ଅଧିକ ସାଉଣ୍ଡ କଲେ ମିଳିବ ଦଣ୍ଡ

ଭୁବନେଶ୍ୱର,(ବ୍ୟୁରୋ): ଆଉ ମନଇଚ୍ଛା ଶବ୍ଦ କରି ଶୋଭାଯାତ୍ରା କରିପାରିବେ ନାହିଁ। ଉଚ୍ଚ ଶବ୍ଦ ସୃଷ୍ଟି କରୁଥିବା ମ୍ୟୁଜିକ୍‌ ସିଷ୍ଟମ୍‌ ଓ ଡିଜେ ଉପରେ ଲାଗିବ କଟକଣା। ୬୫ ଡେସିବଲ୍‌ରୁ ଅଧିକ ଶଦ୍ଦ ସୃଷ୍ଟି କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହାକୁ କଡ଼ାକଡ଼ି ପାଳନ କରିବାକୁ ଜିଲାପାଳ ଓ ଏସ୍‌ପିମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସ୍ଥାନୀୟ ଥାନାର ବିନାନୁମତିରେ କୌଣସି ବ୍ୟକ୍ତି ଉଚ୍ଚ ସ୍ବରରେ ମାଇକ କିମ୍ବା ଡିଜେ ବଜାଇ ପାରିବେନାହିଁ।
ଗତ ମାସ ୧୯ ତାରିଖରେ ଅନୁଷ୍ଠିତ ପରିବେଶ ତଦାରଖ ସେଲ୍‌ ବୈଠକରେ ରାଜ୍ୟର ବିଭିନ୍ନ ସ୍ଥାନରେ ଅତ୍ୟଧିକ ଶବ୍ଦ ପ୍ରଦୂଷଣ ହେଉଥିବା ନେଇ ଉଦ୍‌ବେଗ ପ୍ରକାଶ ପାଇଥିଲା। ଶବ୍ଦ ପ୍ରଦୂଷଣକୁ ରୋକିବା ଲାଗି ଆବଶ୍ୟକ ପଦକ୍ଷେପ ନେବାକୁ ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ନିର୍ଦ୍ଦେଶ ଦେଇଥିଲେ। ବୈଠକର ନିଷ୍ପତ୍ତି ଅନୁଯାୟୀ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ମେମ୍ବର ସେକ୍ରେଟାରୀ କେ. ମୁରୁଗେସେନ ଜିଲାପାଳ ଓ ଏସ୍‌ପିଙ୍କୁ ପ୍ରଦୂଷଣ ନିୟନ୍ତ୍ରଣ ନେଇ ପଦକ୍ଷେପ ନେବାକୁ ଚିଠି ଲେଖିଛନ୍ତି। ରାଜ୍ୟର ବିଭିନ୍ନ ସ୍ଥାନରେ ବିବାହ ପ୍ରୋସେସନ, ଧାର୍ମିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ସାଧାରଣ ବୈଠକଗୁଡ଼ିକରେ ଅତ୍ୟଧିକ ମାତ୍ରାରେ ଶବ୍ଦ ପ୍ରଦୂଷଣ ହେଉଛି। ଏଥିଯୋଗୁ ଦିନକୁ ଦିନ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ଏପରି କି ଅତ୍ୟଧିକ ଶବ୍ଦ ବୟସ୍କ ବ୍ୟକ୍ତି, ରୋଗୀ ଓ ଶିଶୁମାନଙ୍କ ଉପରେ ଗଭୀର ପ୍ରଭାବ ପକାଉଛି। ଶବ୍ଦ ପ୍ରଦୂଷଣ ରୋକିବାକୁ ବିଭିନ୍ନ ସମୟରେ ପରାମର୍ଶ ଦିଆଯାଉଥିଲେ ମଧ୍ୟ ତାହା କାର୍ଯ୍ୟକାରୀ ହେଉ ନାହିଁ। ଏହାକୁ ନେଇ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଉଦ୍‌ବେଗ ପ୍ରକାଶ କରିବା ସହ ଉଲ୍ଲଂଘନକାରୀଙ୍କ ବିରୋଧରେ ଆଇନ ଅନୁଯାୟୀ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କୁହାଯାଇଛି। ଏ ଦିଗରେ କି ପଦକ୍ଷେପ ନିଆଯାଇଛି ଆସନ୍ତା ୪ ସପ୍ତାହ ମଧ୍ୟରେ ମୁଖ୍ୟ ଶାସନ ସଚିବଙ୍କୁ ଅବଗତ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri