ଭାକ୍ସିନକୁ ନେଇ ଲୋକଙ୍କ ମନରେ ରହିଛି ଅନ୍ଧବିଶ୍ୱାସ

ନୂଆଦିଲ୍ଲୀ,୨।୬: କରୋନା ସଙ୍କଟ ମଧ୍ୟରେ ଗୋଟିଏ ପଟେ ଟିକାକରଣ ଅଭିଯାନ ଯୁଦ୍ଧକାଳୀନ ସ୍ତରରେ ଜାରି ରହିଥିବା ବେଳେ ଅନ୍ୟପଟେ ଗ୍ରାମାଞ୍ଚଳରେ ଭାକ୍ସିନକୁ ନେଇ ଭୟ, ଅନ୍ଧବିଶ୍ୱାସ ଓ ଗୁଜବ ରହିଛି। ଏଥିଯୋଗୁ ଗାଁରେ ଟିକାକରଣ କାର୍ଯ୍ୟରେ ବାଧା ସୃଷ୍ଟି ହୋଇଛି। ଡିସେମ୍ବର ସୁଦ୍ଧା ଭାରତର ସମସ୍ତ ବୟସ୍କ ଲୋକଙ୍କୁ ଟିକାକରଣ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। କିନ୍ତୁ ଗ୍ରାମାଞ୍ଚଳରେ ଏହାର ପରିସ୍ଥିତି ଭିନ୍ନ ରହିଛି। ଅନେକ ଗାଁଲୋକ ଏହି ଟିକାରଣକୁ ବିରୋଧ କରୁଛନ୍ତି। କାରଣ ଟିକାକରଣରେ ସୃଷ୍ଟି ହେଉଥିବା ପାର୍ଶ୍ୱ ପ୍ରତିକ୍ରିୟା ଏବଂ ଡୋଜ୍‌ ନେବା ପରେ ବି ଲୋକଙ୍କ ମୃତ୍ୟୁ ଯୋଗୁ ଏହି ଗୁଜବ ଅଧିକ ବ୍ୟାପିବାରେ ଲାଗିଛି। ଆଉ ଏହାର ମାଧ୍ୟମ ସାଜିଛି ସୋସିଆଲ ମିଡିଆ। ସୂଚନାଯୋଗ୍ୟ, ରାଜସ୍ଥାନ, ଲକ୍ଷ୍ନୌ, ବିହାର ଓ ମଧ୍ୟପ୍ରଦେଶ ଆଦି ରାଜ୍ୟର ସହରାଞ୍ଚଳରେ ଟିକାକରଣ ଅଭିଯାନ ଜୋରସୋରରେ ଚାଲିଛି। ହେଲେ କେତେକ ଗ୍ରାମାଞ୍ଚଳର ଲୋକେ ଏବେ ବି ଟିକା ନେଇନାହାନ୍ତି। ସେମାନଙ୍କ କହିବା କଥା ଟିକା ନେବା ପରେ ଅନେକ ଲୋକଙ୍କ ମୃତ୍ୟୁ ହେଉଥିବା ବେଳେ ଆଉ କେତେକଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ୁଛି। ତେଣୁ ଆମେ ଟିକା କାହିଁକି ନେବୁ ବୋଲି ଗାଁଲୋକେ କହିଛନ୍ତି। ଅନ୍ୟପଟେ ସ୍ଥାନୀୟ ପ୍ରଶାସନ ଏହି ଗ୍ରାମାଞ୍ଚଳଗୁଡ଼ିକରେ ପହଞ୍ଚି ଟିକାକୁ ନେଇ ସେମାନଙ୍କ ମନରେ ଥିବା ଭୟ, ଅନ୍ଧବିଶ୍ୱାସ ଓ ଗୁଜବକୁ ଦୂର କରିବାକୁ ଉଦ୍ୟମ ଚଳାଇଛି। କିନ୍ତୁ ଏହାର ବ୍ୟାପକ ପ୍ରଭାବ ଏବେ ବି ଦେଖିବାକୁ ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri