ମୁଖ୍ୟ ଦ୍ୱାରରେ ଶୁଭ କଳସ ରଖୁଛନ୍ତି କି, ଜାଣି ରଖନ୍ତୁ ନିୟମ…

କୁହାଯାଏ, ଘରୁ ବାହାରିବା ସମୟରେ ଶୁଭ କଳସ ବା ଜଳପୂର୍ଣ୍ଣ କୁମ୍ଭ ଦେଖିକି ଗଲେ କାର୍ଯ୍ୟସିଦ୍ଧି ହୋଇଥାଏ। ସେଥିପାଇଁ ଅନେକେ ଘରର ମୁଖ୍ୟଦ୍ୱାର ନିକଟରେ ଶୁଭ କଳସ ରଖିଥାନ୍ତି। ତେବେ ଏହି ଶୁଭ କଳସ ରଖିବାକୁ ନେଇ ମଧ୍ୟ କିଛିଟା ନିୟମ ରହିଛି, ଯେମିତିକି:

*ମୁଖ୍ୟ ଦ୍ୱାରର ବାମପଟେ ଶୁଭ କଳସ ରଖିବା ଅତ୍ୟନ୍ତ ଭଲ ହୋଇଥାଏ। ଆବଶ୍ୟକ ସ୍ଥଳେ ଆପଣ ଚାହିଁଲେ ଏହାକୁ ଡାହାଣ ପଟେ କିମ୍ବା ଦ୍ୱାରର ସମ୍ମୁଖ ଭାଗରେ ମଧ୍ୟ ରଖିପାରିବେ। କିନ୍ତୁ ସମ୍ମୁଖରେ ରଖିଲେ ଭୁଲ୍‌ରେ କାହାର ଗୋଡ ବାଜିଯିବାର ସମ୍ଭାବନା ଥାଏ। ତେଣୁ ନିଜର ସୁବିଧା ଅନୁଯାୟୀ ଶୁଭ କଳସକୁ ଦ୍ୱାରର ଯେଉଁଠି ଚାହିଁବେ ସେଠି ରଖିପାରିବେ। କିନ୍ତୁ ଧ୍ୟାନ ଦେବେ ଘରକୁ ଯିବାଆସିବା ସମୟରେ ଯେମିତି ଶୁଭକଳସ ଉପରେ ସମସ୍ତଙ୍କର ନଜର ପଡିପାରୁଥିବ।

*ଯଦି ଆପଣଙ୍କ ମୁଖ୍ୟ ଦ୍ୱାରର କାନ୍ଥକୁ ଲାଗି ଚଉରା ରହିଛି, ତା’ହେଲେ ଉକ୍ତ ଚଉରାର ମଣ୍ଡପ ଉପରେ ଆପଣ ଏହି ଶୁଭ କଳସକୁ ମଧ୍ୟ ରଖିପାରିବେ।

*ପ୍ରତିଦିନ ସୂର୍ଯ୍ୟୋଦୟ ପୂର୍ବରୁ ସ୍ନାନସାରି ପ୍ରଥମେ ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ଘ୍ୟ ଦେବେ, ତା’ପରେ ମା’ ବୃନ୍ଦାବତୀଙ୍କୁ ପୂଜା କରିବେ। ଆଉ ତା’ପରେ ମୁଖ୍ୟ ଦ୍ୱାର ନିକଟରେ ଶୁଭ କଳସକୁ ସ୍ଥାପନା କରି ଘର ଠାକୁରଙ୍କୁ ପୂଜା କଲେ ପରିବାରର ମଙ୍ଗଳ ହୋଇଥାଏ ବୋଲି ବିଶ୍ୱାସ କରାଯାଏ।

*ଯଦି ସୂର୍ଯ୍ୟୋଦୟ ପୂର୍ବରୁ ଶୁଭ କଳସ ବସାଇବା ସମ୍ଭବ ହେଉନାହିଁ ତା’ହେଲେ ସକାଳର ପ୍ରଥମ ପ୍ରହର ଅର୍ଥାତ୍‌ ସକାଳ ୯ଟା ଭିତରେ ଶୁଭ କଳସ ବସାଇବା ନିହାତି ଆବଶ୍ୟକ।

*ଶୁଭ କଳସର ପାଣି ବାସି ହେବା ଠିକ୍‌ ନୁହେଁ ଅର୍ଥାତ୍‌ ସକାଳେ ଯେଉଁ ଶୁଭ କଳସ ବସାଇଥିବେ ସୂର୍ଯ୍ୟାସ୍ତ ପୂର୍ବରୁ ସେହି କଳସର ପାଣିକୁ କୌଣସି ଗଛ ମୂଳରେ ଢାଳିଦେବେ। ପୂର୍ନଃବାର ତା’ପରଦିନ ଶୁଦ୍ଧ ଜଳରେ ପୁଣି ଶୁଭ କଳସ ବସାଇବେ।


Enter your email to get our daily news in your inbox.

All Right Reserved By Dharitri.Com

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଇରାନ ଯୁଦ୍ଧ ମଧ୍ୟରେ ସ୍ବାଧିନତା ଦିବସରେ ବଡ଼ କଥା କହିଲେ ପ୍ରଧାନମନ୍ତ୍ରୀ , ସାରା ବିଶ୍ୱ ଚକିତ!

ନୂଆଦିଲ୍ଲୀ,୧୫।୮: ୮୦ତମ ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କ ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇରାନ-ଆମେରିକା ଉତ୍ତେଜନାକୁ ଇଙ୍ଗିତ କରି କହିଥିଲେ ଯେ ଶକ୍ତି ସଙ୍କଟର…

ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି; ୧୩ ଥର ପାଇଁ ଲାଲକିଲ୍ଲାର ପ୍ରାଚୀରରୁ ତ୍ରିରଙ୍ଗା ଉତ୍ତୋଳନ କରି ସ୍ଥାପନ କଲେ ନୂଆ ରେକର୍ଡ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରୁ ଲଗାତାର ୧୩ତମ ଥର ପାଇଁ ତ୍ରିରଙ୍ଗା ଉତୋଳନ କରିଛନ୍ତି।…

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri