ଏଣିକି ଟ୍ରାଫିକ ନିୟମ ଉଲ୍ଲଂଘନ କଲେ କଟିବ ଚାଲାଣ

ସୁନ୍ଦରଗଡ଼,୧ା୫(ଡି.ଏନ୍‌.ଏ.): ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ଏଥର ଚାଲାଣ କଟିକ। ମେ’ ପହିଲାରୁ ସୁନ୍ଦରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ଟ୍ରାଫିକ ନିୟମ କଡ଼ାକଡ଼ି ଭାବେ ଲାଗୁ କରାଯାଉଛି। ସହରରେ ଟ୍ରାଫିକର ସୁପରିଚାଳନା ଲାଗି ସ୍ବୟଂଚାଳିତ ଟ୍ରାଫିକ୍‌ ଲାଇଟ୍‌ ବ୍ୟବସ୍ଥା କରାଯାଇଛି। ଗାଡ଼ି ବେଗ ନିୟନ୍ତ୍ରଣ ପାଇଁ ଜିଲାରେ ଯାଇଥିବା ରାଜ୍ୟ ରାଜପଥ, ଜାତୀୟ ରାଜପଥ ଏବଂ ସହରାଞ୍ଚଳର ବିଭିନ୍ନ ସ୍ଥାନରେ କ୍ୟାମେରା ଲଗାଯାଇଛି।

୧୦ ନମ୍ବର ରାଜ୍ୟ ରାଜପଥର ଭସ୍ମା ଛକଠାରୁ ବେଦବ୍ୟାସ ଏବଂ ୧୪୩ ନମ୍ବର ଜାତୀୟ ରାଜପଥର ବେଦବ୍ୟାସ ଛକଠାରୁ ବୀରମିତ୍ରପୁର ପର୍ଯ୍ୟନ୍ତ ଯାଇଥିବା ବିଭିନ୍ନ ରାସ୍ତାରେ କ୍ୟାମେରା ଖଞ୍ଜାଯାଇଛି। ସେହିପରି ସୁନ୍ଦରଗଡ଼ ରାଜଗାଙ୍ଗପୁର ଏବଂ ବୀରମିତ୍ରପୁର ସହରର ଟ୍ରାଫିକ କ୍ୟାମେରା ନଜରରେ ରହିଛି। ତେଣୁ ଟ୍ରାଫିକ ନିୟମ ପାଳନ କରିବାକୁ ଜିଲା ସଡ଼କ ସୁରକ୍ଷା କମିଟି ପକ୍ଷରୁ ସମସ୍ତ ଗାଡ଼ି ଚାଳକ ଏବଂ ଜନସାଧାରଣଙ୍କୁ ନିବେଦନ କରାଯାଇଛି।
ସଡ଼କ ସୁରକ୍ଷା ନିୟମ ଅଧୀନରେ ବିଭିନ୍ନ ରାସ୍ତା ପାଇଁ ନିର୍ଦ୍ଧାରିତ ବେଗଠାରୁ ଅଧିକ ସ୍ପିଡରେ ଗାଡ଼ି ଚଳାଇବା, ରାସ୍ତାର ବିପରୀତ ଦିଗରେ ଗାଡ଼ି ଚାଳନା, ବିନା ହେଲମେଟରେ ଦୁଇଚକିଆ ଯାନ ଚଳାଇବା, ଗୋଟିଏ ବାଇକ୍‌ରେ ୩ ଜଣ ଆରୋହୀ ବସି ଯିବା ଆସିବା କରିବା, ଚାରିଚକିଆ ଯାନରେ ସିଟ୍‌ ବେଲ୍ଟ ବ୍ୟବହାର ନ କରିବା ଏବଂ କୌଣସି ଗାଡ଼ି ଚାଳନା ବେଳେ ମୋବାଇଲ ବ୍ୟବହାର କରିବା ଆଦି ମୋଟର ଯାନ ଆଇନ ଅନୁଯାୟୀ ଦଣ୍ଡନୀୟ। ଏଥିପାଇଁ ପ୍ରତ୍ୟେକ ବର୍ଗରେ ନିର୍ଦ୍ଧାରିତ ଜରିମାନା ଆଦାୟ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri