ନିଯୁକ୍ତି ନ ଦେଲେ ମାସିକ ୬ ହଜାର ଦିଅ

ଭୁବନେଶ୍ୱର,୨୦ା୧(ବ୍ୟୁରୋ): ରାଷ୍ଟ୍ରୀୟ ମଜଦୁର କଂଗ୍ରେସ, ଯୁବ ଶାଖା ତରଫରୁ ବିଭିନ୍ନ ଦାବି ନେଇ ସୋମବାର ରାଜ୍ୟରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ସତ୍ୟାଗ୍ରହ ଅନୁଷ୍ଠିତ ହୋଇଯାଇଛି। ଏହି କ୍ରମରେ ରାଷ୍ଟ୍ରୀୟ ମଜଦୁର କଂଗ୍ରେସ ଯୁବ ଶାଖା ରାଜ୍ୟ ସଭାପତି ସତ୍ୟବ୍ରତ ନାୟକଙ୍କ ନେତୃତ୍ୱରେ ଭୁବନେଶ୍ୱରସ୍ଥିତ ଅତିରିକ୍ତ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ସାରା ଦେଶରେ ବିମୁଦ୍ରୀକରଣ, ଭୁଲ ଜିଏସ୍‌ଟି ଏବଂ ସାଂପ୍ରତିକ କୋଭିଡ୍‌-୧୯ ଜନିତ ସଂକ୍ରମଣ ପରିସ୍ଥିତିରେ ଦେଶରେ ଓ ସାରା ରାଜ୍ୟରେ ଏକ ଅସ୍ବାଭାବିକ ପରିସ୍ଥିତି ସୃଷ୍ଟି ହୋଇଛି। କ୍ଷୁଦ୍ର ଓ ମଧ୍ୟମ ଶିଳ୍ପଗୁଡ଼ିକର ଅଚଳାବସ୍ଥା ଫଳରେ ୧୧ କୋଟି ଶ୍ରମିକ ଓ କର୍ମଚାରୀ ଉତ୍କଟ ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ୧୩.୯ କୋଟି ପ୍ରବାସୀ ଶ୍ରମିକମାନଙ୍କର ରୋଜଗାର ବିପର୍ଯ୍ୟସ୍ତ ହେବା ସହ ୧୧୦୦ରୁ ଊର୍ଦ୍ଧ୍ୱ ପ୍ରବାସୀ ଶ୍ରମିକ ଘରକୁ ଫେରିବା ରାସ୍ତାରେ ମୃତ୍ୟୁବରଣ କରିଛନ୍ତି। ଠିକା କର୍ମଚାରୀମାନେ ରୋଜଗାର ହରାଇଛନ୍ତି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଖାଲିଥିବା ପଦବୀଗୁଡ଼ିକ ପୂରଣ କରାଯାଉନାହିଁ। କୋଭିଡ୍‌-୧୯ରେ କାର୍ଯ୍ୟ କରୁଥିବା ହଜାର ହଜାର ସ୍ବାସ୍ଥ୍ୟ ସହାୟିକା, ନର୍ସ, ଏଏନ୍‌ଏମ୍‌ମାନଙ୍କୁ ଚାକିରିରୁ ବହିଷ୍କାର କରିବା ଫଳରେ ସେମାନେ ଭୁବନେଶ୍ୱର ରାଜରାସ୍ତାରେ ବସିଛନ୍ତି। ବେରୋଜଗାର, ଦରଦାମ ବୃଦ୍ଧି ହେତୁ ଯୁବ ସମାଜ ବିଶେଷ ଭାବେ ପ୍ରଭାବିତ ହୋଇଛନ୍ତି। ସମସ୍ତ ବେକାର ଯୁବକମାନଙ୍କୁ ଚାକିରି ଦିଆଯାଉ, ନଚେତ ମାସିକ ୬୦୦୦ ଟଙ୍କା ଭତ୍ତା ଦେବା ଏବଂ ରୋଜଗାର ହରାଇଥିବା ଶ୍ରମିକମାନଙ୍କୁ ନିଯୁକ୍ତିି ଦେବା ଆଦି ୭ ଦଫା ଦାବି କରିଛନ୍ତି। ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ମଜଦୁର କଂଗ୍ରେସର ରାଜ୍ୟ ସଭାପତି ରାମଚନ୍ଦ୍ର ଖୁଣ୍ଟିଆ, ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ, ସାଧାରଣ ସମ୍ପାଦକ କିଶୋର ଜେନା, ରାଷ୍ଟ୍ରୀୟ ମଜଦୁର କଂଗ୍ରେସର ଯୁବ ଶାଖା ଭୁବନେଶ୍ୱର ଜିଲା ସଭାପତି ଜୟକୃଷ୍ଣ ମାଲିଆ, ବରିଷ୍ଠ କଂଗ୍ରେସ ନେତା ଶିବାନନ୍ଦ ରାୟଙ୍କ ସମେତ ପ୍ରମୁଖ କର୍ମକର୍ତ୍ତାମାନେ ଯୋଗ ଦେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋକପାତ କରିଥିଲେ। ରାଷ୍ଟ୍ରୀୟ ମଜଦୁର କଂଗ୍ରେସ, ଭୁବନେଶ୍ୱର ଜିଲା ସଭାପତି ଜୟକୃଷ୍ଣ ମାଲିଆ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ରନ୍ଧନ ଗ୍ୟାସ୍‌ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ

ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍‌ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍‌ ସମୟରେ ଗ୍ୟାସ୍‌ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri