Posted inଖେଳ

ସ୍ଲିମ୍‌-ଟ୍ରିମ୍‌ କ୍ରିକେଟର ଆବଶ୍ୟକ ତ ଫ୍ୟାଶନ୍‌ ଶୋ’କୁ ଯାଅ: ଗାଭାସ୍କର

ନୂଆଦିଲ୍ଲୀ,୨୦।୧: ଘରୋଇ ଶୃଙ୍ଖଳାରେ ଜବରଦସ୍ତ ପ୍ରଦର୍ଶନ ସତ୍ତ୍ୱେ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ସରଫରାଜ ଖାଁଙ୍କୁ ଟିମ୍‌ ଇଣ୍ଡିଆରେ ସୁଯୋଗ ମିଳୁନାହିଁ। ଗତ ତିନୋଟି ଘରୋଇ ସିଜନରେ ସେ ୨୪୪୧ ରନ୍‌ କରିଛନ୍ତି। ଏହାକୁ ନେଇ ସେ ଚର୍ଚ୍ଚାରେ ରହିଥିବା ବେଳେ ଖେଳ ନୁହେଁ ବରଂ ମୋଟା ଯୋଗୁ ଡେବ୍ୟୁ କରିବାକୁ ସୁଯୋଗ ମିଳୁ ନ ଥିବା କୁହାଯାଉଛି। ଏବେ ଏହି ପ୍ରସଙ୍ଗରେ ପୂର୍ବତନ ଭାରତୀୟ ଅଧିନାୟକ ସୁନୀଲ ଗାଭାସ୍କର ସରଫରାଜଙ୍କ ସମର୍ଥନରେ ବାହାରିଛନ୍ତି। ଏପରିକି ସେ ଚୟନ କମିଟିକୁ ସମାଲୋଚନା କରିବାକୁ ପଛାଇ ନାହାନ୍ତି।

ଏକ ସାକ୍ଷାତକାରରେ ଗାଭାସ୍କର କହିଛନ୍ତି, ଯଦି କେହି ଅନ୍‌ଫିଟ ତେବେ ଦିନ ଶେଷ ଆଡକୁ ନିଜର ଶତକ ପୂରଣ କରିପାରିବ ନାହିଁ। ଏଥିଲାଗି କ୍ରିକେଟରେ ଫିଟ୍‌ନେସ ବହୁତ ଜରୁରୀ। ଜଣେ ଖେଳାଳି କ୍ରିକେଟ ଲାଗି କେତେ ଫିଟ୍‌ ତାହା ସୁନିଶ୍ଚିତ କରିବାକୁ ହେବ। ସରଫରାଜ ଶତକ ମାରିବା ପରେ ମଇଦାନ ବାହାରେ ରୁହନ୍ତି ନାହିଁ। ସେ ପୁଣିଥରେ ଆସି ନିଜକୁ ପ୍ରମାଣିତ କରିଥାନ୍ତି। ଯଦି ଆପଣ କେବଳ ପତଳା(ସ୍ଲିମ୍‌ ଆଣ୍ଡ ଟ୍ରିମ୍‌) ଖେଳାଳି ଖୋଜୁଛନ୍ତି, ତେବେ ଆପଣଙ୍କୁ କୌଣସି ଫ୍ୟାଶନ୍‌ ଶୋ ଯିବା ଉଚିତ। ସେଠାରୁ କିଛି ମଡେଲଙ୍କୁ ଆଣି ବ୍ୟାଟ୍‌ ଏବଂ ବଲ୍‌ ଧରାଇବା ଉଚିତ। ଏହାପରେ ଦଳରେ ସୁଯୋଗ ଦେବା କଥା। ଆପଣଙ୍କ ପାଖରେ ସମସ୍ତ ଆକାରର କ୍ରିକେଟର ଅଛନ୍ତି। ଏଣୁ ମୋଟା କିମ୍ବା ପତଳା ଦେଖନ୍ତୁ ନାହିଁ। ରନ୍‌ ଏବଂ ଉଇକେଟ ଆଧାରରେ ଖେଳାଳି ଚୟନ କରନ୍ତୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri