Posted inଖେଳ

ଲମ୍ବା ଛୁଟିରେ ଗଲେ ମନୁ ଭାକର: ଖେଳିବେ ନାହିଁ ବିଶ୍ୱକପ୍‌!

ନୂଆଦିଲ୍ଲୀ,୧୩।୮: ପ୍ୟାରିସ ଅଲିମ୍ପିକ୍ସରେ ଦୁଇଟି ବ୍ରୋଞ୍ଜ ପଦକ ବିଜେତା ମନୁ ଭାକର ମଙ୍ଗଳବାର ଭାରତ ଫେରିପାରନ୍ତି। ଏହା ପରେ ସେ ତିନି ମାସର ବ୍ରେକ ନେଇପାରନ୍ତି। ସେ ଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ବିଶ୍ୱକପରୁ ମଧ୍ୟ ଦୂରେଇ ରହିପାରନ୍ତି ବୋଲି କୁହାଯାଉଛି। ଭାରତୀୟ ଦଳ ଅଲିମ୍ପିକ୍ସରେ ମୋଟ ୬ଟି ପଦକ ଜିତିବାରେ ସଫଳ ହୋଇଥିଲା। ମନୁ ଭାକର ଏଥିରୁ ଦୁଇଟି ଜିତିଥିଲେ। ସେ ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଏବଂ ସରବୋଜିତ୍‌ଙ୍କ ସହ ୧୦ ମିଟର ଏୟାର ପିସ୍ତଲ ମିଶ୍ରିତ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତିଥିଲେ। ସ୍ବାଧୀନ ଭାରତ ଇତିହାସରେ ସେ ପ୍ରଥମ ଭାରତୀୟ ଆଥଲେଟ ହୋଇ ସମାନ ସଂସ୍କରଣରେ ଦୁଇଟି ପଦକ ଜିତିଥିଲେ।
ମନୁଙ୍କ କୋଚ ଜଶପାଲ ରାଣା ସୂଚନା ଦେଇଛନ୍ତି, ସେ ଅକ୍ଟୋବରରେ ଅନୁଷ୍ଠିତ ହେବାକୁ ଥିବା ବିଶ୍ୱକପ୍‌ର ଅଂଶ ହେବେ ନାହିଁ। ଜଶପାଲ କହିଛନ୍ତି, ଅକ୍ଟୋବରରେ ଆୟୋଜିତ ହେବାକୁ ଥିବା ବିଶ୍ୱକପ୍‌ରେ ସେ ଖେଳିବେ କି ନାହିଁ ମୁଁ ଜାଣେ ନାହିଁ କାରଣ ସେ ତିନିମାସ ବିରତି ନେଉଛନ୍ତି। ତେଣୁ ସେ ଦୀର୍ଘ ଦିନ ଧରି କଠିନ ପରିଶ୍ରମ କରିଛନ୍ତି, ତେଣୁ ଏହା ନର୍ମାଲ ବ୍ରେକ। ୧୩ ରୁ ୧୮ ଅକ୍ଟୋବର ମଧ୍ୟରେ ଦିଲ୍ଲୀରେ ଶୁଟିଂ ବିଶ୍ୱକପ ଅନୁଷ୍ଠିତ ହେବ। ବ୍ରେକ ପରେ ସେମାନେ ୨୦୨୬ ଏସୀୟ ଗେମ୍ସ ଏବଂ କମନୱେଲଥ ଗେମ୍ସରେ କାମ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

ବିଚ୍ଛିନ୍ନତାବାଦୀଙ୍କ ଶିବିର ଉପରେ ଏୟାରଷ୍ଟ୍ରାଇକ୍‌: ୭ ମୃତ ୨୦ରୁ ଊର୍ଦ୍ଧ୍ୱ ଆହତ

ଦୁବାଇ,୨ା୧: ପୂର୍ବ ୟେମେନ୍‌ରେ ଥିବା ବିଚ୍ଛିନ୍ନତାବାଦୀଙ୍କ କ୍ୟାମ୍ପ ଉପରେ ସାଉଦି ଆରବ ନେତୃତ୍ୱରେ ଶୁକ୍ରବାର ମିଳିତ ଏୟାରଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିବା...

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...

ପ୍ଲାଷ୍ଟିକ ପଲିଥିନ ମୁକ୍ତ ହେବ ହୁମା ବଜାର: ଆହ୍ବାନ ଦେଲେ ବିଧାୟକ

ଗଞ୍ଜାମ,୨।୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ...

ସହକାରୀ ପିପି ଭାବେ ନିଯୁକ୍ତି ହେଲେ ହୀରାଧର

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ଆଇନଜୀବୀ ହୀରାଧର ମାଳିଙ୍କୁ ଓଡ଼ିଶା ରାଜ୍ୟ ସରକାରର ଆଇନ ବିଭାଗର ବିଜ୍ଞପ୍ତି ଅନୁସାରେ ଚନ୍ଦାହାଣ୍ଡି ଜେମଏଫସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri