ରାତ୍ରିଭୋଜନ ବିଳମ୍ବରେ କରୁଥିଲେ, ହୋଇଯାନ୍ତୁ ସାବଧାନ: ନ ହେଲେ ହେବ ଏସବୁ ରୋଗ

ବିଭିନ୍ନ କାର୍ଯ୍ୟବ୍ୟସ୍ତତା ସହ ପରିବାର ସଦସ୍ୟ ଓ ପିଲାଙ୍କ ଖାଇବା ପରେ ଅଧିକାଂଶ ମହିଳା ରାତ୍ରିଭୋଜନ ବିଳମ୍ବରେ କରିଥା’ନ୍ତି। ହେଲେ ନିଜ ଖାଦ୍ୟ ପ୍ରତି ଅବହେଳା କରିବସିବା ଯେ ଅପରପକ୍ଷେ ସେମାନଙ୍କ ସ୍ବାସ୍ଥ୍ୟ ଉପରେ ନକାରାତ୍ମକ ପ୍ରଭାବ ପକାଇଥାଏ ସେ ଦିଗରେ ସେମାନେ ଯତ୍ନଶୀଳ ନ ଥାନ୍ତି । ଯଦି ଆପଣଙ୍କର ବି ରାତ୍ରିଭୋଜନ ବିଳମ୍ବରେ କରିବାର ଅଭ୍ୟାସ ରହିଛି ତେବେ କେତୋଟି କଥା ନିହାତି ଜାଣିରଖନ୍ତୁ…
ମେଦବହୁଳତା: ଡେରିରେ ଖାଇବା ଦ୍ୱାରା ଖାଦ୍ୟ ହଜମ ନ ହୋଇ ପାରିବା କାରଣରୁ ଅନେକଙ୍କଠାରେ ମେଟାବଲିଜମ୍‌ ସ୍ତର ଅନିୟନ୍ତ୍ରିତ ହୋଇଥାଏ। ଶରୀରରେ ଅଧିକ କ୍ୟାଲୋରି ଜମାହେବା ଫଳରେ ମେଦବହୁଳତା ଦେଖାଦିଏ, ଯାହାକି ପରବର୍ତ୍ତୀ ସମୟରେ ଡାଇବେଟିସ୍‌, ବ୍ଲଡ୍‌ପ୍ରେସର ଭଳି ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାର କାରଣ ସାଜିଥାଏ।
ଦେଖାଦିଏ ପାଚନ ସମସ୍ୟା: ରାତି ଖାଇବା ଡେରି ହେଲେ ହଜମକ୍ରିୟା ବାଧାପ୍ରାପ୍ତ ହୁଏ। ଆଉ ଏକ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଅନେକେ ବିଳମ୍ବରେ ଖାଉଥିବାରୁ ସଙ୍ଗେ ସଙ୍ଗେ ଶୋଇପଡ଼ନ୍ତି। ଫଳରେ ବଦହଜମି, ଏସିଡିଟି ହେବା ସହ ଛାତି ଜଳିବା, ଆମ୍ବିଳା ହାକୁଟି ହେବା ଭଳି ସମସ୍ୟା ଦେଖାଦିଏ। ତେଣୁ ପ୍ରତ୍ୟେକ ମହିଳା ରାତିରେ ବିଳମ୍ବ ନ କରି ପ୍ରତିଦିନ ଖାଇବାର ଏକ ଠିକ୍‌ ସମୟ ନିର୍ଦ୍ଧାରଣ କରିବା ଆବଶ୍ୟକ। ଏହାଦ୍ୱାରା ଖାଇବା ପରେ ଅଳ୍ପ ସମୟ ଚାଲବୁଲ କିମ୍ବା ଘରର କାମ କରିବା ପାଇଁ ସମୟ ମିଳିବ, ଯାହାକି ଖାଦ୍ୟ ଭଲ ଭାବେ ହଜମ ହେବାରେ ସାହାଯ୍ୟ କରିବ।
ଦେଖାଦିଏ ନିଦ୍ରାହୀନତା: ଅନେକ ମହିଳା ରାତିରେ ନିଦ ହେଉ ନ ଥିବା ନେଇ ଅଭିଯୋଗ କରିଥାଆନ୍ତି। ହେଲେ ଏକ ଗବେଷଣା ରିପୋର୍ଟ ମୁତାବକ ରାତ୍ରିଭୋଜନ ବିଳମ୍ବରେ କରିବା ଦ୍ୱାରା ବଦହଜମୀ, ଗ୍ୟାସ୍‌ ଭଳି ବିଭିନ୍ନ ସମସ୍ୟା ଉପୁଜିବା ସହ ରାତିରେ ନିଦ୍ରା ବାଧାପ୍ରାପ୍ତ ହୋଇଥାଏ। କେବଳ ଏତିକି ନୁହେଁ, ମସ୍ତିଷ୍କ ଠିକ୍‌ ଭାବେ ବିଶ୍ରାମ ନ ପାଇବାରୁ କେତେକଙ୍କଠାରେ ଅଜବ ସ୍ବପ୍ନ ମଧ୍ୟ ଆସିଥାଏ।
ପ୍ରଭାବିତ କରେ ମାନସିକ ସ୍ବାସ୍ଥ୍ୟ: ବିଳମ୍ବିତ ରାତିରେ ଖାଇବା ଦ୍ୱାରା ହଜମକ୍ରିୟା ବାଧାପ୍ରାପ୍ତ ହେବା ସହ ଠିକ୍‌ ଭାବେ ନିଦ ନ ହେବା କାରଣରୁ ମାନସିକ ସ୍ତରରେ ନକାରାତ୍ମକ ପ୍ରଭାବ ପଡ଼ିଥାଏ। ବାରମ୍ବାର ଏପରି ହେବା ଦ୍ୱାରା ଚିଡ଼ିଚିଡ଼ା ଲାଗିବା, ଡିପ୍ରେଶନ ଭଳି ବିଭିନ୍ନ ମାନସିକ ସମସ୍ୟା ଦେଖାଦେଇଥାଏ। ତେଣୁ ଏସବୁ ସମସ୍ୟାଠୁ ଦୂରେଇରହିବା ଲାଗି ପ୍ରତିଦିନ ରାତିରେ ଶୀଘ୍ର ଖାଇବାକୁ ଚେଷ୍ଟା କରନ୍ତୁ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ

କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ।…

କ’ଣ ଏମିତି କହିଲା ତୁର୍କୀ? ଖପ୍ପା ହୋଇଗଲା Pakistan, ଜାଣନ୍ତୁ ପୂରା ଘଟଣା

ଇସଲାମାବାଦ,୩୧।୧: ଇସଲାମିକ ନାଟୋ ଗଠନ କରିବାକୁ ଚେଷ୍ଟା କରୁଥିବା Pakistanକୁ ତୁର୍କୀ ଏକ ଗୁରୁତ୍ୱପୂର୍ଣ୍ଣ ଧକ୍କା ଦେଇଛି। ତୁର୍କୀର ବୈଦେଶିକ ମନ୍ତ୍ରୀ ହାକାନ ଫିଦାନ ସ୍ପଷ୍ଟ କରିଛନ୍ତି…

ଗର୍ଜିଲେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗର ଲୋକେ, ସ୍ଥାୟୀ ଠିକଣା ଦାବି କରି…

ଦାରିଙ୍ଗବାଡ଼ି,୩୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶନିବାର ସର୍ବଭାରତୀୟ ମୂଳ ନିବାସୀ ସଂଘର ବିଭିନ୍ନ ଦାବିରେ ସଭା, ଶୋଭାଯାତ୍ରା ଓ ବିକ୍ଷୋଭ କରାଯାଇଛି। ସଂଘର ବ୍ଲକସ୍ତରୀୟ…

ସ୍କୁଲ ଛାତ୍ର ନିକଟରୁ ମିଳିଲା ବନ୍ଧୁକ: ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ

ବାହାନଗା, ୩୧। ୧(ଅରୂପ କୁମାର ଦାସ ): ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଶ୍ରୀଜଙ୍ଗସ୍ଥିତ ଦାସମହାପାତ୍ର ହାଇସ୍କୁଲର ଜଣେ ଛାତ୍ରଙ୍କ ବ୍ୟାଗରୁ ଏକ ବନ୍ଧୁକ ବାହାରିଥିଲା। ଏହି…

ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍‌ର ହେବ ଖୋଳତାଡ଼, ପାଖରୁ ମିଳିଲା…

ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି…

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

NCP ବିଧାୟକ ଦଳର ନେତା ନିର୍ବାଚିତ ହେଲେ Sunetra Pawar, ସନ୍ଧ୍ୟା ୫ଟାରେ ଉପ ମୁଖ୍ୟମନ୍ତ୍ରୀ ଶପଥ ନେବେ

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ବୈଠକରେ ନିଷ୍ପତ୍ତି ହୋଇଛି। ସୁନେତ୍ରା ପାୱାର ଉପମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବେ ଏବଂ ସା ୫ଟାରେ ଶପଥ ଗ୍ରହଣ କରିବେ।…

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଭାରତୀୟ ଖେଳାଳିଙ୍କୁ ଏମିତି କହିଦେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୩୧।୧: ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଶେଷ ସୁପର ୬ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ରବିବାର ଅନୁଷ୍ଠିତ ହେବ। ଏହି ମ୍ୟାଚ ଅତ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri