ଖରାଛୁଟିରେ ପିଲାଙ୍କୁ ମିଳିବ ଆଇଏଫ୍‌ଏ ବଟିକା

ଭୁବନେଶ୍ୱର,୨୮ା୪(ବ୍ୟୁରୋ): ଖରାଛୁଟିରେ ଛାତ୍ରୀଛାତ୍ରଙ୍କୁ ଆଇରନ ଓ ଫଲିକ୍‌ ଏସିଡ୍‌(ଆଇଏଫ୍‌ଏ) ଟାବ୍‌ଲେଟ ବା ବଟିକା ମିଳିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟ ନୋଡାଲ ଅଫିସର ରଘୁରାମ ଆର. ଆୟର ସମସ୍ତ ଜିଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଛନ୍ତି। ଚଳିତବର୍ଷ ଆଗୁଆ ଅର୍ଥାତ୍‌ ୧୯ ଏପ୍ରିଲରୁ ୧୬ ଜୁନ୍‌ ଯାଏ ଖରାଛୁଟି ହୋଇଥିବାରୁ ଆସନ୍ତା ସୋମବାରଠାରୁ ଶିକ୍ଷକମାନେ ପିଲାଙ୍କ ଘରକୁ ଯାଇ ଅଭିଭାବକଙ୍କୁ ଏହି ଟାବ୍‌ଲେଟ୍‌ ପ୍ରଦାନ କରିବାକୁ ଚିଠିରେ ନିର୍ଦ୍ଦେଶ ରହିଛି। ୨୦୨୨ରେ ଆରମ୍ଭ ହୋଇଥିବା ଆନେମିଆ ମୁକ୍ତ ଲକ୍ଷ୍ୟ ଅଭିଯାନ (ଅମ୍ଳାନ) ଅଧୀନରେ ଗ୍ରୀଷ୍ମଛୁଟିରେ ପ୍ରତି ସୋମବାର ଏହି ଟାବଲେଟ୍‌ ବଣ୍ଟନ କରାଯିବ। ସେହିପରି ଛାତ୍ରୀଛାତ୍ର ପିଛା ୮ଟି ଆଇଏଫ୍‌ଏ ଟାବଲେଟ ଦିଆଯିବ। ପ୍ରଥମରୁ ପଞ୍ଚମ ଶ୍ରେଣୀ ପିଲାଙ୍କୁ ଗୋଲାପୀ ଏବଂ ଷଷ୍ଠରୁ ଦ୍ୱାଦଶ ଛାତ୍ରୀଛାତ୍ରଙ୍କୁ ନୀଳ ଟାବଲେଟ୍‌ ଦିଆଯିବ। ଟାବ୍‌ଲେଟ୍‌ ବଣ୍ଟନ ପୂର୍ବରୁ ଏକ୍ସପାଏରି ଡେଟ୍‌ ଯାଞ୍ଚ ହେବ। ଏକ୍ସପାଏରି ଟାବ୍‌ଲେଟକୁ ସ୍ବାସ୍ଥ୍ୟ ବିଭାଗକୁ ଫେରସ୍ତ କରାଯିବ। ସେହିପରି ଅଭିଭାବକଙ୍କୁ ଟାବ୍‌ଲେଟ ହସ୍ତାନ୍ତର ପୂର୍ବରୁ ଏହାର ସେବନ ସମ୍ପର୍କରେ ଅବଗତ କରାଯିବ। ଛାତ୍ରୀଛାତ୍ର ସପ୍ତାହକୁ ଥରେ ମଧ୍ୟାହ୍ନଭୋଜନ ଓ ରାତ୍ରୀଭୋଜନ ପରେ ଗୋଟିଏ ଆଇଏଫ୍‌ଏ ଟାବଲେଟ୍‌ ସେବନ କରିବେ। ଟାବଲେଟ୍‌ ଖାଇ ଗୋଟିଏ ଗ୍ଲାସ ପାଣି ପିଇବେ। ଏସବୁ ଅଭିଭାବକଙ୍କ ଉପସ୍ଥିତିରେ କରାଯିବ। ଆବଶ୍ୟକସ୍ଥଳେ ବିଦ୍ୟାଳୟ ପରିଚାଳନା କମିଟି ଏହାର ତଦାରଖ କରିବ। ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସକାଳ କିମ୍ବା ସନ୍ଧ୍ୟା ସମୟରେ ଏହି ଔଷଧ ବଣ୍ଟନ କରାଯିବ ବୋଲି ଚିଠିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri