ଆଧାର ସହ ପାନ୍‌ ଲିଙ୍କ କରି ନାହାନ୍ତି କି? ଦେବାକୁ ପଡ଼ିପାରେ ୧୦ହଜାର ଜରିମାନା

ନୂଆଦିଲ୍ଲୀ,୧୨।୧୨: ପାନ୍‌ କାର୍ଡକୁ ଆଧାର ସହିତ ଲିଙ୍କ୍‌ କରିବା ଅନିବାର୍ଯ୍ୟ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଅନେକ ଲୋକ ଏହାର ମହତ୍ତ୍ୱ ବୁଝି ଲିଙ୍କ୍‌ କରିଥିବା ବେଳେ ଅନେକ ଲୋକ ଏପରି କରିନାହାନ୍ତି। ସରକାରୀ ତଥ୍ୟ ଅନୁଯାୟୀ, ଦେଶରେ ୧୮ କୋଟି ପାନ କାର୍ଡଧାରୀ ଅଛନ୍ତ ଯେଉଁମାନଙ୍କର ଆଧାର ସଂଯୋଗ ନାହିଁ। ଏହିପରି ଲୋକଙ୍କ ପାଇଁ, ଏହି କାର୍ଯ୍ୟ କରିବାର ଶେଷ ତାରିଖ ହେଉଛି ୩୧ ମାର୍ଚ୍ଚ ୨୦୨୧। ଏତିକି ସମୟ ମଧ୍ୟରେ ଯଦି ସେମାନେ ଏହା କରିପାରିବେ ନାହିଁ, ତେବେ ତାଙ୍କୁ ୧୦ ହଜାର ଟଙ୍କା ଜରିମାନା ଦେବାକୁ ପଡ଼ିପାରେ।

ଯଦି ପାନ୍‌ -ଆଧାର କାର୍ଡ ଲିଙ୍କ ହୋଇନାହିଁ ତେବେ ନିଷ୍କ୍ରିୟ ହୋଇଯିବ ପାନ କାର୍ଡ:
ଟିକସ ବିଭାଗ ଅନୁଯାୟୀ, ୩୧ ମାର୍ଚ୍ଚ ୨୦୨୧ ପରେ ଯଦି କେହି ନିଷ୍କ୍ରିୟ ପାନ କାର୍ଡ ବ୍ୟବହାର କରୁଥିବା ଜଣାପଡେ, ତେବେ ଆୟକର ଅଧିନିୟମର ୨୭୨ବି ଅନୁଯାୟୀ ତାଙ୍କୁ ଦଶ ଟଙ୍କା ଜରିମାନା କରାଯାଇପାରେ। ୩୧ ମାର୍ଚ୍ଚ ପର୍ଯ୍ୟନ୍ତ ଟିକସଦାତାମାନେ ଯଦି ଆଧାର କାର୍ଡ ଲିଙ୍କ ନ କରନ୍ତି ତେବେ ପାନ କାର୍ଡ ନିଷ୍କ୍ରିୟ ହୋଇଯିବ।

ଏହି ଉପାୟରେ ପାନ୍‌-ଆଧାରକୁ ଲିଙ୍କ କରନ୍ତୁ:
ଯଦି ଆପଣ ଏପର୍ଯ୍ୟନ୍ତ ଆଧାରକୁ PAN ସହିତ ଲିଙ୍କ କରିନାହାଁନ୍ତି, ତେବେ https://www.incometaxindiaefiling.gov.in/ ୱେବସାଇଟକୁ ଯାଆନ୍ତୁ ଏବଂ ଲିଙ୍କ କରିବାକୁ ସବିଶେଷ ତଥ୍ୟ ପୁରଣ କରନ୍ତୁ। ପ୍ୟାନ ଏବଂ ଆଧାରକୁ ଯୋଡିବାର ଆଉ ଏକ ଉପାୟ ରହିଛି। ଏଥିପାଇଁ ଆପଣଙ୍କୁ ୫୬୭୬୭୮ କିମ୍ବା ୫୬୧୬୧କୁ ଏକ ମେସେଜ୍‌ ପଠାଇବାକୁ ପଡିବ । ଏହାକୁ ପଠାଇବାବେଳେ, ବାର୍ତ୍ତା କେବଳ ଏହି ଫର୍ମାଟରେ ଯିବା ଉଚିତ- UIDPAN୧୨digit ଆଧାର> ୧୦digitPAN>


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri