତୁତିରେ ସାହାଯ୍ୟ କରିବେ। ଗାଁକୁ ଗାଁ ବୁଲି ହିତାଧିକାରୀଙ୍କୁ କାର୍ଡ ପ୍ରସ୍ତୁତିରେ ସାହାଯ୍ୟ କରିବେ।

ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ଆୟୁଷ୍ମାନ କାର୍ଡ ମିଳିବ। ୧ କୋଟି ୩ ଲକ୍ଷ ପରିବାରକୁ ଯୋଜନାରେ ସାମିଲ କରାଯିବ। ପୂର୍ବରୁ ପ୍ରତି ପରିବାରକୁ ଗୋଟିଏ କାର୍ଡ ମିଳିଥିଲା। କିନ୍ତୁ ନୂଆ ଯୋଜନାରେ ପ୍ରତି ସଦସ୍ୟଙ୍କୁ ଗୋଟିଏ ଲେଖାଏ କାର୍ଡ ମିଳିବ। ପୂର୍ବରୁ କେବଳ ୯୦୦ ହସ୍ପିଟାଲରେ ଦେୟମୁକ୍ତ ଚିକିତ୍ସା ମିଳୁଥିଲା ଏବେ ଦେଶର ୨୯ ହଜାରରୁ ଅଧିକ ହସ୍ପିଟାଲରେ ଚିକିତ୍ସା ସୁବିଧା ମିଳିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି।

ପ୍ରକାଶ ଥାଉ କି, କଟକ ବାଲିଯାତ୍ରା ପଡ଼ିଆରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହେବ। ଏହି ଶୁଭାରମ୍ଭ କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ. ପି. ନଡ୍ଡା ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆନୁଷ୍ଠାନିକ ଭାବେ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ। ଏଥିସହ ୨ ଉପମୁଖ୍ୟମନ୍ତ୍ରୀ, ୩ କେନ୍ଦ୍ର ମନ୍ତ୍ରୀ ମଧ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହି ଶୁଭାରମ୍ଭ କାର୍ଯ୍ୟକ୍ରମ ପାଇଁ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି। ଉପର ବାଲିଯାତ୍ରା ପଡ଼ିଆରେ ଶନିବାର ଏହି କାର୍ଯ୍ୟକ୍ରମର ପ୍ରସ୍ତୁତି ସମୀକ୍ଷା କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଟ୍ରାଫିକ , ପାର୍କିଂ, ଜଳ ଯୋଗାଣ , ବିଦ୍ୟୁତ ସଂଯୋଗୀକରଣ ଦିଗ ଉପରେ ଆଲୋଚନା କରାଯାଇଛି। ରାଜ୍ୟର ସମସ୍ତ ୧୪୦୫ ପିଏଚ୍‌ସିରେ ଏହାର ସିଧା ପ୍ରସାରଣ କରାଯିବ। ଆସନ୍ତା ୧୧ ତାରିଖରେ ଏହି ଶୁଭାରମ୍ଭ କାର୍ଯ୍ୟକ୍ରମ ହେବା ପାଇଁ ସୂଚନା ରହିଥିଲା। କିନ୍ତୁ ସମୟ ଓ ତାରିଖ ସମ୍ପର୍କରେ ବିଧିବଦ୍ଧ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri