ଟିକା ନ ନେଲେ କଟିପାରେ ଦରମା

ଭୁବନେଶ୍ୱର, ୬।୨(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ପ୍ରଥମ ପର୍ଯ୍ୟାୟ କରୋନା ଟିକାକରଣ ଚାଲିଛି। ସ୍ବାସ୍ଥ୍ୟକର୍ମୀ ଓ ଅଙ୍ଗନଓ୍ବାଡ଼ି କର୍ମୀଙ୍କୁ ଟିକା ଦିଆଯାଉଛି। ତେବେ ଅଧିକାଂଶ କୋଓ୍ବିନ୍‌ ଆପ୍‌ରେ ପଞ୍ଜୀକରଣ କରି ଆସୁ ନ ଥିବାରୁ ଟିକାଦାନ ହାର ବଢ଼ୁନି। କଟକ ସମେତ କେତେକ ଜିଲାରେ ଏହି ହାର ବହୁତ କମ୍‌ ରହିଛି। ଏହାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଟିକା ନ ନେଲେ ଦରମା ବନ୍ଦ କରାଯିବ ବୋଲି ଚେତାବନୀ ଦେଇଛନ୍ତି। ଏ ସଂକ୍ରାନ୍ତରେ ଜିଲାପାଳ ଭାବନୀ ଶଙ୍କର ଚୟନୀ ସିଏମ୍‌ସି କମିଶନର, ଏସ୍‌ସିବି ଅଧୀକ୍ଷକ ଓ ସିଡିଏମ୍‌ଓଙ୍କୁ ଚିଠି ଲେଖିଛନ୍ତି। ତେବେ ଏଯାଏ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏପରି ନିର୍ଦ୍ଦେଶ ହୋଇ ନ ଥିଲେ ମଧ୍ୟ ପ୍ରତି ଜିଲା ପ୍ରଶାସନ ଏପରି ପଦକ୍ଷେପ ନେଇପାରିବେ ବୋଲି କୁହାଯାଇଛି। ଆଗକୁ ଅନ୍ୟସବୁ ଜିଲାରେ ମଧ୍ୟ ଏପରି ଦରମାବନ୍ଦର ପଦକ୍ଷେପ ନିଆଯିବା ସମ୍ଭାବନା ରହିଥିବା ସୂଚନା ମିଳିଛି।
ଏପଟେ ଶନିବାରଠାରୁ ସମ୍ମୁଖ ଯୋଦ୍ଧାଙ୍କୁ ଟିକା ଦିଆଯିବ। ୩ସପ୍ତାହ ଧରି ଏହି ଟିକାକରଣ ଚାଲିବ। ଏଥିପାଇଁ ତାଲିକା ପ୍ରସ୍ତୁତ ହୋଇଛି। ପ୍ରଥମ ପର୍ଯ୍ୟାୟରେ ପୋଲିସ ଡିଜି, ଏସ୍‌ପି, ଜିଲାପାଳ ଓ ପୋଲିସ ବିଭାଗର ବରିଷ୍ଠ ଅଧିକାରୀ ଟିକା ନେବେ। ଏହାଛଡ଼ା ଗୃହ, ନଗର ଉନ୍ନୟନ ଓ ରାଜସ୍ବ ବିଭାଗର ଅଧିକାରୀଙ୍କ ତାଲିକା ମଧ୍ୟ ପ୍ରସ୍ତୁତ ହୋଇଛି। ଏ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଓ ଜନସ୍ବାସ୍ଥ୍ୟ ଅଧିକାରୀଙ୍କୁ ଚିଠି ଲେଖାଯାଇଛି। ଟିକା ନେବା ପରେ ସେମାନେ ଫଟୋ ସହିତ ଟୁଇଟ୍‌ କରିବେ। ଏହି ଟିକା ସୁରକ୍ଷିତ ଏବଂ ଏହାର କୌଣସି ପାର୍ଶ୍ୱ ପ୍ରତିକ୍ରିୟା ନାହିଁ ବୋଲି ସେମାନେ ଜଣାଇବେ। ଫଳରେ ଅନ୍ୟମାନଙ୍କ ମଧ୍ୟରେ ସଚେତନତା ଏବଂ ଆତ୍ମବିଶ୍ୱାସ ସୃଷ୍ଟି ହେବ।
ଅପରପକ୍ଷରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ଶୁକ୍ରବାର ଟିକା ନେଇଛନ୍ତି। କ୍ୟାପିଟାଲ ହସ୍ପିଟାଲରେ କରୋନା ଟିକା ନେବାପରେ ମହାପାତ୍ର ପ୍ରତିକ୍ରିୟା ରଖି କହିଛନ୍ତି, କରୋନା ଟିକା ସମ୍ପୂର୍ଣ୍ଣ ନିରାପଦ। ନିଜ ପାଳି ଆସିଲେ ଆଗେଇ ଆସି କରୋନା ଟିକାର ଦୁଇଟି ଯାକ ଡୋଜ୍‌ ନିଅନ୍ତୁ ଓ କରୋନା ଠାରୁ ଦୂରେଇ ରୁହନ୍ତୁ ବୋଲି ସେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ ସହ ସଂଘର୍ଷ କରୁଛନ୍ତି ପିଣ୍ଟୁ: ଚିକିତ୍ସା ପାଇଁ ସହଯୋଗର ହାତ ବଢେଇଲା ବିଜେଡି ପ୍ରତିନିଧି ଦଳ

ଗଞ୍ଜାମ, ୨୩।୭: (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତ ଅରଣ ପୁର ଗ୍ରାମର ଅଭି ତରାଇଙ୍କ ପୁଅ ପିଣ୍ଟୁ ତରାଇ ମସ୍ତିଷ୍କ ରୋଗରେ…

୧୦ ଆପାର୍ଟମେଣ୍ଟ, ୨ କିଲୋ ସୁନା, ପୁଳାପୁଳା ଟଙ୍କା: ସରକାରୀ ଇଞ୍ଜିନିୟରଙ୍କ ସମ୍ପତ୍ତି ଜାଣିଲେ ଇଡ଼ିଯିବ ହୋଶ୍‌

ହାଇଦ୍ରାବାଦ,୨୩।୭:ସରକାରୀ ବ୍ୟବସ୍ଥା ମଧ୍ୟରେ ଦୁର୍ନୀତି ଦମନ ପାଇଁ ପ୍ରୟାସ ଜାରି ରହିଥିବା ବେଳେ ଏହା ଥମୁନି। ସରକାରୀ ଅଧିକାରୀମାନେ ଲାଞ୍ଚ ଦେଇ ଅବୈଧ ସମ୍ପତ୍ତି ସଂଗ୍ରହ କରିବାର…

ଖାଇବାକୁ ପାଉନାହାନ୍ତି ଆମିର ଖାନଙ୍କ ଭାଇ, ସ୍ତ୍ରୀ ଆଣିଲେ ଶାରୀରିକ ଶୋଷଣର ଅଭିଯୋଗ

ନୂଆଦିଲ୍ଲୀ,୨୩।୭: ‘କରିଶ୍ମା କା କରିଶ୍ମା’, ‘ଶରାରତ୍’ ଏବଂ ‘ବଡ଼େ ଅଚ୍ଛେ ଲଗତେ ହୈଁ’ ଭଳି ସୋ’ରେ ନିଜ ଭୂମିକା ପାଇଁ ଜଣାଶୁଣା ଅଭିନେତ୍ରୀ ଇଭା ଗ୍ରୋଭର, ନିକଟରେ…

ଗାଁରେ ବଢିଲା ଉତ୍ତେଜନା: ୭ ଆଦିବାସୀ ନେତାଙ୍କୁ ରାତିଅଧିଆ ଉଠାଇନେଲା ପୋଲିସ

ବଲାଙ୍ଗୀର, ୨୩।୭(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆଁପାଲି ଗାଁରେ ଉତ୍ତେଜନା ବଢ଼ିବାରେ ଲାଗିଛି। ବୁଧବାର ବିଳମ୍ବିତ ରାତିରେ ଗାଁର ୭…

୨୦୨୭ରେ ଏହି ୪ ରାଶି ହେବେ ମାଲାମାଲ: ଚାରିଆଡ଼ୁ ମିଳିବ ଶୁଭ ଫଳ

ସନାତନ ଧର୍ମରେ ଶନି ଦେବଙ୍କୁ ନ୍ୟାୟର ଦେବତା ଭାବରେ ପୂଜା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଏହାର…

ଏହିମାନେ ପାଇବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରକାଶ ପାଇଲା ତାଲିକା, ଲିଷ୍ଟରେ ଅଛନ୍ତି…

କେସିଙ୍ଗା,୨୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦିଆଯାଇଥିବାକୁ ନେଇ ଜିଲାପାଳଙ୍କ ନିକଟରେ ଇତିମଧ୍ୟରେ ଅଭିଯୋଗ ହୋଇଛି। ପ୍ରଧାନମନ୍ତ୍ରୀ…

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri