ହେଳା କଲେ ଭେଳା ବୁଡ଼େ

ନୂଆଦିଲ୍ଲୀ,୨୪ା୫: ଭାରତ ସମେତ ୧୧ ଦେଶ କୋଭିଡ୍‌-୧୯ ଭୂତାଣୁକୁ ହେୟଜ୍ଞାନ କରି ଉଚିତ ଢଙ୍ଗରେ ଏହାର ମୁକାବିଲା କରି ନାହାନ୍ତି। ଫଳରେ ଏହି ରାଷ୍ଟ୍ରଗୁଡ଼ିକର ଲୋକପ୍ରିୟ ସରକାରଙ୍କୁ ମହାମାରୀ ମହଙ୍ଗା ପଡ଼ିଛି ବୋଲି ସ୍ବିଡେନ୍‌ର ଭେରାଇଟିଜ୍‌ ଅଫ୍‌ ଡେମୋକ୍ରାସି (ଭି-ଡେମ୍‌) ଇନ୍‌ଷ୍ଟିଚ୍ୟୁଟ୍‌ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି।
ଗୋଥେନ୍‌ବର୍ଗ ୟୁନିଭର୍ସିଟିର ଭି-ଡେମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଏହାର ଗବେଷଣାମୂଳକ ନିବନ୍ଧରେ ୨୦୨୦ରେ ଲୋକପ୍ରିୟ ଓ ଅଣଲୋକପ୍ରିୟ ସରକାରମାନଙ୍କ ପ୍ରଦର୍ଶନକୁ ନେଇ ଏକ ତୁଳନାମତ୍କ ଚିତ୍ର ଅଙ୍କାଯାଇଛି। ଏଥିରେ ୪୨ ବିକଶିତ ଓ ବିକାଶଶୀଳ ଅର୍ଥନୀତିକୁ ସାମିଲ କରାଯାଇଛି। ତନ୍ମଧ୍ୟରୁ ୧୧ଟି ରାଷ୍ଟ୍ରରେ ଭାରତର ମୋଦି ସରକାରଙ୍କ ଭଳି ଲୋକପ୍ରିୟ ସରକାର କ୍ଷମତାସୀନ ଥିବା ଦର୍ଶାଯାଇଛି। ଅନ୍ୟ ୧୦ ରାଷ୍ଟ୍ର ହେଲେ ବ୍ରାଜିଲ, ଚେକ୍‌ ରିପବ୍ଲିକ୍‌, ହଙ୍ଗେରି, ଇସ୍ରାଏଲ୍‌, ମେକ୍ସିକୋ, ପୋଲାଣ୍ଡ, ସ୍ଲୋଭାକିଆ, ତୁର୍କୀ, ବ୍ରିଟେନ ଓ ଆମେରିକା। ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବ୍ରାଜିଲ ରାଷ୍ଟ୍ରପତି ଜୈର୍‌ ବୋଲସୋନାରୋ, ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତନ୍ୟାହୁ, ତୁର୍କୀ ରାଷ୍ଟ୍ରପତି ରେସେପ୍‌ ତୟିପ୍‌ ଏର୍ଡୋଗାନ, ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ ଓ ଆମେରିକାର ତତ୍କାଳୀନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ସବୁଠୁ ଅଧିକ ଅବହେଳାକାରୀ ଶାସକ ବୋଲି ଏହି ରିପୋର୍ଟରେ ଉଲ୍ଲେଖ କରାଯାଇଛି।
ଆମେରିକା, ଭାରତ ଓ ବ୍ରାଜିଲରେ ବିଶ୍ୱର ସର୍ବାଧିକ କରୋନା ଭାଇରସ୍‌ ସଂକ୍ରମଣ ମାମଲା ଦେଖିବାକୁ ମିଳୁଥିବାବେଳେ ମହାମାରୀ ଫ୍ରାନ୍ସ, ତୁର୍କୀ, ରୁଷିଆ ଓ ବ୍ରିଟେନକୁ ମଧ୍ୟ ବହୁଳ ଭାବେ ପ୍ରଭାବିତ କରିଛି। ଆମେରିକା ପରେ ସର୍ବାଧିକ ସଂକ୍ରମିତ ଥିବା ଭାରତରେ ଏବେ ଦୈନିକ ସଂକ୍ରମଣ ୩ ଲକ୍ଷ ଉପରେ ରହୁଛି। କୋଭିଡ୍‌ ମହାମାରୀ ଭାରତର ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ବିପର୍ଯ୍ୟସ୍ତ କରିଦେଇଥିବାବେଳେ ଅନେକ ରାଜ୍ୟରେ ବ୍ଲାକ୍‌ ଫଙ୍ଗସ୍‌ ଓ ହ୍ବାଇଟ୍‌ ଫଙ୍ଗସ୍‌ ଆଉ ଦୁଇଟି ବଡ଼ ଚ୍ୟାଲେଞ୍ଜ ଭାବେ ଉଭା ହୋଇଛି। ମହାମାରୀ ମୁକାବିଲାରେ ଏହି ଲୋକପ୍ରିୟ ସରକାରମାନଙ୍କ ନୀତି ଦୁର୍ବଳ ରହିଥିବାରୁ ସମ୍ପୃକ୍ତ ଦେଶଗୁଡ଼ିକରେ ଅନ୍ୟ ରାଷ୍ଟ୍ର ଅପେକ୍ଷା ମୃତ୍ୟୁ ହାର ଅଧିକ ରହିଥିବା ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡି ନିଜର ବିଜନେସ୍‌ ସାମ୍ରାଜ୍ୟ ତିଆରି କରନ୍ତି ଏହି ୨ ରାଶି, ବସ୍‌ ହେବାର ରହିଛି କ୍ୱାଲିଟି…

ଅଧିକାଂଶ ଲୋକ ଚାକିରିକୁ ଏକ ସୁରକ୍ଷିତ ବିକଳ୍ପ ବୋଲି ଭାବନ୍ତି। ପ୍ରତି ମାସରେ ଦରମା ମିଳୁଥାଉ, କାମ ଚାଲିଥାଉ ଏବଂ ରିସ୍କ (ବିପଦ) କମ ଥାଉ। ଏହି…

ସାରା ରାଜ୍ୟରେ ଲଘୁଚାପ ବର୍ଷା: ବୁଧବାର ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର, ୧ା୯(ବନ୍ଦନା ସେଠୀ) – ସାରା ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ଅଧିକ ବର୍ଷା ହୋଇଛି। ଲଘୁଚାପଟି ମଙ୍ଗଳବାର ସକାଳ…

ପ୍ରତି କଥାରେ ଝଗଡା କରନ୍ତି ଏହି ୩ ରାଶି, ଦେହକୁ ନେଇଯାଆନ୍ତି ଛୋଟ-ଛୋଟ କଥା…

ଆପଣଙ୍କ ସାଙ୍ଗ ମହଲରେ ମଧ୍ୟ ନିଶ୍ଚୟ ଏମିତି କେହି ଥିବେ, ଯିଏ ଛୋଟ କଥାକୁ ନେଇ ଯୁକ୍ତିତର୍କ (ତର୍କ-ବିତର୍କ) ଆରମ୍ଭ କରିଦିଅନ୍ତି। କଥା ସରିବା ବଦଳରେ ଲମ୍ୱା…

କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨…

ଜନ୍ମାଷ୍ଟମୀରେ ମହାସଂଯୋଗ: ଚମକିବ ୫ ରାଶିର ଭାଗ୍ୟ, କାହ୍ନାଙ୍କ କୃପାରେ ହୋଇଯିବେ ମାଲାମାଲ!

ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପର୍ୱ ଚଳିତ ବର୍ଷ ୪ ସେପ୍ଟେମ୍ୱରରେ ଶ୍ରଦ୍ଧା ଓ ଉଲ୍ଲାସର ସହିତ ପାଳିତ ହେବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବର ଏହି ଦିନ ଧାର୍ମିକ ଆସ୍ଥା…

ବୁଧ-ମଙ୍ଗଳଙ୍କ ଯୋଗରେ ୪ ରାଶିଙ୍କ ଖୋଲିବ ଭାଗ୍ୟ, ୨ଗୁଣା କରିବେ ଇନକମ୍‌! ମାସେ ଯାଏ ଧନଯୋଗ…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳବାର ୧ ସେପ୍ଟେମ୍ୱର, ୨୦୨୬ ସଂଧ୍ୟା ୬ଟା ୪୮ ମିନିଟରୁ ବୁଧ ଏବଂ ମଙ୍ଗଳ ଗ୍ରହ ପରସ୍ପରଠାରୁ ୬୦ଓ ଦୂରତାରେ ଅବସ୍ଥାନ କରିବେ,…

ଇସ୍ତଫା ଦେଲେ ମିଶ୍‌ବା-ଉଲ-ହକ୍‌, କାହିକି ଜାଣନ୍ତୁ…

କରାଚି,୧ା୯: ଇଂଲଣ୍ଡ ଟୁର୍‌ରେ ପ୍ରଥମ ଦୁଇ ଟେଷ୍ଟରେ ଶୋଚନୀୟ ପରାଜୟ ପରେ ପାକିସ୍ତାନ କ୍ରିକେଟ୍‌ରେ ଆମୂଳଚୂଳ ପରିବର୍ତ୍ତନ ଜାରି ରହିଛି। ଦଳର ୭ ଖେଳାଳିଙ୍କୁ ସ୍ବଦେଶ ପଠାଇ…

ୟୁକ୍ରେନ୍‌ରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ୧୨ ମୃତ

କିଭ୍‌,୧ା୯: ୟୁକ୍ରେନ୍‌ରେ ରୁଷିଆର ଆକ୍ରମଣରେ ଜଣେ ଭାରତୀୟଙ୍କ ସମେତ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ମଙ୍ଗଳବାର କହିଛନ୍ତି। ୟୁକ୍ରେନ୍‌ର ବିଭିନ୍ନ ସହର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri