‘ଦ କଶ୍ମୀର ଫାଇଲ୍ସ’କୁ ନେଇ ପ୍ରଶ୍ନ ଉଠାଇଲେ ଆଇଏଫଏଫଆଇର ମୁଖ୍ୟ ଜୁରୀ

ମୁମ୍ବାଇ: ବଲିଉଡ ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀଙ୍କ ଦ୍ୱାରା ନିଦ୍ଦେର୍ଶିତ ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’ ଚଳିତ ବର୍ଷ ସଫଳତାରେ ସମସ୍ତ ରେକର୍ଡ ଭାଙ୍ଗି ଦେଇଛି । ଏହାସହ ଫିଲ୍ମ ଲଗାତାର ବିବାଦ ମଧ୍ୟରେ ଗତି କରିଛି । ନିକଟରେ ଗୋଆରେ ଆୟୋଜିତ ହୋଇଥିବା ୫୩ତମ ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲ ଅଫ ଇଣ୍ଡିଆ(ଆଇଏଫଏଫଆଇ)ର ଶେଷ ଦିନରେ ଏହି ଫିଲ୍ମ ଚର୍ଚ୍ଚାରେ ରହିଥିଲା । ଏଥିରେ ଥିବା ଜୁରୀ ମୁଖ୍ୟ ଫିଲ୍ମକୁ ନେଇ ପ୍ରଶ୍ନ ଉଠାଇଥିଲେ । କେବଳ ସେତିକି ନୁହେଁ ଜୁରୀ ହେଡ ଓ ଇସ୍ରାଏଲର ଫିଲ୍ମ ମେକର ନାଦବ ଲୌପିଡ ଏହି ଫିଲ୍ମକୁ ପ୍ରୋପାଗଣ୍ଡା ଫିଲ୍ମ ବୋଲି କହିଥିଲେ । ଏହାସହ ଏମାନେ ଏହି ଫିଲ୍ମକୁ ଏକ ‘ଅସୁନ୍ଦର’ ଫିଲ୍ମ ବୋଲି ବି କହିଥିଲେ । ଫେଷ୍ଟିଭାଲର କ୍ଲୋଜିଂ ସେରିମନିରେ ଲୌପିଡ ଏହା କହିଛନ୍ତି । ଏହି ସମୟରେ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଉପସ୍ଥିତ ଥିଲେ ।

ନାଦବ ଲାପିଡ ଫିଲ୍ମ ଫେଷ୍ଟିଭାଲରେ ଏହି ଫିଲ୍ମର ସ୍କ୍ରିନିଂ ଦେଖି ଆଶ୍ଚର୍ଯ୍ୟ ଚକିତ ହୋଇଥିଲେ । ସେ ଫିଲ୍ମକୁ ନେଇ ଆଲୋଚନା କରିବା ସହ କହିଥିଲେ ଏହା ଫିଲ୍ମ ଫେଷ୍ଟିଭାଲରେ ପ୍ରତିଯୋଗୀତାରେ ସାମିଲ ହେବା ଭଳି ଫିଲ୍ମ ନୁହେଁ । ଏହା କେବଳ ପ୍ରଚାର ପାଇଁ । ନାଦବ କହିଥିଲେ ଏହି ଫିଲ୍ମକୁ ଦେଖି ଆମେ ସମସ୍ତେ ଆଶ୍ଚର୍ଯ୍ୟ ଓ ଚିନ୍ତିତ ଥିଲୁ । ଏହାଏକ ଭଲଗାର ଫିଲ୍ମ । ଏହି ଫିଲ୍ମ ଏକ ପ୍ରତିଷ୍ଠିତ ଫିଲ୍ମ ସମାରୋହ ପାଇଁ ଏକ କମ୍ପିଟେଟିଭ ସେକ୍ସନ ପାଇଁ ଠିକ୍ ନୁହେଁ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପିନ୍‌ରେ ଦମ୍‌ ଦେଖାଇଲା ଶ୍ରୀଲଙ୍କା

କଲମ୍ବୋ,୮ା୨- ଟି୨୦ ବିଶ୍ୱକପ୍‌ରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଶ୍ରୀଲଙ୍କା ୨୦ ରନରେ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଶ୍ରୀଲଙ୍କା ଦ୍ୱାରା ପ୍ରଦତ୍ତ ୧୬୪ ରନର ଟାର୍ଗେଟକୁ ପିଛା…

ସଭା ମଞ୍ଚରେ ମନ୍ତ୍ରୀ-ବିଧାୟକଙ୍କ ଆଲୋଚନା: ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା…

ବଲାଙ୍ଗୀର,୮।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ରବିବାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମଞ୍ଚ ଉପରେ ବସିଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଏବଂ ସମ୍ବଲପୁର…

ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

ଜାପାନ ନିର୍ବାଚନ: ଆସିଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ଜାଣନ୍ତୁ କେଉଁ ଦଳ…

ଟୋକିଓ,୮ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ସରକାର ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହେବା…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri