ମହୁଲଫୁଲ ୪୭ ଟଙ୍କାରୁ କମ୍‌ରେ କିଣିଲେ ଲାଇସେନ୍ସ ରଦ୍ଦ: ସତର୍କ କରାଇଲେ ….

ନୂଆପଡ଼ା,୨୬।୪ (ମକାରୁ ବେମାଲ): ଆଦିବାସୀ ଅଧ୍ୟୁଷିତ ନୂଆପଡ଼ା ଜିଲାରେ ୫୦ ପ୍ରତିଶତ ଲୋକ ଲଘୁବନଜାତ ଦ୍ରବ୍ୟ ଉପରେ ନିର୍ଭର କରି ଜୀବିକା ନିର୍ବାହ କରନ୍ତି। ସେମାନେ ବହୁ କଷ୍ଟରେ ଏସବୁ ସାମଗ୍ରୀ ଜଙ୍ଗଲରୁ ସଂଗ୍ରହ କରୁଥିଲେ ମଧ୍ୟ ମଣ୍ଡି ନ ଥିବାରୁ ଉଚିତ ପାଉଣା ପାଉନାହାନ୍ତି। ବର୍ତ୍ତମାନ ଜିଲାରେ ମହୁଲଫୁଲ ସର୍ବାଧିକ ସଂଗ୍ରହ ହେଉଛି। ହେଲେ ମଣ୍ଡି ନ ଥିବାବେଳେ ଦର ଧାର୍ଯ୍ୟ ହେଉ ନ ଥିବାରୁ ଲୋକେ କୋଚିଆଠାରେ କମ ଦରରେ ବିକ୍ରୟ କରି ଶୋଷଣର ଶିକାର ହେଉଛନ୍ତି। ଅନ୍ୟପକ୍ଷରେ ବେପାରୀ ଓ ମଧ୍ୟସ୍ଥି କମ ଦରରେ କ୍ରୟ କରି ଲାଭବାନ ହେଉଛନ୍ତି। ଏହି ସମସ୍ୟାକୁ ଦୃଷ୍ଟିରେ ରଖି ଜିଲା ଅବକାରୀ ବିଭାଗ ଏକ ବୈଠକ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ତଦନୁଯାୟୀ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଗୁରୁବାର ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଜିଲା ଅବକାରୀ ଅଧୀକ୍ଷକ ସଂଘମିତ୍ରା ପ୍ରଧାନ, ଜିଲା ପଞ୍ଚାୟତ ଅଧିକାରୀ ଲଛମନ ଓରାମ, ଜିଲାର ମହୁଲ ଫୁଲ କ୍ରେତା, ଗୋଟାଳି ତଥା ବିକ୍ରେତା ଉପସ୍ଥିତ ଥିଲେ। ଜିଲାପାଳ ସତର୍କ କରିବାକୁ ଯାଇ କହିଥିଲେ, ଜିଲାରେ ଗରିବ ଚାଷୀ, ଆଦିବାସୀମାନେ ବହୁ କଷ୍ଟରେ ମହୁଲ ଫୁଲ ସଂଗ୍ରହ କରୁଛନ୍ତି। କେତେବେଳେ ସେମାନେ ଭାଲୁର ଶିକାର ହେଉଛନ୍ତି କେତେବେଳେ ଅଂଶୁଘାତର ଶିକାର ହେଉଛନ୍ତି। ସେମାନେ ଏହାର ଉଚିତ ମୂଲ୍ୟ ପାଇବା ଅତ୍ୟନ୍ତ ଆବଶ୍ୟକ। ବେପାରିମାନେ କମ ଦରରେ କିଣି ଲାବବାନ ହେଉଥିବାବେଳେ ଜିଲା ପ୍ରଶାସନ ବଦନାମ ହେଉଛି। ଏଭଳି ଆଉ ଚଳିବ ନାହିଁ। ମହୁଲ ଫୁଲର କିଲୋଗ୍ରାମ ପ୍ରତି ସର୍ବନିମ୍ନ ସହାୟକ ମୂଲ୍ୟ ୪୭ ଟଙ୍କା ରହିବ। ଏଥିରୁ କମ ମୂଲ୍ୟରେ ବେପାରି କିଣିଲେ ସେମାନଙ୍କ ଲାଇସେନ୍ସ ରଦ୍ଦ ହେବ। ପ୍ରତିଦିନ ମହୁଲ କ୍ରୟ ବିକ୍ରୟ ରିପୋର୍ଟ ଜିଲାପାଳଙ୍କୁ ଅବକାରୀ ବିଭାଗ ପ୍ରଦାନ କରିବେ। ଜିଲାପାଳଙ୍କ ସମୟୋଚିତ ପଦକ୍ଷେପ ଜିଲାର ସହସ୍ରାଧିକ ମହୁଲ ଗୋଟାଳିଙ୍କୁ ସହାୟକ ହେବ ବୋଲି ଆଶା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri