ପୂଜା ସମୟରେ ଠାକୁରଙ୍କ ପାଖେ କର୍ପୂର ଆଳତି କଲେ ବୃଦ୍ଧି ପାଇଥାଏ ସୁଖଶାନ୍ତି, ସମ୍ପର୍କକୁ ଦୃଢ କରେ…

ପୂଜା କରିବା ସମୟରେ ଠାକୁରଙ୍କ ପାଖେ କର୍ପୂର ଆଳତି କଲେ ପରିବାରରେ ସୁଖଶାନ୍ତି ବୃଦ୍ଧି ହୋଇଥାଏ ବୋଲି ବିଶ୍ୱାସ କରାଯାଏ। ତେବେ ଏହି କର୍ପୂର ଆଳତି ଦ୍ୱାରା ଆଉ କ’ଣ ଶୁଭଫଳ ମିଳିଥାଏ ଆସନ୍ତୁ ଜାଣିବା ସେ ସମ୍ପର୍କରେ…

* ପରିବାର ସଦସ୍ୟଙ୍କ ଭିତରେ ପ୍ରେମ ଭଲ ପାଇବା ବଢାଇବାରେ କର୍ପୂର ଆଳତିର ଭୂମିକା ବେଶ୍‌ ଗୁରୁତ୍ୱପୂର୍ଣ୍ଣ ରହିଥାଏ। ସକାଳେ ପୂଜା କରିବା ସମୟରେ ହେଉ ଅଥବା ସନ୍ଧ୍ୟା ଦେବା ସମୟରେ ଯଦି କର୍ପୂର ଆଳତି କରି ଘର ସାରା ବୁଲାଯାଏ, ତା’ହେଲେ ଘରେ ଆର୍ଥିକ ଅଭିବୃଦ୍ଧି ହେବା ସହ ପରିବାରରେ ସୁଖଶାନ୍ତି ବୃଦ୍ଧି ପାଇଥାଏ ବୋଲି ବିଶ୍ୱାସ କରାଯାଏ। ଯଦି ଉଭୟ ସକାଳେ ଓ ସନ୍ଧ୍ୟାରେ କର୍ପୂର ଆଳତି କରୁଛନ୍ତି ତା’ହେଲେ ତ ଆହୁରି ଭଲ।

* ବେଳେବେଳେ ଛୋଟମୋଟ କଥାକୁ ନେଇ ସ୍ବାମୀସ୍ତ୍ରୀଙ୍କ ମଧ୍ୟରେ ମତାନ୍ତର ହୋଇଥାଏ। ତେଣୁ ଏଭଳି ସମସ୍ୟାରୁ ମୁକ୍ତି ପାଇବାକୁ ହେଲେ ପ୍ରତିଦିନ ରାତିରେ ଶୋଇବା ପୂର୍ବରୁ ଶୟନ କକ୍ଷରେ କିଛି କର୍ପୂର ଜାଳି ଘରସାରା ବୁଲାଇ ଦେଲେ ସୁଫଳ ମିଳେ ବୋଲି ବିଶ୍ୱାସ ରହିଛି।

* ସେହିପରି ରାତିରେ ଶୋଇବା ପୂର୍ବରୁ କୌଣସି ଏକ ରୂପା ପାତ୍ରରେ କର୍ପୂର ଜାଳି ରୋଷେଇ ଘରେ ଟିକେ ବୁଲାଇ ଦେଲେ ଘରେ କେବେ ବି ଖାଦ୍ୟାଭାବ ଦେଖା ଦେଇ ନଥାଏ। କିନ୍ତୁ ଧ୍ୟାନ ରଖିବେ, ରାତିରେ ଘରେ ସମସ୍ତେ ଖାଇ ସାରିବା ପରେ ରୋଷେଇ ଘରକୁ ଭଲ ଭାବେ ପରିଷ୍କାର କରି ଏହି ଉପାୟଟିକୁ କରିବା ବିଧ୍ୟେୟ।


Enter your email to get our daily news in your inbox.

All Right Reserved By Dharitri.Com

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ: ଏହି ୫ଟି ରାଶିକୁ ଲାଗିପାରେ ବଡ଼ ଆର୍ଥିକ ଝଟ୍‌କା, ରହିବାକୁ ହେବ ସାବଧାନ!

ଜ୍ୟୋତିଷୀୟ ସଂଯୋଗ ଏବଂ ଗ୍ରହମାନଙ୍କ ଚଳନ ଯୋଗୁ ଅନେକ ରାଶିର ବ୍ୟକ୍ତିଙ୍କ ଜୀବନ ଉପରେ ଏହାର ବଡ଼ ପ୍ରଭାବ ପଡ଼ିବାକୁ ଯାଉଛି। ଏହି ଗ୍ରହ ସ୍ଥିତି ଯୋଗୁ…

ମସ୍ତିଷ୍କର ଭିନ୍ନ ଅଂଶରୁ ସୃଷ୍ଟି ହୁଏ ସ୍ବତଃସ୍ଫୂର୍ତ୍ତ, ଇଚ୍ଛାକୃତ ହସ

ନୂଆଦିଲ୍ଲୀ,୭।୭(ପି.ଟି.): ମଣିଷର ହସ ପଛରେ ଥିବା ରହସ୍ୟକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଆମର ସ୍ବତଃସ୍ଫୂର୍ତ୍ତ (ଆବେଗିକ) ଏବଂ ଇଚ୍ଛାକୃତ ହସ ପାଇଁ ମସ୍ତିଷ୍କର…

ଶନିଙ୍କ ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ଜୁଲାଇ ୨୦ରୁ ଚମକିବ ଏହି ରାଶିର ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ରାଶି ପରିବର୍ତ୍ତନ ସହିତ ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ସମାନ ଭାବରେ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ନକ୍ଷତ୍ରରେ ପରିବର୍ତ୍ତନ ଗ୍ରହ ପ୍ରଭାବରେ ସୂକ୍ଷ୍ମ କିନ୍ତୁ…

ମଦ ନିଶା ଛାଡ଼ିବାର ସରଳ ଚିକିତ୍ସା

କିଛି ବର୍ଷ ମଧ୍ୟରେ ମଦ ନିଶା ଏକ ଗମ୍ଭୀର ସମସ୍ୟାରେ ପରିଣତ ହୋଇଯାଇଛି। ମଦ ନିଶା ଯୋଗୁ ବ୍ୟକ୍ତିର ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟ ଉପରେ ଖରାପ…

ରକ୍ତ ସଞ୍ଚାଳନକୁ ସକ୍ରିୟ କରେ ମହୁ, ଆହୁରି ଅନେକ ସମସ୍ୟା ଦୂର କରିବାରେ…

ମହୁରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ବିଶେଷଭାବରେ ଥଣ୍ଡା ସମସ୍ୟାରୁ ଉପଚାର ପାଇଁ ଏହା ବେଶ୍‌ ସହାୟକ ହୋଇଥାଏ। ତେବେ ଏଥିରେ ଏଭଳି ତତ୍ତ୍ୱ…

୪ ରାଶିଙ୍କ ଶୁଭ ସମୟ ଆରମ୍ଭ! ଚାକିରିରେ ଡବଲ ପ୍ରମୋସନ, ଅଜଣା ଲୋକ ଦେବେ ବଡ଼ ସରପ୍ରାଇଜ!

ନୂଆଦିଲ୍ଲୀ, ୫ା୭: ୧୯ ଜୁଲାଇରୁ ୪ ରାଶିଙ୍କ ଶୁଭ ସମୟ ଆରମ୍ଭ!ଚାକିରିରେ ଡବଲ ପ୍ରମୋସନ, ଅଜଣା ଲୋକ ଦେବେ ବଡ଼ ସରପ୍ରାଇଜ! ଦେବଗୁରୁ ବୃହସ୍ପତି ଜୁନ୍ ୧୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri