କାଳୁଆ ନଗର, ବାସୁଦେବ ନଗର ପ୍ରତି ପ୍ରଶାସନର ଅଣଦେଖା

ବ୍ରହ୍ମପୁର ଅଫିସ, ୨୭ା୯: ବ୍ରହ୍ମପୁର ସହରତଳି ଅଞ୍ଚଳ ତଥା ଲୋଚାପଡା ପଞ୍ଚାୟତ ଅଧୀନ କାଳୁଆନଗର ଓ ବାସୁଦେବନଗର ଅଞ୍ଚଳରେ ରାସ୍ତାଠାରୁ ଆରମ୍ଭ କରି ବିଭିନ୍ନ ସମସ୍ୟା ପ୍ରତି ପ୍ରଶାସନ ଅଣଦେଖା କରାଯାଉଥିବା ନେଇ ସହରତଳି ଅଞ୍ଚଳ ମିଳିତ କ୍ରିୟାନୁଷ୍ଠାନ କମିଟି ଅଭିଯୋଗ କରିଛି। କମିଟି ପକ୍ଷରୁ କୁହାଯାଇଛି, ଉପରୋକ୍ତ ୨ଟି ଅଞ୍ଚଳ ସହର ସନିକଟରେ ଅବସ୍ଥିତ ଥିଲେ ମଧ୍ୟ ଏହା କୁକୁଡାଖଣ୍ଡି ବ୍ଲକ ଅଧୀନ ଲୋଚାପଡା ପଞ୍ଚାୟତରେ ରହିଛି। କାଳୁଆନଗରରେ ୫ ସାହି ଥିବା ବେଳେ ବାସୁଦେବନଗରରେ ୭ଟି ସାହି ରହିଛି। ଉକ୍ତ ୨ଟି ସାହିରେ ୫ ହଜାର ଜନସଂଖ୍ୟା ରହିଛି। କିନ୍ତୁ ଏତେ ସଂଖ୍ୟକ ଜନ ବସତି ସତ୍ତ୍ୱେ ସାହି ଗୁଡିକରେ ଖାଲ ଖମା ରାସ୍ତା ଯୋଗୁ ସାଧାରଣ ଜନତା ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଏଥିସହ ଡ୍ରେନେଜ ବ୍ୟବସ୍ଥା ନ ଥିବାରୁ ବର୍ଷା ଜଳ ନିଷ୍କାସନ ହୋଇ ନ ପାରି ଲୋକେ ଜଳବନ୍ଦୀ ହେଉଛନ୍ତି। ତତସହିତ ସାହି ମଧ୍ୟରେ ଷ୍ଟ୍ରିଟ ଲାଇଟ ନ ଥିବାରୁ ବିଷାକ୍ତ ସରୀସୃପଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏପରିକି ସାହି ୨ଟିକୁ ଜଳ ଯୋଗାଣ ବ୍ୟବସ୍ଥା କରାଯାଇ ନାହିଁ। ଅନ୍ୟପଟେ ପଞ୍ଚାୟତ ପକ୍ଷରୁ ନିୟମିତ ସଫେଇ ଓ ଆବର୍ଜନା ସଫେଇ ହେଉ ନ ଥିବାରୁ ପରିବେଶ ପ୍ରଦୂଷିତ ହେଉଥିବା ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି। ଏଭଳି ସ୍ଥିତିରେ ସହରତଳି ଅଞ୍ଚଳ ବ୍ରହ୍ମପୁର ମହାନଗରରେ ମିଶ୍ରଣ ନେଇ ନିଷ୍ପତ୍ତି ଅଧାପନ୍ତରିଆ ରହିଥିବା ବେଳେ ସ୍ଥାନୀୟ ବାସିନ୍ଦାଙ୍କୁ ମାୈଳିକ ସୁବିଧା ନ ମିଳିବା କମିଟି ପକ୍ଷରୁ କ୍ଷୋଭ ପ୍ରକାଶ କରାଯାଇଛି। ଏଣୁ ଉପରୋକ୍ତ ୨ଟି ସାହିରେ ଥିବା ସମସ୍ୟାର ସମାଧାନ ପାଇଁ ସହରତଳି ଅଞ୍ଚଳ ମିିଳିତ କ୍ରିୟାନୁଷ୍ଠାନ କମିଟି ସଭାପତି ସଞ୍ଜୀବ କୁମାର ପଟ୍ଟନାୟକ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri