ଅଧିକ ସାଉଣ୍ଡ କଲେ ମିଳିବ ଦଣ୍ଡ

ଭୁବନେଶ୍ୱର,୪।୩(ବ୍ୟୁରୋ): ଆଉ ମନଇଚ୍ଛା ଶବ୍ଦ କରି ଶୋଭାଯାତ୍ରା କରିପାରିବେ ନାହିଁ। ଉଚ୍ଚ ଶବ୍ଦ ସୃଷ୍ଟି କରୁଥିବା ମ୍ୟୁଜିକ୍‌ ସିଷ୍ଟମ୍‌ ଓ ଡିଜେ ଉପରେ ଲାଗିବ କଟକଣା। ୬୫ ଡେସିବଲ୍‌ରୁ ଅଧିକ ଶଦ୍ଦ ସୃଷ୍ଟି କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହାକୁ କଡ଼ାକଡ଼ି ପାଳନ କରିବାକୁ ଜିଲାପାଳ ଓ ଏସ୍‌ପିମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସ୍ଥାନୀୟ ଥାନାର ବିନାନୁମତିରେ କୌଣସି ବ୍ୟକ୍ତି ଉଚ୍ଚ ସ୍ବରରେ ମାଇକ କିମ୍ବା ଡିଜେ ବଜାଇ ପାରିବେନାହିଁ।
ଗତ ମାସ ୧୯ ତାରିଖରେ ଅନୁଷ୍ଠିତ ପରିବେଶ ତଦାରଖ ସେଲ୍‌ ବୈଠକରେ ରାଜ୍ୟର ବିଭିନ୍ନ ସ୍ଥାନରେ ଅତ୍ୟଧିକ ଶବ୍ଦ ପ୍ରଦୂଷଣ ହେଉଥିବା ନେଇ ଉଦ୍‌ବେଗ ପ୍ରକାଶ ପାଇଥିଲା। ଶବ୍ଦ ପ୍ରଦୂଷଣକୁ ରୋକିବା ଲାଗି ଆବଶ୍ୟକ ପଦକ୍ଷେପ ନେବାକୁ ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ନିର୍ଦ୍ଦେଶ ଦେଇଥିଲେ। ବୈଠକର ନିଷ୍ପତ୍ତି ଅନୁଯାୟୀ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ମେମ୍ବର ସେକ୍ରେଟାରୀ କେ. ମୁରୁଗେସେନ ଜିଲାପାଳ ଓ ଏସ୍‌ପିଙ୍କୁ ପ୍ରଦୂଷଣ ନିୟନ୍ତ୍ରଣ ନେଇ ପଦକ୍ଷେପ ନେବାକୁ ଚିଠି ଲେଖିଛନ୍ତି। ରାଜ୍ୟର ବିଭିନ୍ନ ସ୍ଥାନରେ ବିବାହ ପ୍ରୋସେସନ, ଧାର୍ମିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ସାଧାରଣ ବୈଠକଗୁଡ଼ିକରେ ଅତ୍ୟଧିକ ମାତ୍ରାରେ ଶବ୍ଦ ପ୍ରଦୂଷଣ ହେଉଛି। ଏଥିଯୋଗୁ ଦିନକୁ ଦିନ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ଏପରି କି ଅତ୍ୟଧିକ ଶବ୍ଦ ବୟସ୍କ ବ୍ୟକ୍ତି, ରୋଗୀ ଓ ଶିଶୁମାନଙ୍କ ଉପରେ ଗଭୀର ପ୍ରଭାବ ପକାଉଛି। ଶବ୍ଦ ପ୍ରଦୂଷଣ ରୋକିବାକୁ ବିଭିନ୍ନ ସମୟରେ ପରାମର୍ଶ ଦିଆଯାଉଥିଲେ ମଧ୍ୟ ତାହା କାର୍ଯ୍ୟକାରୀ ହେଉ ନାହିଁ। ଏହାକୁ ନେଇ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଉଦ୍‌ବେଗ ପ୍ରକାଶ କରିବା ସହ ଉଲ୍ଲଂଘନକାରୀଙ୍କ ବିରୋଧରେ ଆଇନ ଅନୁଯାୟୀ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କୁହାଯାଇଛି। ଏ ଦିଗରେ କି ପଦକ୍ଷେପ ନିଆଯାଇଛି ଆସନ୍ତା ୪ ସପ୍ତାହ ମଧ୍ୟରେ ମୁଖ୍ୟ ଶାସନ ସଚିବଙ୍କୁ ଅବଗତ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଘରେ ପଶି ସ୍ୱାମୀ-ସ୍ତ୍ରୀଙ୍କୁ ହତ୍ୟା: ପୁଅ ଗୁରୁତର,  ପଡ଼ୋଶୀ ଅଟ ଥିବା ସୂଚନା

କୋରୁକୋଣ୍ଡା, ୧/୧୧ (ଅଶୋକ କୁମାର ପରିଡ଼ା): ଘରେ ପଶି ଏକ ଦମ୍ପତିଙ୍କୁ ନିର୍ମମ ଭାବେ ହତ୍ୟା କରିବା ସହ ସେମାନଙ୍କ ୧୨ ବର୍ଷୀୟ ପୁଅକୁ ମରଣାନ୍ତକ ଆକ୍ରମଣ…

ମାଟିରେ ମିଶିଲା ଇନ୍ଦ୍ରଗଡ଼ ପଞ୍ଚାୟତ କାର୍ଯ୍ୟାଳୟ

ରାଇକିଆ, ୧/୧୧ (ପ୍ରଦୀପ ବେହେରା): ବାହ୍ୟ ଜଗତରୁ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇପଡ଼ିଥିବା ଇନ୍ଦ୍ରଗଡ଼ ପଞ୍ଚାୟତ ଉପରେ ଫୋକସ୍ କରିଛି କନ୍ଧମାଳ ଜିଲା ପ୍ରଶାସନ। ମାଣିକେଶ୍ୱର ପରେ ଏହି…

କୋଟିଆ ଭୋଟରଙ୍କୁ ଜଗିବେ ୩ ଦଳ

କୋରାପୁଟ,୧।୧୧(ଅମିତାଭ ବେହେରା): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆକୁ ନେଇ ପୁଣି ରାଜନୈତିକ ତତ୍ପରତା ଦେଖିବାକୁ ମିଳିଛି। କୋଟିଆ ଗ୍ରାମପୁଞ୍ଜରେ ଆନ୍ଧ୍ର ପକ୍ଷରୁ ହେବାକୁ ଥିବା ନିର୍ବାଚନକୁ…

ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ୍‌-୨୦୨୬: ପ୍ରଦୂଷିତ ପରିବେଶ ପାଇଁ ବହୁ ଜୀବଜନ୍ତୁ ବିଲୁପ୍ତପ୍ରାୟ

ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ। ନିଜ ସୁବିଧା ପାଇଁ ଆମେ କଳକାରଖାନା ବୃଦ୍ଧି କରୁଛେ, ଯାହା ଆମ ପରିବେଶ ଓ ଜୀବଜଗତ…

LPG ସିଲିଣ୍ଡର ପିଛା ଦାମ ବଢ଼ିବ ୩୭୦ ଟଙ୍କା; ଡିସେମ୍ବରରେ ହେବ ମୂଲ୍ୟ ବୃଦ୍ଧିି! କ୍ଷତିରେ ଚାଲୁଛନ୍ତି କମ୍ପାନୀ

ନୂଆଦିଲ୍ଲୀ,୧।୧୧: ଡିସେମ୍ବର ୨୦୨୬ରେ, ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଉପରେ ‘ଅଣ୍ଡର-ରିକଭରି’ (ଅର୍ଥାତ ଉତ୍ପାଦନ/କ୍ରୟ ମୂଲ୍ୟ ଏବଂ ବିକ୍ରୟ ମୂଲ୍ୟ ମଧ୍ୟରେ ଥିବା ପାର୍ଥକ୍ୟ) ପ୍ରାୟ ୧୩%…

ସ୍ବାସ୍ଥ୍ୟ ପାଇଁ ସୁଧା: ବିଶ୍ୱ ଭେଗାନ୍‌ ଦିବସ

ସମଗ୍ର ବିଶ୍ୱରେ ଶାକାହାରୀ ଜୀବନଶୈଳୀ, ପରିବେଶ ସୁରକ୍ଷା ଏବଂ ପ୍ରାଣୀଙ୍କ ପ୍ରତି ଦୟାଭାବ ଜାଗ୍ରତ ଉଦ୍ଦେଶ୍ୟରେ ପ୍ରତିବର୍ଷ ନଭେମ୍ବର ୧ରେ ପାଳନ କରାଯାଇଆସୁଛି ‘ବିଶ୍ୱ ଭେଗାନ୍‌ ଦିବସ’।…

CJP ଦୀପାବଳି ପାର୍ଟିରେ ଯୋଗ ଦେଲେ ବିରୋଧୀ ଦଳର ନେତା; ଅଭିଜିତ ଦୀପକେ, ସୌରଭ ଦାସଙ୍କୁ କ’ଣ କହିଲେ ସୁପ୍ରିୟା ସୁଲେ? ଜାଣନ୍ତୁ…

ନୂଆଦିଲ୍ଲୀ,୧।୧୧: ‘କକରୋଚ ଜନତା ପାର୍ଟି’ (CJP) ଏବଂ କେତେଜଣ ବିରୋଧୀ ଦଳର ନେତାଙ୍କ ମଧ୍ୟରେ ନିକଟତର ହେବାର ସଙ୍କେତ ମିଳୁଛି। ଶନିବାର, ତୃଣମୂଳ କଂଗ୍ରେସ, ସିପିଆଇ(ଏମ) (CPI(M))…

ଏଇ ଭାରତରେ

ଜଙ୍ଗଲରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ହାତୀମାନେ ଜନବସତି ଆଡ଼କୁ ମୁହଁାଉଛନ୍ତି। ଫସଲ ଓ ଧନଜୀବନ ରକ୍ଷା କରିବା ପାଇଁ ମଣିଷ ସେମାନଙ୍କର ମୁକାବିଲା କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?