ମହୁଲଫୁଲ ୪୭ ଟଙ୍କାରୁ କମ୍‌ରେ କିଣିଲେ ହେବ ଲାଇସେନ୍ସ ରଦ୍ଦ

ନୂଆପଡ଼ା,୨୫ା୪ (ମକାରୁ ବେମାଲ): ଆଦିବାସୀ ଅଧ୍ୟୁଷିତ ନୂଆପଡ଼ା ଜିଲାରେ ୫୦ ପ୍ରତିଶତ ଲୋକ ଲଘୁବନଜାତ ଦ୍ରବ୍ୟ ଉପରେ ନିର୍ଭର କରି ଜୀବିକା ନିର୍ବାହ କରନ୍ତି ା ସେମାନେ ବହୁ କଷ୍ଟରେ ଏସବୁ ସାମଗ୍ରୀ ଜଙ୍ଗଲରୁ ସଂଗ୍ରହ କରୁଥିଲେ ମଧ୍ୟ ମଣ୍ଡି ନ ଥିବାରୁ ଉଚିତ ପାଉଣା ପାଉନାହାନ୍ତି। ବର୍ତ୍ତମାନ ଜିଲାରେ ମହୁଲଫୁଲ ସର୍ବାଧିକ ସଂଗ୍ରହ ହେଉଛି। ହେଲେ ମଣ୍ଡି ନ ଥିବାବେଳେ ଦର ଧାର୍ଯ୍ୟ ହେଉ ନ ଥିବାରୁ ଲୋକେ କୋଚିଆଠାରେ କମ ଦରରେ ବିକ୍ରୟ କରି ଶୋଷଣର ଶିକାର ହେଉଛନ୍ତି।

ଅନ୍ୟପକ୍ଷରେ ବେପାରୀ ଓ ମଧ୍ୟସ୍ଥି କମ ଦରରେ କ୍ରୟ କରି ଲାଭବାନ ହେଉଛନ୍ତି ା ଏହି ସମସ୍ୟାକୁ ଦୃଷ୍ଟିରେ ରଖି ଜିଲା ଅବକାରୀ ବିଭାଗ ଏକ ବୈଠକ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ତଦନୁଯାୟୀ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଗୁରୁବାର ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଜିଲା ଅବକାରୀ ଅଧୀକ୍ଷକ ସଂଘମିତ୍ରା ପ୍ରଧାନ, ଜିଲା ପଞ୍ଚାୟତ ଅଧିକାରୀ ଲଛମନ ଓରାମ, ଜିଲାର ମହୁଲ ଫୁଲ କ୍ରେତା, ଗୋଟାଳି ତଥା ବିକ୍ରେତା ଉପସ୍ଥିତ ଥିଲେ।

ଜିଲାପାଳ ସତର୍କ କରିବାକୁ ଯାଇ କହିଥିଲେ, ଜିଲାରେ ଗରିବ ଚାଷୀ, ଆଦିବାସୀମାନେ ବହୁ କଷ୍ଟରେ ମହୁଲ ଫୁଲ ସଂଗ୍ରହ କରୁଛନ୍ତି ା କେତେବେଳେ ସେମାନେ ଭାଲୁର ଶିକାର ହେଉଛନ୍ତି କେତେବେଳେ ଅଂଶୁଘାତର ଶିକାର ହେଉଛନ୍ତି ା ସେମାନେ ଏହାର ଉଚିତ ମୂଲ୍ୟ ପାଇବା ଅତ୍ୟନ୍ତ ଆବଶ୍ୟକ। ବେପାରିମାନେ କମ ଦରରେ କିଣି ଲାବବାନ ହେଉଥିବା ବେଳେ ଜିଲା ପ୍ରଶାସନ ବଦନାମ ହେଉଛି। ଏଭଳି ଆଉ ଚଳିବ ନାହିଁ। ମହୁଲ ଫୁଲର କିଲୋଗ୍ରାମ ପ୍ରତି ସର୍ବନିମ୍ନ ସହାୟକ ମୂଲ୍ୟ ୪୭ ଟଙ୍କା ରହିବ। ଏଥିରୁ କମ ମୂଲ୍ୟରେ ବେପାରି କିଣିଲେ ସେମାନଙ୍କ ଲାଇସେନ୍ସ ରଦ୍ଦ ହେବ। ପ୍ରତିଦିନ ମହୁଲ କ୍ରୟ ବିକ୍ରୟ ରିପୋର୍ଟ ଜିଲାପାଳଙ୍କୁ ଅବକାରୀ ବିଭାଗ ପ୍ରଦାନ କରିବେ। ଜିଲାପାଳଙ୍କ ସମୟୋଚିତ ପଦକ୍ଷେପ ଜିଲାର ମହୁଲ ଗୋଟାଳିଙ୍କୁ ସହାୟକ ହେବ ବୋଲି ଆଶା କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ମହାବିଦ୍ୟାଳୟର ପଛ ପଟେ…

ଖୋର୍ଦ୍ଧା,୧ା୨(ପ୍ରଭାତ ପାଣିଗ୍ରାହୀ): ଭଡ଼ାଘରୁ ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ଖୋର୍ଦ୍ଧା ଜିଲା ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ଅଧ୍ୟାପିକା ବର୍ଷା ରାଣୀ ଗଜେନ୍ଦ୍ରଙ୍କ…

ଫେବୃଆରୀ ୬ରୁ ରାମଚଣ୍ଡୀ ମହୋତ୍ସବ: ଦର୍ଶକଙ୍କ ମନମୋହିବ…

ଗଞ୍ଜାମ,୧।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ନୀଳାଦ୍ରିପୁରସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀଙ୍କ ଶକ୍ତିପୀଠରେ ଫେବୃଆରୀ ୬, ୭ ଓ ୮ ତାରିଖ ୩ଦିନ ଧରି…

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ…

Budget 2026: ବଡ ଘୋଷଣା କରିଦେଲେ ଅର୍ଥମନ୍ତ୍ରୀ, ଓଡ଼ିଶାରେ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୧।୨: ୨୦୨୬-୨୭ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଦେଶର ଖଣିଜ ସମ୍ପଦର ସଦୁପଯୋଗ ଏବଂ ଆମଦାନୀ…

ପୋଲିସ ଗାଡି ଧକ୍କାରେ ଗଲା ଜୀବନ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ପେଟ୍ରୋଲ ପମ୍ପର ନିକଟ ବୁଲାଣି ରାସ୍ତାରେ ଶନିବାର ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି। ମୋଟର ସାଇକେଲରେ ଆସୁଥିବା…

Union Budget: ବଜେଟରେ ‘ସମସ୍ତଙ୍କ ପାଇଁ ବୀମା’ ସ୍ବପ୍ନ ସାକାର ହେବ କି? ଜାଣନ୍ତୁ ସବିଶେଷ ତଥ୍ୟ

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର, ଫେବୃଆରୀ ୧, ୨୦୨୬ରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ବୀମା ଶିଳ୍ପ ଏଥିପାଇଁ ବହୁତ…

ବାପା ହେଲେ ସୁପରଷ୍ଟାର ରାମ ଚରଣ: ଉପାସନା ଜନ୍ମ ଦେଲେ ଯମଜ ସନ୍ତାନ

ମୁମ୍ବାଇ: ଟଲିଉଡର ପାୱାର କପଲ ରାମ ଚରଣ ଏବଂ ଉପାସନା କୋନିଡେଲାଙ୍କ ଘରକୁ ଆସିଛନ୍ତି ଦୁଇ ନୂଆ ଅତିଥି। ଉପାସନା ଏକ ପୁତ୍ର ଏବଂ ଏକ କନ୍ୟା…

ଟ୍ରେନରେ ଯାତ୍ରା କରୁଥିଲେ ଖୁସିଖବର, ୫୦% କମିଯିବ ଟ୍ରେନଭଡା!

ନୂଆଦିଲ୍ଲୀ,୧।୨: ଦେଶର ଲକ୍ଷ ଲକ୍ଷ ରେଳ ଯାତ୍ରୀ ଆଗାମୀ କେନ୍ଦ୍ର ବଜେଟ 2026 କୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ସବୁବେଳେ ପରି, ସାଧାରଣ ଲୋକ ଆଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri