ଦିଗପହଣ୍ଡିରେ ଲକ୍‌ଡାଉନ କଟକଣାକୁ ବେଖାତିର୍‌: ୩ ଦୋକାନ ସିଲ୍‌ କଲା ପ୍ରଶାସନ

ଦିଗପହଣ୍ଡି,୨।୭(ଡି.ଏନ୍‌.ଏ.): କରୋନା ମହାମାରୀ ବିପର୍ଯ୍ୟୟ ସମୟରେ ପ୍ରଶାସନକୁ ସହଯୋଗର ହାତ ବଢ଼ାଇବା ପରିବର୍ତ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଣୀତ କୋଭିଡ ନିୟମକୁ ଉଲ୍ଲଂଘନ କରୁଛନ୍ତି ବ୍ୟବସାୟୀ। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡିର ୩ଟି ଦୋକାନକୁ ସ୍ଥାନୀୟ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆ, ଥାନା ଆଇଆଇସି ବସନ୍ତ କୁମାର ସେଠୀଙ୍କ ଉପସ୍ଥିତିରେ ସିଲ୍‌ କରାଯାଇଛି। ଆଇଆଇସି ସେଠୀଙ୍କ ନେତୃତ୍ୱରେ ପୋଲିସ କର୍ମଚାରୀମାନେ ବସଷ୍ଟାଣ୍ଡ ଅଞ୍ଚଳରେ ପୂର୍ବାହ୍ନରେ ପାଟ୍ରୋଲିଂ କରୁଥିବା ବେଳେ ନିର୍ଦ୍ଦିଷ୍ଟ ପରିବା ଦୋକାନ, ଗ୍ରୋସରୀ ଦୋକାନ ସମେତ ପୁଞ୍ଜିକଁୟା ଛକ ନିକଟ ମୁଖ୍ୟ ରାସ୍ତାକଡ଼ରେ ଥିବା ଶିବମ୍‌ ଡ୍ରେସ୍‌ ଦୋକାନରେ ବହୁ ସଂଖ୍ୟାରେ ଗ୍ରାହକଙ୍କ ଭିଡ଼ ଜମିଥିଲା। ଗ୍ରାହକମାନେ ସାମାଜିକ ଦୂରତା ନିୟମକୁ ଉଲ୍ଲଂଘନ କରିବାସହ ଅଧିକାଂଶ ମାସ୍କ ମଧ୍ୟ ପିନ୍ଧି ନ ଥିଲେ। ଦୋକାନୀମାନେ ମଧ୍ୟ ପାଖରେ ସାନିଟାଇଜର ରଖି ନ ଥିବା ବେଳେ ଗ୍ଲୋବସ ମଧ୍ୟ ନ ପିନ୍ଧି ବ୍ୟବସାୟ କରୁଥିଲେ। ଏ ନେଇ ଆଇଆଇସି ଉକ୍ତ ଦୋକାନଗୁଡ଼ିକୁ ବନ୍ଦ କରିଦେଇଥିଲେ। ଖବର ପାଇ ନିର୍ବାହୀ ଅଧିକାରୀ ଓ ତାଙ୍କ ଏନ୍‌ଫୋର୍ସମେଣ୍ଟ ସ୍କ୍ବାର୍ଡ ଘଟଣାସ୍ଥଳରେ ପହଞ୍ଚି ଉକ୍ତ ଦୋକାନଗୁଡିକୁ ସିଲ କରିଦେଇଛି। ଆଗାମୀ ୭ ଦିନ ପର୍ଯ୍ୟନ୍ତ ଏହି ଦେକାନଗୁଡିକ ସିଲ୍‌ ରହିବ। ପରେ ଜିଲା ପ୍ରଶାସନର ନିର୍ଦ୍ଦେଶ ଅନୁଯାୟୀ ଦୋକାନୀ ମାଲିକ ନିର୍ଦ୍ଧାରିତ ସିକାରୋକ୍ତି ପ୍ରଦାନ ସହ ଜରିମାନା ଦାଖଲ କରିବାପରେ ଦୋକାନ ଖୋଲିବାକୁ ଅନୁମତି ଦିଆଯିବ ବୋଲି ବୋଲି ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି,…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri