ଏହି ଭାକ୍ସିନ୍‌ ନେଲେ ଆଉ ହେବନି କରୋନା…

ନୂଆଦିଲ୍ଳୀ,୨୫।୪: ଦେଶରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ବଢିଛାଲିଛି। ଦେଶରେ ସାର୍ବଜନୀକ କରୋନା ଟିକାଦାନ ଜାରି ରହିଛି। ତେବେ ଟିକା ନେଇ ଥିବା ଲୋକେ ମଧ୍ୟ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଏଭଳି କାହିଁକି ହେଉଛି ଏବଂ କେଇଁ ଭାକ୍ସିନ୍‌ ନେଲେ କରୋନା ଆଉ ହେବନି ସେ ନେଇ ଭାରତ ବାୟୋଟେକ୍‌ର ଏମ୍‌ଡ଼ି ଡ. କୃଷ୍ଣା ଇଲ୍ଲା ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ନାଜାଲ ଭାକ୍ସିନ୍‌ ନେଲେ ଆଉ କରୋନା ହେବାର ଆଶଙ୍କା ଯଥେଷ୍ଟ କମ୍‌ ରହିଥାଏ। ହାତରେ ଦିଆ ଯାଉଥିବା ଭାକ୍ସିନ୍‌ ଦ୍ୱାରା ଫୁସ୍‌ଫୁସ୍‌ର ୁପର ଏବଂ ତଳ ଅଂଶକୁ ସୁରକ୍ଷା ପ୍ରଦାନ କରିଥାଏ। ମାତ୍ର ନାକ ଦେଇ ସଂକ୍ରମିତ ହେଉଥିବା କରୋନା ଭୂତାଣୁକୁ ରୋକିବାକୁ ସକ୍ଷମ ହୋଇପାରି ନ ଥାଏ। ତେଣୁ ହାତରେ ଟିକା ନେଇଥିବା ଲୋକେ ପୁଣି ଥରେ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଦୁଇ ଥର ଡୋଜ୍‌ ନେଲେବି କିଛି ଫରକ ପଡୁନାହିଁ। ଏପରିସ୍ଥଳେ ନାଜାଲ ଭାକ୍ସିନ୍‌ ଥରେ ନାକରେ ନେଲେ ଏହା ବେଶ୍‌ ପ୍ରଭାବଶାଳୀ ସାବ୍ୟସ୍ତ ହୋଇପାରିଥାଏ॥ ନାକର ଦୁଇ ପୁଡ଼ାରେ ଦୁଇ ଦୁଇ ବୁନ୍ଦା ନାଜାଲ ଭାକ୍ସିନ୍‌ ପକାଇଲେ କରୋନାରୁ ଦୂରେଇ ରହିବା ସମ୍ଭବ ହୋଇପାରିଥାଏ। ନାଜାଲ ଭାକ୍ସିନ୍‌ର ପ୍ରଭାବଶାଳୀ ଭୂମିକା ନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ମଧ୍ୟ ସନ୍ତୋଷ ବ୍ୟକ୍ତ କରିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri