ଡିଜେ, ବାଣ ଫୁଟା ନିୟମ ନ ମାନିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର,୧୪।୧୨(ବ୍ୟୁରୋ): ବିବାହ ପ୍ରେଶେସନରେ ମାନୁନାହାନ୍ତି କରୋନା କଟକଣା। ମନ ଇଚ୍ଛା ଡିଜେ ବଜାଇ ବାଣ ଫୁଟାଇ ଧୂମଧାମ୍‌ରେ ନାଚୁଛନ୍ତି ବରଯାତ୍ରୀ। ଡିଜେ ସାଉଣ୍ଡରେ ବରିଷ୍ଠ ନାଗରିକ, ଦୃଦ୍‌ରୋଗ ଆକ୍ରାନ୍ତ ବ୍ୟକ୍ତି, ଛୋଟ ପିଲାଙ୍କୁ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି । ଏନେଇ ଡିଜେ ଓ ବାଣଫୁଟା ନିୟମ ନ ମାନିଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଭୁବନେଶ୍ବର ଡିସିପି ଉମାଶଙ୍କର ଦାସ କହିଛନ୍ତି। ରାଜଧାନୀରେ ରାତି ୧୦ ପରେ ବିବାହ ଉତ୍ସବରେ ଡିଜେ ବାଜୁଥିବା ଅଭିଯୋଗ ଆସିଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜଧାନୀରେ ବାହାଘର ଏବଂ ଅନ୍ୟାନ୍ୟ ଉତ୍ସବ ପାଇଁ ବିଏମ୍‌ସି ପକ୍ଷରୁ କଟକଣା ରହିଛି। ହେଲେ କରୋନା ସ୍ଥିତିରେ ସୁଧାର ଆସିବା ପରେ ସାମାଜିକ କାର୍ଯ୍ୟକ୍ରମ, ବିଶେଷ କରି ବିବାହ ଉତ୍ସବ ପାଇଁ ଅନୁମତି ମିଳିଛି। ଏଥି ସହିତ ରାତି ୧୦ଟା ପରେ କେହି ଡିଜେ ବଜାଇ ପାରିବେ ନାହିଁ କି ବାଣ ଫୁଟାଇ ବୋଲି ନିୟମ ରହିଛି। ହେଲେ ଏହି ନିର୍ଦ୍ଦେଶକୁ ଅବମାନନା କରାଯାଉଥିବା ଅଭିଯୋଗ ହେଉଛି। ଏ ନେଇ କଠୋର ଆଭିମୁଖ୍ୟ ଗ୍ରହଣ କରିଛି କମିଶନରେଟ ପୋଲିସ । ନିୟମ ଅବମାନନା କରି ରାତି ୧୦ଟା ପରେ ଡିଜେ ବଜାଉଥିବା ନଜରକୁ ଆସିଲେ ପୋଲିସକୁ ଜଣାଇବାକୁ ଡିସିପି ଅନୁରୋଧ କରିଛନ୍ତି। ଏନେଇ କମିଶନରେଟ ପୋଲିସ ପକ୍ଷରୁ ହେଲ୍ପ ଲାଇନ ନମ୍ବର ୦୬୭୪-୨୫୪୦୨୯୪ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଖୁସି ଖବର: ଏତିକି ପ୍ରତିଶତ ବୋନସ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର, ୧୩।୭: କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ ସିଜନାଲ ଷ୍ଟାଫଙ୍କ ପାଇଁ ଖୁସି ଖବର। ବୋନସ ଓ ପ୍ରୋତ୍ସାହନ ରାଶି ପ୍ରଦାନକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ।କେନ୍ଦୁପତ୍ର ମୂଲ୍ୟରେ…

ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

କଟକ,୧୩।୭(ପ୍ରଭୁ କଲ୍ୟାଣ ପାଲ୍‌): ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ପାଠ୍ୟପୁସ୍ତକର ପ୍ରସ୍ତୁତି, ଅନୁମୋଦନ ଏବଂ ପ୍ରକାଶନ ପ୍ରକ୍ରିୟାରେ ହୋଇଥିବା ଅନିୟମିତତାର ତଦନ୍ତ ଭାର ଆଜି…

ପ୍ରଶାନ୍ତ କିଶୋରଙ୍କ ମୋଟ ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍‌

ପାଟନା,୧୩।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନକୁ ନେଇ ରାଜନୈତିକ ଚର୍ଚ୍ଚା ମଧ୍ୟରେ ଜନ ସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କ ସମ୍ପତ୍ତି ସମ୍ପର୍କିତ ବିବରଣୀ ପ୍ରକାଶ…

ପ୍ରଭାତଙ୍କୁ ବିଶ୍ୱାସଘାତକ କହିଲେ ନବୀନ, ଜବାବରେ ପ୍ରଭାତ ବିଶ୍ବାଳ କହିଲେ ଏମିତି…ରାଜନୀତିରେ ଚହଳ

ଭୁବନେଶ୍ୱର, ୧୩।୭: ପ୍ରଭାତ ବିଶ୍ୱାଳଙ୍କ ଉପରେ ବର୍ଷିଲେ ନବୀନ ପଟ୍ଟନାୟକ। ପ୍ରଭାତଙ୍କୁ ବିଶ୍ୱାସଘାତକ କହି ଟାର୍ଗେଟ୍‌ କରିଛନ୍ତି। ଚୌଦ୍ବାର ବିଜେଡି କର୍ମୀଙ୍କୁ ସମ୍ବୋଧନ ବେଳେ ଏପରି କହିଛନ୍ତି…

ପ୍ରେମିକାଙ୍କୁ ଦେଖାକରିବାକୁ ଆସିଥିଲେ, ହଠାତ୍‌ ମା’ ଆସିଯିବାରୁ…

ଭୁବନେଶ୍ୱର,୧୩।୭: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଜଳବାୟୁ ଟାୱାର ତଳୁ ଛାତ୍ରଙ୍କ ମୃତଦେହ ମିଳିବା ଘଟଣାରେ ଏକ ବଡ଼ ଖୁଲାସା ହୋଇଛି। ପ୍ରେମିକାକୁ ଦେଖା କରିବାକୁ ଆସିଥିଲା ବେଳେ ୧୦ମ…

ଲର୍ଡସରେ ଇତିହାସ ରଚିଲା ଟିମ୍‌ଇଣ୍ଡିଆ: ୧୪୨ ବର୍ଷ ପରେ…

ଲର୍ଡସ,୧୩।୭: ଲର୍ଡସରେ ଭାରତ ଇଂଲଣ୍ଡକୁ ୨୭୦ ରନରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ୧୪୨ ବର୍ଷର ଇତିହାସରେ ଲର୍ଡସରେ ଖେଳାଯାଇଥିବା ଏହା ପ୍ରଥମ ମହିଳା…

ଆପାର୍ଟମେଣ୍ଟ ତଳୁ ମିଳିଲା ମୃତଦେହ

ଭୁବନେଶ୍ୱର,୧୩।୭: ଭୁବନେଶ୍ବର ନୀଳାଦ୍ରି ବିହାର ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟ ତଳୁ ଜଣେ ବ୍ୟକ୍ତିଙ୍କ ମୃତଦେହ ସୋମବାର ପୋଲିସ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ଜଣାପଡି ନାହିଁ।…

ଛେଳି ଚରାଇବାକୁ ଯାଇଥିଲେ ଫଗନୁ: ପଛପଟୁ ଆକ୍ରମଣ କଲା ଭାଲୁ: ଆଉ ତା’ପରେ ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଝରିଗାଁ, ୧୩।୭(କିଶୋର ଚନ୍ଦ୍ର ମଣ୍ଡଳ): ଜଙ୍ଗଲ ନଷ୍ଟ, ହିଂସ୍ରଜନ୍ତୁ ଏବେ ଗାଁ ମୁହାଁ। ଖାଦ୍ୟ ଅନ୍ବେଷଣରେ ଥିବା ମାଇ ଭାଲୁ ଏବେ ରକ୍ତମୁଖା l ଏହା ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri