୧୦ ତାରିଖ ସୁଦ୍ଧା କାର୍ଯ୍ୟରେ ଯୋଗଦିଅ ନ ହେଲେ ୧୧ରେ ସସ୍‌ପେଣ୍ଡ

ଭୁବନେଶ୍ୱର,୯ା୧୨(ସୁନିତ୍‌ ମିଶ୍ର): ଓଏଏସ୍‌ ଅଫିସରଙ୍କ ଲାଗି ବାହାରୁଥିବା ବଦଳି ନିର୍ଦ୍ଦେଶକୁ ଅଧିକାଂଶ ପାଳନ କରୁନାହାନ୍ତି, ଏନେଇ ରାଜ୍ୟ ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଓଏଏସ୍‌ ଅଫିସରଙ୍କୁ କଡ଼ା ନିର୍ଦ୍ଦେଶ ଶୁଣାଇ ଦିଆଯାଇଛି। କେତେଜଣ ଅଫିସର ବଦଳି ନିୟମ ପାଳନ କରି ନ ଥିବାରୁ ସେମାନଙ୍କୁ ଆସନ୍ତା ୧୦ ତାରିଖ ସୁଦ୍ଧା ବଦଳି ସ୍ଥାନରେ ଯୋଗ ଦେବାକୁ କୁହାଯାଇଛି। ନଚେତ୍‌ ୧୧ ତାରିଖରେ ସେମାନଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯିବ ବୋଲି କୁହାଯାଇଛି।
ରାଜ୍ୟର ସବୁ ଜିଲାପାଳଙ୍କୁ ଶନିବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ସଚିବ ଅମିୟ କୁମାର ସାହୁ ଚିଠି ଲେଖି କହିଛନ୍ତି, ଗତ ଅଗଷ୍ଟ ୧୭ ଓ ଅକ୍ଟୋବର ୧୭ ତାରିଖରେ ଓଏଏସ୍‌ ଅଫିସର ବଦଳି ଲାଗି ୨ଟି ତାଲିକା ପ୍ରକାଶ ପାଇଥିଲା। ନଭେମ୍ବର ୨୬ ତାରିଖରେ ସେହି ତାଲିକାଭୁକ୍ତ ସମସ୍ତ ଓଏଏସ୍‌ ଅଫିସରଙ୍କୁ ଏକକାଳୀନ ନୂତନ କାର୍ଯ୍ୟରେ ଯୋଗଦେବା ଲାଗି ସରକାର ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶ ମୁତାବକ ଏହି ନିର୍ଦ୍ଦେଶନାମା ପ୍ରକାଶ ପାଇଥିଲା। ତେଣୁ ଏହି ଅଫିସରମାନଙ୍କ ମଧ୍ୟରୁ ଯଦି କେହି ଧାର୍ଯ୍ୟ ସମୟ ଭିତରେ ବଦଳି କରାଯାଇଥିବା ସ୍ଥାନରେ ଯୋଗ ନ ଦେଇଥା’ନ୍ତି ତେବେ ଜିଲାପାଳ ଏବଂ କଣ୍ଟ୍ରୋଲିଂ ଅଧିକାରୀ ସେମାନଙ୍କ ଦରମା ବନ୍ଦ କରିବେ ବୋଲି କୁହାଯାଇଛି। ଇତିମଧ୍ୟରେ ଜଣାପଡିଛି, ବହୁ ଅଧିକାରୀ ନୂତନ କାର୍ଯ୍ୟରେ ଯୋଗ ନ ଦେଇ ପୂର୍ବ ସ୍ଥାନରେ କାର୍ଯ୍ୟ କରୁଛନ୍ତି, ଯାହାକି ସରକାରୀ ନିର୍ଦ୍ଦେଶନାମାର ଖୋଲା ଉଲ୍ଲଂଘନ। ଯେଉଁ ଅଫିସରମାନେ ଆସନ୍ତା ୧୦ ତାରିଖ ଭିତରେ ବଦଳି ନିର୍ଦ୍ଦେଶ ପାଇଥିବା ସ୍ଥାନରେ ଯୋଗ ନ ଦିଅନ୍ତି ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନମୂଳକ ୧୧ ତାରିଖରେ ନିଲମ୍ବନ ଆଦେଶ ଜାରି କରାଯିବ। ଯେଉଁ ଓଏଏସ୍‌ ପାଇଥିବା ନୂଆ ଅଫିସରମାନେ ଏବେ ଟ୍ରେନିଂରେ ଅଛନ୍ତି ସେମାନଙ୍କ ମଧ୍ୟରୁ କେତେଜଣ ଅଧିକାରୀ ସସ୍‌ପେଣ୍ଡ ହେବା ଅଫିସରଙ୍କ ସ୍ଥାନରେ ନିଯୁକ୍ତି ପାଇବେ ବୋଲି ବିଭାଗ ପକ୍ଷରୁ ସୂଚାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri