ନିଯୁକ୍ତି ନ ଦେଲେ ମାସିକ ୬ ହଜାର ଦିଅ

ଭୁବନେଶ୍ୱର,୨୦ା୧(ବ୍ୟୁରୋ): ରାଷ୍ଟ୍ରୀୟ ମଜଦୁର କଂଗ୍ରେସ, ଯୁବ ଶାଖା ତରଫରୁ ବିଭିନ୍ନ ଦାବି ନେଇ ସୋମବାର ରାଜ୍ୟରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ସତ୍ୟାଗ୍ରହ ଅନୁଷ୍ଠିତ ହୋଇଯାଇଛି। ଏହି କ୍ରମରେ ରାଷ୍ଟ୍ରୀୟ ମଜଦୁର କଂଗ୍ରେସ ଯୁବ ଶାଖା ରାଜ୍ୟ ସଭାପତି ସତ୍ୟବ୍ରତ ନାୟକଙ୍କ ନେତୃତ୍ୱରେ ଭୁବନେଶ୍ୱରସ୍ଥିତ ଅତିରିକ୍ତ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ସାରା ଦେଶରେ ବିମୁଦ୍ରୀକରଣ, ଭୁଲ ଜିଏସ୍‌ଟି ଏବଂ ସାଂପ୍ରତିକ କୋଭିଡ୍‌-୧୯ ଜନିତ ସଂକ୍ରମଣ ପରିସ୍ଥିତିରେ ଦେଶରେ ଓ ସାରା ରାଜ୍ୟରେ ଏକ ଅସ୍ବାଭାବିକ ପରିସ୍ଥିତି ସୃଷ୍ଟି ହୋଇଛି। କ୍ଷୁଦ୍ର ଓ ମଧ୍ୟମ ଶିଳ୍ପଗୁଡ଼ିକର ଅଚଳାବସ୍ଥା ଫଳରେ ୧୧ କୋଟି ଶ୍ରମିକ ଓ କର୍ମଚାରୀ ଉତ୍କଟ ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ୧୩.୯ କୋଟି ପ୍ରବାସୀ ଶ୍ରମିକମାନଙ୍କର ରୋଜଗାର ବିପର୍ଯ୍ୟସ୍ତ ହେବା ସହ ୧୧୦୦ରୁ ଊର୍ଦ୍ଧ୍ୱ ପ୍ରବାସୀ ଶ୍ରମିକ ଘରକୁ ଫେରିବା ରାସ୍ତାରେ ମୃତ୍ୟୁବରଣ କରିଛନ୍ତି। ଠିକା କର୍ମଚାରୀମାନେ ରୋଜଗାର ହରାଇଛନ୍ତି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଖାଲିଥିବା ପଦବୀଗୁଡ଼ିକ ପୂରଣ କରାଯାଉନାହିଁ। କୋଭିଡ୍‌-୧୯ରେ କାର୍ଯ୍ୟ କରୁଥିବା ହଜାର ହଜାର ସ୍ବାସ୍ଥ୍ୟ ସହାୟିକା, ନର୍ସ, ଏଏନ୍‌ଏମ୍‌ମାନଙ୍କୁ ଚାକିରିରୁ ବହିଷ୍କାର କରିବା ଫଳରେ ସେମାନେ ଭୁବନେଶ୍ୱର ରାଜରାସ୍ତାରେ ବସିଛନ୍ତି। ବେରୋଜଗାର, ଦରଦାମ ବୃଦ୍ଧି ହେତୁ ଯୁବ ସମାଜ ବିଶେଷ ଭାବେ ପ୍ରଭାବିତ ହୋଇଛନ୍ତି। ସମସ୍ତ ବେକାର ଯୁବକମାନଙ୍କୁ ଚାକିରି ଦିଆଯାଉ, ନଚେତ ମାସିକ ୬୦୦୦ ଟଙ୍କା ଭତ୍ତା ଦେବା ଏବଂ ରୋଜଗାର ହରାଇଥିବା ଶ୍ରମିକମାନଙ୍କୁ ନିଯୁକ୍ତିି ଦେବା ଆଦି ୭ ଦଫା ଦାବି କରିଛନ୍ତି। ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ମଜଦୁର କଂଗ୍ରେସର ରାଜ୍ୟ ସଭାପତି ରାମଚନ୍ଦ୍ର ଖୁଣ୍ଟିଆ, ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ, ସାଧାରଣ ସମ୍ପାଦକ କିଶୋର ଜେନା, ରାଷ୍ଟ୍ରୀୟ ମଜଦୁର କଂଗ୍ରେସର ଯୁବ ଶାଖା ଭୁବନେଶ୍ୱର ଜିଲା ସଭାପତି ଜୟକୃଷ୍ଣ ମାଲିଆ, ବରିଷ୍ଠ କଂଗ୍ରେସ ନେତା ଶିବାନନ୍ଦ ରାୟଙ୍କ ସମେତ ପ୍ରମୁଖ କର୍ମକର୍ତ୍ତାମାନେ ଯୋଗ ଦେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋକପାତ କରିଥିଲେ। ରାଷ୍ଟ୍ରୀୟ ମଜଦୁର କଂଗ୍ରେସ, ଭୁବନେଶ୍ୱର ଜିଲା ସଭାପତି ଜୟକୃଷ୍ଣ ମାଲିଆ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ମେ’ ୨୦ରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ।

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri