Posted inଜାତୀୟ

ବୁଝାଇବା ପରେ ନ ବୁଝିଲେ ତେଜ୍ୟପୁତ୍ର ହେବେ ପାଇଲଟ !…

ଜୟପୁର,୨୫।୫ : ରାଜସ୍ଥାନରେ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଏବଂ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କ ମଧ୍ୟରେ ଚାଲିଥିବା ବିବାଦର ସମାଧାନ ପାଇଁ କଂଗ୍ରେସ ଦଳ ବର୍ତ୍ତମାନ ପ୍ରସ୍ତୁତି ଆରମ୍ଭ କରିଛି। ମେ ୨୬ ରେ ଅପରାହ୍ନରେ ଏଆଇସିସି ମୁଖ୍ୟାଳୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡକାଯାଇଛି । ରାଜ୍ୟ କଂଗ୍ରେସ ସଭାପତି ଗୋବିନ୍ଦ ସିଂ ଦୋଟାସାରା, ବିଧାନସଭା ବାଚସ୍ପତି ଡକ୍ଟର ସିପି ଜୋଶୀ, ରାଜ୍ୟ କଂଗ୍ରେସ ଦାୟିତ୍ୱରେ ଥିବା ସୁଖଜିନ୍ଦର ସିଂ ରନ୍ଧୱା ଏବଂ ତିନିଜଣ ସହ-ପ୍ରଭାରୀ ମଧ୍ୟ ଉପସ୍ଥିତ ରହିବେ। ସଚିନ ପାଇଲଟଙ୍କୁ ମଧ୍ୟ ଏହି ବୈଠକରେ ଡକାଯାଇଛି।

ସୂଚନାନୁସାରେ, କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଭୱଁର ଜିତେନ୍ଦ୍ର ସିଂ ମଧ୍ୟ ଏଆଇସିସି ସହିତ ସମଗ୍ର ମାମଲାର ସଂଯୋଜନା କରୁଛନ୍ତି। କଂଗ୍ରେସ ହାଇକମାଣ୍ଡ ମଧ୍ୟ କିଛି ମନ୍ତ୍ରୀଙ୍କ ପ୍ରଦର୍ଶନ ରିପୋର୍ଟ ଲୋଡିଛନ୍ତି। ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକ ଆଗାମୀ ଦିନର ସଙ୍କେତ ସମ୍ପର୍କରେ ସୂଚାଉଛି।

ସୂତ୍ରରୁ ପ୍ରକାଶ ନିର୍ବାଚନ ପୂର୍ବରୁ ଦଳ କ୍ଷତି ସହିବ ନାହିଁ ବୋଲି କଂଗ୍ରେସ ଦଳ ପ୍ରଥମେ ସଚିନ ପାଇଲଟଙ୍କୁ ଶାନ୍ତ କରିବା ପାଇଁ ସମସ୍ତ ପ୍ରକାର ଉଦ୍ୟମ କରୁଛି । ଯଦି ପାଇଲଟ ବୁଝାଇବା ପରେ ଅରାଜି ହୁଅନ୍ତି ଏବଂ ନିଜ ସରକାର ବିରୋଧରେ ଆନ୍ଦୋଳନ କରନ୍ତି। ତେବେ ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରିବ। ହୁଏତ ଅବୁଝା ପାଇଲଟଙ୍କୁ ହାଇକମାଣ୍ଡ ତେଜ୍ୟପୁତ୍ର କରି ପାର୍ଟିରୁ ବାହାରିବାର ବାଟ ଦେଖାଇପାରନ୍ତି ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri