ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି କ୍ଷେତ୍ର ଅଧୀନ ଅନୁଗୋଳ ଜିଲାର ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଗୁରୁବାର ତାଙ୍କ ପ୍ରଚାର ଅଭିଯାନକୁ ଜୋର୍‌ଦାର କରିଛନ୍ତି। ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ତୁରଙ୍ଗ ଖେଳ ପଡ଼ିଆଠାରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେଇ ବବି ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାକୁ ଆଶୀର୍ବାଦ ଭିକ୍ଷା କରିଛନ୍ତି।
ଏହି ଅବସରରେ ବବି କହିଥିଲେ, ନିର୍ବାଚନ ଆସିଲେ ବିଭିନ୍ନ ଦଳର ନେତା ଆସି ଭାଷଣ ଦିଅନ୍ତି। ଭଳିକି ଭଳି ପ୍ରତିଶ୍ରୁତି ଦେଇଥାନ୍ତି। କିନ୍ତୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଥାରେ ନୁହେଁ, କାର୍ଯ୍ୟରେ ବିଶ୍ୱାସ କରିଥାନ୍ତି। ତେଣୁ ତାଙ୍କ ହାତମୁଠାକୁ ଟାଣ କରିବାକୁ ହେଲେ ଜନସାଧାରଣଙ୍କ ସମର୍ଥନ ଆବଶ୍ୟକ। ସ୍ଥାନୀୟ ଅଞ୍ଚଳର ଜଣେ ନେତା କେନ୍ଦ୍ରରେ ୧୦ ବର୍ଷ ହେବ ମନ୍ତ୍ରୀ ରହିଛନ୍ତି। କିନ୍ତୁ ଅନୁଗୋଳ ଜିଲା ଦେଇ ଯାଇଥିବା ୫୫ନଂ. ଜାତୀୟ ରାଜପଥ କାର୍ଯ୍ୟ ଶେଷ ହୋଇପାରୁନାହିଁ। ଶୋଚନୀୟ ଅବସ୍ଥାରେ ଲୋକମାନେ ଯାତାୟାତ କରୁଛନ୍ତି। ସମ୍ବଲପୁର ଲୋକ ସଭା କ୍ଷେତ୍ର ପାଇଁ ସମ୍ପୃକ୍ତ ନେତାଙ୍କ ଅବଦାନ କ’ଣ ବୋଲି ବବି ପ୍ରଶ୍ନ କରିଥିଲେ। ବବିଙ୍କ ସହ ଉକ୍ତ ସଭାରେ ଉପସ୍ଥିତ ଥିବା ଛେଣ୍ଡିପଦା ବିଧାନସଭା ପ୍ରାର୍ଥୀ ସୁଶାନ୍ତ କୁମାର ବେହେରା କହିଥିଲେ, କେନ୍ଦ୍ର ସରକାର ମିଥ୍ୟା ପ୍ରତିଶ୍ରୁତି ଦେଉଛନ୍ତି। ଗତ ନିର୍ବାଚନରେ ସମ୍ବଲପୁରରୁ ବିଜୟୀ ହେବା ପରେ ଭାଜପା ଏମ୍‌ପି ଆଉ ଦେଖା ଦେଇ ନ ଥିଲେ। ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗମନାଗମନ ଠାରୁ ଆରମ୍ଭ କରି ଶିକ୍ଷା ପର୍ଯ୍ୟନ୍ତ ସମସ୍ତ ପ୍ରକାର ବ୍ୟବସ୍ଥା କରିଛନ୍ତି। ଲୋକଙ୍କ ସେବାକୁ ବିଜୁ ଜନତା ଦଳ ସବୁବେଳେ ପ୍ରାଧାନ୍ୟ ଦେଇଆସିଛି। ଏହି ସଭାରେ ତାଳଚେର ବିଧାୟକ ପ୍ରାର୍ଥୀ ବ୍ରଜ କିଶୋର ପ୍ରଧାନ ଉପସ୍ଥିତ ଥିଲେ। ଅନୁଗୋଳ ଜିଲା ବିଜେଡି ସଭାପତି ମହେନ୍ଦ୍ର ବସ୍ତିଆ ସଭା ପରିଚାଳନା କରିଥିଲେ। ଅନୁଗୋଳ ଜିଲା ସହ ପର୍ଯ୍ୟବେକ୍ଷକ କୁନୁ ବିହାରୀ ଦାସ, ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ପର୍ଯ୍ୟବେକ୍ଷକ ସଞ୍ଜୟ ଅଗ୍ରୱାଲ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri