‘ଟିକେଟ ନ ମିଳିଲେ ସ୍ବାଧୀନ ଭାବେ ଲଢ଼ିବେ ଅନୁଭବ’

ଖଣ୍ଡପଡ଼ା,୨୩ା୪(ଅଜୟ କୁମାର ମହାରଣା):ନୟାଗଡ଼ ଜିଲାର ବିଭିନ୍ନ ବିଧାନସଭା କ୍ଷେତ୍ର ପାଇଁ ବିଜେଡି ପ୍ରାର୍ଥୀ ଚୟନ କରିସାରିଥିବାବେଳେ ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଘୋଷଣା ବାକି ରହିଛି। ବିଜେଡି ପକ୍ଷରୁ ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ଚାଲୁ ରଖିଥିବା ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ ଟିକେଟ ପାଇବାର ଆଶା ନେଇ କାର୍ଯ୍ୟକ୍ରମ ଚାଲୁ ରଖିଛନ୍ତି। ମାତ୍ର ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇ ନ ଥିବାରୁ ସେ ଓ ଅନ୍ୟ ଆଶାୟୀମାନେ ଆଶଙ୍କାରେ ରହିଛନ୍ତି। ନିର୍ବାଚନକୁ ଦୃଷ୍ଟିରେ ରଖି ଅନୁଭବଙ୍କ ଆବାହକତ୍ୱରେ ଖଣ୍ଡପଡ଼ା ଅରୁଣ ନିବାସରେ ରବିବାର ସନ୍ଧ୍ୟାରେ ଏକ ବୈଠକ ବସିଥିଲା। ଏଥିରେ ନିର୍ବାଚନମଣ୍ଡଳୀର ବିଭିନ୍ନ ପଞ୍ଚାୟତରୁ ବିଜେଡିର ଛାମୁଆ ନେତା, ପଞ୍ଚାୟତସ୍ତରୀୟ ଜନପ୍ରତିନିଧି, ସଙ୍ଗଠକ ଓ କର୍ମୀମାନେ ଯୋଗଦେଇଛନ୍ତି। ପ୍ରାର୍ଥୀ ଘୋଷଣା ନ ହେବା ନେଇ ବୈଠକରେ ଉଦ୍‌ବେଗ ପ୍ରକାଶ ପାଇବା ସହ ସେ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଛି। ବିଜେଡି ଟିକେଟ ପାଇଁ ପ୍ରମୁଖ ଦାବିଦାର ଥିବା ଅନୁଭବଙ୍କୁ ଯଦି ଦଳ ପକ୍ଷରୁ ଅଣଦେଖା କରାଯାଏ, ତାହାହେଲେ ବିଦ୍ରୋହର ସ୍ବର ଉଠିବା ସହ ବିକଳ୍ପ ବ୍ୟବସ୍ଥା କରାଯିବ ବୋଲି ବୈଠକରେ ମତ ପ୍ରକାଶ ପାଇଛି। ଏପରି କି ଦଳୀୟ ଟିକେଟରୁ ବଞ୍ଚତ୍ତ ହେଲେ ଅନୁଭବ ସ୍ବାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହେବେ ବୋଲି ବହୁ ପୁରୁଖା ନେତା ମତ ଦେଇଛନ୍ତି। ଏହାକୁ ବୈଠକରେ ଉପସ୍ଥିତ ଶତାଧିକ କର୍ମୀ ଓ ସଙ୍ଗଠକ କରତାଳି ମାଧ୍ୟମରେ ସ୍ବାଗତ କରିଛନ୍ତି। ବୈଠକରେ ସାଂସଦଙ୍କ ପ୍ରତିନିଧି ଚନ୍ଦ୍ରକାନ୍ତ ବଳିୟାରସିଂ, ପୂର୍ବତନ ସରପଞ୍ଚ ଶରତ ଚନ୍ଦ୍ର ସାହୁ, ସବେଶ୍ୱର ସ୍ବାଇଁ, ଶିକ୍ଷାବିତ୍‌ ଜନ୍ମେଜୟ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ରେ ଅଧିକ ସାମଗ୍ରୀ ନେବା ହେଲା ସହଜ! କନ୍‌ଫର୍ମ ଟିକେଟ୍‌ରେ ଆରମ୍ଭ ହେଲା ଅନ୍‌ଲାଇନ୍ ଲଗେଜ୍ ବୁକିଂ

ନୂଆଦିଲ୍ଲୀ,୩୧।୭: ଭାରତୀୟ ରେଳ ୩୧ ଜୁଲାଇରୁ କନ୍‌ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍‌ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି।…

ବଡ଼ ଘୋଷଣା କଲେ ଅଭିଜିତ ଦୀପକେ! ରାଜନୀତିକୁ ଆସିବା ନେଇ… ପଡିଗଲା ଚହଳ

ନୂଆଦିଲ୍ଲୀ,୩୧।୭: ‘କକ୍ରୋଚ ଜନତା ପାର୍ଟି’ (CJP) ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏକ ସାକ୍ଷାତକାରରେ ନିଟ (NEET) ପ୍ରଶ୍ନପତ୍ରଲିକ ସଂଶୋଧନ ବିଲ, ଛାତ୍ର ଆନ୍ଦୋଳନ ଏବଂ ସରକାରଙ୍କ…

‘ଭଞ୍ଜ ସାହିତ୍ୟର ସୃଜନଶୀଳତାକୁ ନେଇ ଚିନ୍ତନର ଆବଶ୍ୟକତା ରହିଛି’

ଭଞ୍ଜନଗର,୩୧ା୭(ବାବୁଲା ପ୍ରଧାନ): ଓଡ଼ିଆ ସାହିତ୍ୟ ଜଗତର ଅମର ସ୍ରଷ୍ଟା କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସାହିତ୍ୟ ଓ ସୃଜନଶୀଳତାକୁ ନେଇ ଗଭୀର ଆଲୋଚନା ଓ ଚିନ୍ତନର ଆବଶ୍ୟକତା ରହିଛି।…

ଆଉ ୧୨ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୩୧।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସାଙ୍ଗକୁ ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଜଳଭଣ୍ଡାରରୁ ପୁଣିଥରେ ଦୁଇଟି ପର୍ଯ୍ୟାୟରେ…

‘ଆମ ପାଖରେ ଧୋନି ନାହାଁନ୍ତି,’ ଇଂଲଣ୍ଡ ପ୍ରଶିକ୍ଷକ ହେବା ପରେ ଷ୍ଟିଫେନ ଫ୍ଲେମିଂଙ୍କୁ ‘ଚେତାବନୀ’ ମିଳିଛି

ନୂଆଦିଲ୍ଲୀ,୩୧।୭: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ସହିତ ଦୀର୍ଘ ସମୟ ଧରି କାର୍ଯ୍ୟ କରିଥିବା ଷ୍ଟିଫେନ ଫ୍ଲେମିଂଙ୍କୁ ଏବେ ଇଂଲଣ୍ଡ ଟେଷ୍ଟ ଦଳର ପ୍ରଶିକ୍ଷକ ନିଯୁକ୍ତ କରାଯାଇଛି।…

ବନ୍ୟା ବିପନ୍ନଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ, ମିଳିବ…

ଭୂବନେଶ୍ୱର,୩୧।୭: ବନ୍ୟାସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀରେ ବନ୍ୟା ଜଳ ବଢୁଥିବା ଗଣମାଧ୍ୟମ ଆଗରେ ମନ୍ତ୍ରୀ ପ୍ରକାଶ କରିଛନ୍ତି। କେବଳ…

ସାଧୁ ବେଶରେ ସଂସଦ ଆସିଲେ ପପ୍ପୁ ଯାଦବ, ଦାନ ଦେଲେ ଏମପି

ପାଟନା,୩୧।୭: ବିହାର ପୁର୍ନିଆର ଏମପି ପପ୍ପୁ ଯାଦବ ଅଯୋଧ୍ୟା ରାମ ମନ୍ଦିର ଚାନ୍ଦା ସଂଗ୍ରହରେ କଥିତ ଅନିୟମିତତା ପ୍ରସଙ୍ଗକୁ ନେଇ ସଂସଦ ପରିସରରେ ପ୍ରତିବାଦ କରିଛନ୍ତି ।…

ବସ୍‌ ଷ୍ଟପ ଅଛି, ବସ୍‌ ଆସୁନାହିଁ: ମୁଖ୍ୟମନ୍ତ୍ରୀ ବସ୍‌ ସେବାରୁ ବଞ୍ଚିତ ଅଞ୍ଚଳବାସୀ

ଅମରପାଲି,୩୧ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ପଞ୍ଚାୟତର ସୀମାବର୍ତ୍ତୀ ଉପାନ୍ତ ଗ୍ରାମ ସାହାଜଲଥାରେ ସରକାରୀ ଖର୍ଚ୍ଚରେ ଯାତ୍ରୀ ପ୍ରତୀକ୍ଷାଳୟ (ବସ୍‌ ଷ୍ଟପ୍‌) ନିର୍ମାଣ ହୋଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri