ଆଇଜିକେସି ହସ୍ପିଟାଲର ‘କେଟିକନ୍‌’

ଭୁବନେଶ୍ୱର,୨୯।୬(ଅନୁରାଧା ମହାରଣା): ଭାସ୍କୁଲାର ଆକ୍‌ସେସ୍‌ ଏବଂ କିଡ୍‌ନୀ ପ୍ରତିରୋପଣର ବିଜ୍ଞାନ ଓ କଳା ବିଷୟବସ୍ତୁକୁ ନେଇ କର୍ମଶାଳା କେଟିକନ୍‌-୨୦୨୪ ଶୁବ୍ରବାର ସ୍ଥାନୀୟ ଏକ ହୋଟେଲରେ ଉଦ୍‌ଘାଟିତ ହୋଇଯାଇଛି। ଘାଟିକିଆସ୍ଥିତ ଆଇଜିକେସି ମଲ୍ଟିସ୍ପେଶାଲିଟି ହସ୍ପିଟାଲ, ରେନାଲ ଟ୍ରାନ୍ସପ୍ଲାଣ୍ଟ ସେକ୍ସନ ୟୁରୋଲୋଜିକାଲ ସୋସାଇଟି ଅଫ୍‌ ଇଣ୍ଡିଆ, ଦ ୟୁରୋଲୋଜିକାଲ ସୋସାଇଟି ଅଫ୍‌ ଇଣ୍ଡିଆ ଏବଂ ଓଡ଼ିଶା ୟୁରୋଲୋଜି ଆସୋସିଏଶନ୍‌ ପକ୍ଷରୁ ଆୟୋଜିତ ଏହି କର୍ମଶାଳା ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଉଦ୍‌ଘାଟନୀ ଅଧିବେଶନରେ ରେନାଲ ଟ୍ରାନ୍ସପ୍ଲାଣ୍ଟ ସେକ୍ସନ ୟୁରୋଲୋଜିକାଲ ସୋସାଇଟି ଅଫ୍‌ ଇଣ୍ଡିଆର ଅଧ୍ୟକ୍ଷ ଡା. ଉମେଶ ଓଜା ଓ କାର୍ଯ୍ୟକ୍ରମର ପରିଚାଳନା ସଚିବ ଡା. ସୁବୋଧ କୁମାର ଦାସ ବକ୍ତବ୍ୟ ରଖିଥିଲେ। ଡା. ମାନସରଞ୍ଜନ ସାହୁ, ଡା. ଅଜୟ ଓଶଓ୍ବାଲ୍‌, ପରିଚାଳନା ଅଧ୍ୟକ୍ଷ ଡା. ସୁରେନ୍‌ ଦାଶ ପ୍ରମୁଖ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ। କିଡ୍‌ନୀ ଦାନ ଓ ଗ୍ରହଣର ସମ୍ପୂର୍ଣ୍ଣ ପ୍ରକ୍ରିୟା ଏବଂ ଯୋଗ୍ୟତା ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏହାସହ କିଡ୍‌ନୀ ପ୍ରତିରୋପଣର ଆବଶ୍ୟକତା, ଏ କ୍ଷେତ୍ରରେ ଥିବା ବିପଦ ଏବଂ ପ୍ରତିରୋପଣ ପ୍ରକ୍ରିୟା ସମ୍ବନ୍ଧରେ ମଧ୍ୟ ବିଶେଷଜ୍ଞମାନେ ମତ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri