ଅନଲାଇନରେ ଠକେଇ ହେବାମାତ୍ରେ ଶୀଘ୍ର କରନ୍ତୁ ଏପରି: ପାଟପୁର ପୋଲିସ ପକ୍ଷରୁ…

ଦିଗପହଣ୍ଡି,୨୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ଶୁକ୍ରବାର ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ମାଧ୍ୟମିକ ବିଦ୍ୟାଳୟ ପରିସରରେ ସାଇବର କ୍ରାଇମ୍ ରୁ କିଭଳି ସୁରକ୍ଷିତ ରହିପାରିବା ଏବଂ ନିଶାମୁକ୍ତ ଓଡ଼ିଶା ସମ୍ପର୍କିତ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଅଧ୍ୟାପକ ଦୁର୍ଯୋଧନ ଜେନାଙ୍କ ସଂଯୋଜନାରେ ଅନୁଷ୍ଠିତ ସଭାରେ ଅଧ୍ୟାପକ ଡ଼.ଶାନ୍ତନୁ କୁମାର ପଟ୍ଟନାୟକ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟଅତିଥି ଭାବେ ପାଟପୁର ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା,ସମ୍ମାନିତ ଅତିଥି ଭାବେ ଅଧ୍ୟାପକ ସତ୍ୟ ଶରଣ ପାଠୀ, ପୋଡ଼ାମାରି ଫାଣ୍ଡି ଏଏସଆଇ ପ୍ରଭାତ କୁମାର ବାଲିକାନା ମଞ୍ଚାସିନ ଥିଲେ।କ୍ରମଶଃ ବଢ଼ି ଚାଲିଥିବା ସାଇବର ଅପରାଧ ଓ ତାର ନିରାକରଣ ସମ୍ପର୍କରେ ଉପସ୍ଥିତ ଛାତ୍ରୀଛାତ୍ର ମାନଙ୍କୁ ମୁଖ୍ୟଅତିଥି ଆଇଆଇସି ସଚେତନ କରାଇଥିଲେ। ସଚେତନତା ହିଁ ସାଇବର ଠକେଇ ପ୍ରତିକାରର ଶକ୍ତିଶାଳୀ ଅମୋଘ ଅସ୍ତ୍ର ଅଟେ। ଜନସଂଖ୍ୟାର ବୃଦ୍ଧି ସହ ପରିବର୍ତ୍ତିତ କୃତ୍ରିମ ବୁଦ୍ଧିମତା ଏବଂ ମୋବାଇଲ ଫୋନ ଯୁଗରେ ନିତ୍ୟ ବ୍ୟବହାର୍ଯ୍ୟ ଅତ୍ୟାଧୁନିକ ବୈଷୟିକ ଜ୍ଞାନ କୌଶଳ କ୍ଷେତ୍ରରେ ସଂଯମତା ଓ ଉପସ୍ଥିତ ବୁଦ୍ଧି ଏବଂ ସଚେତନତା ଏକାନ୍ତ ଆବଶ୍ୟକ ବୋଲି ସଭାରେ ମତ ପ୍ରକାଶ ପାଇଥିଲା । ସର୍ବଦା ଷ୍ଟ୍ରଙ୍ଗ ପାସ ୱାର୍ଡ ବ୍ୟବହାର କରିବା ଓଟିପି କାହାକୁ ନଦେବା ପାଇଁ ଅତିଥି ବୃନ୍ଦ ମତପ୍ରକାଶ କରିଥିଲେ।  ସୋସିଆଲ ମିଡ଼ିଆ ବ୍ୟବହାର କରିବା ସମୟରେ ସତର୍କତା ନିମିତ୍ତ  ଅଧିକରୁ ଅଧିକ ସଚେତନତା ଜରୁରୀ ବୋଲି ସଭାରେ ଗୁରୁତ୍ୱାରୋପ କରାଯାଇଥିଲା। ଅଜଣା ଫୋନ କଲ  କିମ୍ବା ମେସେଜରେ କେହି ବିଶ୍ୱାସ ନ କରି ଏହାର ସତ୍ୟତା ଜାଣିବା ପାଇଁ ଚେଷ୍ଟା କରିବା ଉଚିତ। ସେହିପରି ବ୍ୟାଙ୍କ ତଥ୍ୟ କିମ୍ବା ଓଟିପି ହଠାତ କାହାରିକୁ ନଦେବାକୁ ଉପସ୍ଥିତ ଛାତ୍ରୀଛାତ୍ର ମାନଙ୍କୁ ପରାମର୍ଶ ଦିଆଯାଇଥିଲା।

ଅନଲାଇନରେ ଠକେଇ ହେବାମାତ୍ରେ ହେଲ୍ପ ଲାଇନ ନମ୍ବର ୧୯୩୦ରେ କଲକରି ଜଣାଇବାକୁ କୁହାଯାଇଥିଲା । ଏତଦବ୍ୟତୀତ ସୋସିଆଲ ମିଡ଼ିଆରେ ନକଲି ସନ୍ଦିଗ୍ଧ ପୋଷ୍ଟ ଦେଖିବା ମାତ୍ରେ ତୁରନ୍ତ ଥାନାକୁ ଜଣାଇବାକୁ ଆଇଆଇସି ପରାମର୍ଶ ଦେଇଥିଲେ । “ସଚେତନତା ହିଁ ସୁରକ୍ଷା ମନ୍ତ୍ର “କୁ ଅନୁସରଣ କରିବା ପାଇଁ ଛାତ୍ରୀଛାତ୍ର ମାନଙ୍କୁ ସଚେତନ କରାଯାଇଥିଲା। ସେହିପରି ବିଭିନ୍ନ ପ୍ରକାର ନିଶା ଦ୍ରବ୍ୟ ମୋହରେ ବଶବର୍ତ୍ତୀ ହୋଇ ଆଧୁନିକ ଯୁବ ଛାତ୍ର ସମାଜ ପଥଭ୍ରଷ୍ଟ ହେବା ସହିତ ସେମାନଙ୍କୁ ନେଇ ମାତାପିତା ଦେଖିଥିବା ସ୍ବପ୍ନ ମଧ୍ୟ ଚୁରମାର ହୋଇଯାଉଥିବା ଅତିଥିବୃନ୍ଦ ମତବ୍ୟକ୍ତ କରିଥିଲେ। ଏହି ଅବସରରେ ଅବକାରୀ ଏବଂ ଏନଡିପିଏସ ଆକ୍ଟ ଭଳି ବିଭିନ୍ନ ନିଶା ବିରୋଧୀ ଆଇନରେ ରହିଥିବା ପ୍ରାବଧାନ ସମ୍ପର୍କରେ ଉପସ୍ଥିତ ଛାତ୍ରୀଛାତ୍ର ମାନଙ୍କୁ ପୋଲିସ ପକ୍ଷରୁ ସଚେତନ କରାଯାଇଥିଲା। ପୋଡ଼ାମାରି ଗ୍ରାମ ସ୍ଥିତ ଚୈତନ୍ୟବିଦ୍ୟାପୀଠ ପରିସରରେ ଆୟୋଜିତ ସଚେତନତା ସଭାରେ ପ୍ରଧାନଶିକ୍ଷକ ଟୁକୁନା ପ୍ରଧାନ ସଭାପତିତ୍ବ କରିଥିଲେ। ସରପଞ୍ଚ ସନ୍ତୋଷ କୁମାର ବିଷୋୟୀ ମୁଖ୍ୟଅତିଥି ଏବଂ ଏଏସଆଇ ପି.କେ.ବାଲିକାନା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଛାତ୍ରୀଛାତ୍ର ମାନଙ୍କୁ ସାଇବର କ୍ରାଇମ୍ରୁ ବର୍ତ୍ତିବା ସହ ନିଶାମୁକ୍ତ ଓଡ଼ିଶା ଅଭିଯାନ ସମ୍ପର୍କରେ ସଚେତନ କରିଥିଲେ। ସମସ୍ତ ଶିକ୍ଷୟତ୍ରୀ ଶିକ୍ଷକ ବୃନ୍ଦ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?