କାର୍ଯ୍ୟ ଦିବସ ନଷ୍ଟକଲେ ଭରଣା କରିବ

ଭୁବନେଶ୍ୱର,୧୫ା୯(ଅନିଲ ଦାସ):ରାଜ୍ୟର ବିଭିନ୍ନ ଜିଲାରେ ପ୍ରାଥମିକ ସ୍କୁଲ ଶିକ୍ଷୟିତ୍ରୀ ଓ ଶିକ୍ଷକମାନେ ୩ ଦଫା ଦାବି ନେଇ ସେପ୍ଟେମ୍ବର ୮ରୁ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ କାର୍ଯ୍ୟବନ୍ଦ ଆନ୍ଦୋଳନ ଚଳାଇଛନ୍ତି। ଏଥିଯୋଗୁ ରାଜ୍ୟରେ ପ୍ରାଥମିକ ଶିକ୍ଷା ଗଭୀର ଭାବେ ପ୍ରଭାବିତ ହୋଇଛି। ଆନ୍ଦୋଳନ ବନ୍ଦ କରି ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଶିକ୍ଷକମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ଏ ନେଇ ସମସ୍ତ ଡିଇଓ, ବିଇଓଙ୍କୁ ଗୁରୁବାର ଚିଠି ଲେଖିଛନ୍ତି। ସ୍କୁଲରେ କେଉଁମାନେ ଅନୁପସ୍ଥିତ ଅଛନ୍ତି, ସେମାନଙ୍କର ଏକ ଦୈନିକ ଉପସ୍ଥାନ ପ୍ରସ୍ତୁତ କରିବା ସହ ଉପସ୍ଥିତ ଓ ଅନୁପସ୍ଥିତ ଶିକ୍ଷକଙ୍କ ସମ୍ପର୍କରେ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥି ସହିତ ଚୁକ୍ତିଭିତ୍ତିକ ଶିକ୍ଷକଙ୍କ ସଂପର୍କରେ ଜଣାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଚିଠିରେ ଉଲ୍ଲେଖ କରାଯାଇଛି ଯେ ଶିକ୍ଷକମାନେ କୌଣସି କର୍ତ୍ତୃପକ୍ଷଙ୍କଠାରୁ ଅନୁମତି ନ ଦେଇ ଶିକ୍ଷାଦାନ ଛାଡ଼ି ଆନ୍ଦୋଳନ କରୁଛନ୍ତି, ଯାହାକି ଆଚରଣ ବିଧିର ଏହା ଖୋଲା ଉଲ୍ଲଂଘନ।
ଆନ୍ଦୋଳନରେ ବସିଥିବା ଶିକ୍ଷକଙ୍କୁ ୨୨୦ ଦିନର କାର୍ଯ୍ୟ ଦିବସ ଭରଣା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ବର୍ଷକୁ ୨୨୦ ଦିନ କାମ ନ କଲେ ପରବର୍ତ୍ତୀ ସମୟରେ ଶିକ୍ଷକମାନେ ତାହାକୁ ଭରଣା କରିବେ ବୋଲି ସରକାର ଚେତାଇ ଦେଇଛନ୍ତି। ଯଦି କେହି ଆନ୍ଦୋଳନ କରି ଏବର୍ଷ କିଛି କାର୍ଯ୍ୟ ଦିବସକୁ ନଷ୍ଟ କରୁଛନ୍ତିି ପରବର୍ତ୍ତୀ ବର୍ଷରେ ତାହାକୁ ଭରଣା କରିବାକୁ ହେବ ବୋଲି କୁହାଯାଇଛି। ପ୍ରାଥମିକ ନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ଗଠିତ ଏକ ସବ୍‌କମିଟି ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କ ଦାବିକୁ ନେଇ ଶିକ୍ଷକ ସଙ୍ଗଠନ କର୍ମକର୍ତ୍ତାମାନଙ୍କ ସହ ଆଲୋଚନା ଜାରି ରଖିଛି। ଆଲୋଚନା ପରେ କମିଟି ସୁପାରିସଗୁଡ଼ିକୁ ଚୂଡ଼ାନ୍ତ ନିଷ୍ପତ୍ତି ନେବାକୁ ଆନ୍ତଃମନ୍ତ୍ରୀସ୍ତରୀୟ କମିଟିକୁ ପ୍ରଦାନ କରିବ ବୋଲି ସୂଚନା ଦିଆଯାଇଛି। ଏ ସମ୍ପର୍କରେ ଜିଲା ଓ ବ୍ଲକସ୍ତରରେ ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କୁ ଅବଗତ କରିବାକୁ ଡିଇଓ ଏବଂ ବିଇଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଶିକ୍ଷକ ଆନ୍ଦୋଳନ ଯୋଗୁ ରାଜ୍ୟରେ ପାଠପଢ଼ା ପ୍ରଭାବିତ ହୋଇଛି। ପିଲାମାନେ ଶିକ୍ଷାଗ୍ରହଣରୁ ବଞ୍ଚିତ ହେଉଛନ୍ତି। ଯେକୌଣସି ପରିସ୍ଥିତିରେ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଆନ୍ଦୋଳନରୁ ହଟାଇବାକୁ ସବୁ ଜିଲା ଶିକ୍ଷା ଅଧିକାରୀ ଏବଂ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦିଆଯାଇଛି।
ଏଠାରେ ଉଲ୍ଲେଖଯୋଗ୍ୟ, ଉତ୍କଳ ପ୍ରାଥମିକ ସ୍କୁଲ ଶିକ୍ଷକ ଫେଡେରେଶନ ଅଧୀନରେ ରାଜ୍ୟବ୍ୟାପୀ ପ୍ରାୟ ୧.୩୦ ଲକ୍ଷ ପ୍ରାଥମିକ ଶିକ୍ଷକ ଆନ୍ଦୋଳନ ଚଳାଇଛନ୍ତି। ହାଇସ୍କୁଲ ଭଳି ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ସ୍କୁଲଗୁଡ଼ିକରୁ ଠିକା ଶିକ୍ଷକ ନିଯୁକ୍ତି ଉଚ୍ଛେଦ କରିବା, ଗ୍ରେଡ୍‌ ପେ’ ୨୨ଶହରୁ ୪୨ଶହକୁ ବୃଦ୍ଧି ଏବଂ ପୁରୁଣା ପେନ୍‌ସନ ବ୍ୟବସ୍ଥା ଲାଗୁ କରିବାକୁ ଶିକ୍ଷକମାନେ ଦାବି କରିଛନ୍ତି। ଶିକ୍ଷକ ଆନ୍ଦୋଳନ ଯୋଗୁ ରାଜ୍ୟର ପ୍ରାୟ ୫୦ ହଜାର ସ୍କୁଲର ୪୦ ଲକ୍ଷ ଛାତ୍ରୀଛାତ୍ର ପାଠପଢାରୁ ବଞ୍ଚିତ ହେବା ସହ ମଧ୍ୟାହ୍ନଭୋଜନ କାର୍ଯ୍ୟକ୍ରମ ମଧ୍ୟ ପ୍ରଭାବିତ ହୋଇଛି।
ପ୍ରାଥମିକ ଶିକ୍ଷକ ଫେଡେରେଶନର ସାଧାରଣ ସମ୍ପାଦିକା ଚାରୁଲତା ମହାପାତ୍ର କହିଛନ୍ତି, ବ୍ଲକ ଶିକ୍ଷା ଅଧିକାରୀଙ୍କଠାରୁ ଅନୁମତି ନେଇ ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ ଚାଲିଛି। ପିଲାମାନଙ୍କ ପ୍ରତି ଆମେ ସମ୍ବେଦନଶୀଳ। ପିଲାମାନଙ୍କ ପାଠପଢ଼ାକୁ ଆମେ ଭରଣା କରିବୁ। ସରକାର ଆମ ଦାବିକୁ ପୂରଣ କଲେ ଆମେ କାର୍ଯ୍ୟରେ ଯୋଗଦେବୁ। ଆସନ୍ତା ଶନିବାର ସଂଘର ବୈଠକ ପରେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି।
ଶିକ୍ଷକ ସଂଘର ଜଣେ ସଦସ୍ୟ କହିଛନ୍ତି, ଦେଶର ୨୨ଟି ରାଜ୍ୟରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ଶିକ୍ଷକମାନଙ୍କର ଗ୍ରେଡ୍‌ ପେ’ ୪୨୦୦ ରହିଛି। ନ୍ୟାଶନାଲ କାଉନ୍‌ସିଲ ଫର୍‌ ଟିଚର ଏଜୁକେଶନ ଗାଇଡ୍‌ଲାଇନ ଅନୁଯାୟୀ ଓଡ଼ିଶା ସରକାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ଯୋଗ୍ୟତା ଯୁକ୍ତ୨ ସହ ସିଟି କିମ୍ବା ବିଇଡି ଯୋଗ୍ୟତା ଧାର୍ଯ୍ୟ କରିଛନ୍ତି। ଏ ଦୃଷ୍ଟିରୁ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ଶିକ୍ଷକମାନଙ୍କର ଗ୍ରେଡ୍‌ ପେ’ ୨୨୦୦ରୁ ୪୨୦୦କୁ ବୃଦ୍ଧି କରିବା ଆବଶ୍ୟକ। ୨୦୧୭ରୁ ସରକାରଙ୍କ ନିକଟରେ ସଂଘ ପକ୍ଷରୁ ଏ ନେଇ ଦାବି କରାଯାଇଥିଲେ ମଧ୍ୟ ସରକାର କୌଣସି ପଦକ୍ଷେପ ନେଉନାହାନ୍ତି। ଦାବି ପୂରଣ ନ ହେବା ଯାଏ ଆନ୍ଦୋଳନ ଚାଲୁ ରହିବ। ଏହାଛଡ଼ା ପ୍ରାଥମିକ ସ୍କୁଲରେ ଠିକା ନିଯୁକ୍ତି ବଦଳରେ ସ୍ଥାୟୀ ନିଯୁକ୍ତି କରିବାକୁ ଶିକ୍ଷକ ସଂଘ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri