ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିଥିବା ଛାତ୍ରୀଛାତ୍ର ଏବଂ ସମ୍ପୃକ୍ତ ବିଦ୍ୟାଳୟର ଶିକ୍ଷକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏଥିସହ କମିଟି ପକ୍ଷରୁ ଆଗାମୀ ଦିନରେ ମେଧାବୀ ଗରିବ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ିବାରେ ସାହାଯ୍ୟ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା।

ଆୟୋଜିତ ଉତ୍ସବରେ ଭଞ୍ଜନଗର ଅତିରିକ୍ତ ଉପଜିଲାପାଳ ପ୍ରଧାନ ଟୁଲିଆମା ମୁଖ୍ୟ ଅତିଥି ଭାବେ ଯୋଗଦେଇ ସଫଳତା ପାଇବାକୁ ହେଲେ ପ୍ରଥମେ ଲକ୍ଷ୍ୟ ସ୍ଥିର ରହିବାକୁ ପଡ଼ିବ ବୋଲି କହିଥିଲେ। ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ। ତେଣୁ ଏଥିପ୍ରତି ଧ୍ୟାନ ଦେବାକୁ ସେ ଉପସ୍ଥିତ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇଥିଲେ।

ଭବିଷ୍ୟତରେ ଅନେକ ବଡ଼ବଡ଼ ଆହ୍ବାନ ଆସିବ। ଏଥିରେ ବିଚଳିତ ନ ହୋଇ ଲକ୍ଷ୍ୟ ପଥରେ ଅଗ୍ରସର ହେବାକୁ ପଡ଼ିବ ବୋଲି ଅନ୍ୟ ଅତିଥିମାନେ କହିଥିଲେ। କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ୨୦୦୬ ଆଲୁମିନ ବ୍ୟାଚ ଛାତ୍ରୀଛାତ୍ର ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ଗଠନ କରିଛନ୍ତି। ଉକ୍ତ କମିଟି ମାଧ୍ୟମରେ ଆଗାମୀ ଦିନରେ ଅନେକ ସାମାଜିକ କାର୍ଯ୍ୟକ୍ରମ କରାଯିବ ବୋଲି କର୍ମକର୍ତ୍ତା ଅଜିତ କୁମାର ସାହୁ, ନବୀନ ଚନ୍ଦ୍ର ସାହୁ ପ୍ରମୁଖ କହିଛନ୍ତି।

ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ କୃତ୍ତିବାସ ବିଶ୍ୱାଳ, କଲେଜ ପ୍ରଶାସନିକ ଅଧିକାରୀ ହରପ୍ରସାଦ ଶତପଥୀ, ଅଧ୍ୟାପକ ଡ. ରବୀନ୍ଦ୍ର କୁମାର ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ପୁରାତନ ଛାତ୍ର ନବୀନ ଚନ୍ଦ୍ର ସାହୁ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ରାଜେଶ ବିଶ୍ୱାଳ ଧନ୍ୟବାଦ ପ୍ରଦାନ କରିଥିଲେ। ଶୁଭ୍ରାଂଶୁ ଜେନା, ସାଧୁଚରଣ ଦାସ, ଅଜିତ ସାହୁ, ଶିବାଶିଷ ହୋତା, ଆଶୁତୋଷ ପ୍ରଧାନ, ଜଗଦୀଶ ସୁବୁଦ୍ଧି, ତ୍ରିନାଥ ଗୋଚ୍ଛାୟତ, ପାର୍ଥ ସାରଥୀ ସ୍ବାଇଁ, ଦିଲ୍ଲୀପ ପ୍ରଧାନ, ଅସୀମ ସେଠୀ, ଜିଲୁ ସ୍ବାଇଁ, ଶ୍ରୀନିବାସ ପାଳ, ଜିତୁ ସ୍ବାଇଁ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଭଞ୍ଜନଗର ବିଧାୟକଙ୍କ ବଡ଼ ସୂଚନା, ସମସ୍ତ ହାଇସ୍କୁଲରେ ଖୋଲିବ ଯୁକ୍ତ ୨

ଭଞ୍ଜନଗର,୧୬।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ୍ ରାସ୍ତାରେ ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ସଂଗଠନର କାର୍ଯ୍ୟାଳୟ ଶନିବାର ରାତିରେ ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri