କାଳୁଆ ନଗର, ବାସୁଦେବ ନଗର ପ୍ରତି ପ୍ରଶାସନର ଅଣଦେଖା

ବ୍ରହ୍ମପୁର ଅଫିସ, ୨୭ା୯: ବ୍ରହ୍ମପୁର ସହରତଳି ଅଞ୍ଚଳ ତଥା ଲୋଚାପଡା ପଞ୍ଚାୟତ ଅଧୀନ କାଳୁଆନଗର ଓ ବାସୁଦେବନଗର ଅଞ୍ଚଳରେ ରାସ୍ତାଠାରୁ ଆରମ୍ଭ କରି ବିଭିନ୍ନ ସମସ୍ୟା ପ୍ରତି ପ୍ରଶାସନ ଅଣଦେଖା କରାଯାଉଥିବା ନେଇ ସହରତଳି ଅଞ୍ଚଳ ମିଳିତ କ୍ରିୟାନୁଷ୍ଠାନ କମିଟି ଅଭିଯୋଗ କରିଛି। କମିଟି ପକ୍ଷରୁ କୁହାଯାଇଛି, ଉପରୋକ୍ତ ୨ଟି ଅଞ୍ଚଳ ସହର ସନିକଟରେ ଅବସ୍ଥିତ ଥିଲେ ମଧ୍ୟ ଏହା କୁକୁଡାଖଣ୍ଡି ବ୍ଲକ ଅଧୀନ ଲୋଚାପଡା ପଞ୍ଚାୟତରେ ରହିଛି। କାଳୁଆନଗରରେ ୫ ସାହି ଥିବା ବେଳେ ବାସୁଦେବନଗରରେ ୭ଟି ସାହି ରହିଛି। ଉକ୍ତ ୨ଟି ସାହିରେ ୫ ହଜାର ଜନସଂଖ୍ୟା ରହିଛି। କିନ୍ତୁ ଏତେ ସଂଖ୍ୟକ ଜନ ବସତି ସତ୍ତ୍ୱେ ସାହି ଗୁଡିକରେ ଖାଲ ଖମା ରାସ୍ତା ଯୋଗୁ ସାଧାରଣ ଜନତା ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଏଥିସହ ଡ୍ରେନେଜ ବ୍ୟବସ୍ଥା ନ ଥିବାରୁ ବର୍ଷା ଜଳ ନିଷ୍କାସନ ହୋଇ ନ ପାରି ଲୋକେ ଜଳବନ୍ଦୀ ହେଉଛନ୍ତି। ତତସହିତ ସାହି ମଧ୍ୟରେ ଷ୍ଟ୍ରିଟ ଲାଇଟ ନ ଥିବାରୁ ବିଷାକ୍ତ ସରୀସୃପଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏପରିକି ସାହି ୨ଟିକୁ ଜଳ ଯୋଗାଣ ବ୍ୟବସ୍ଥା କରାଯାଇ ନାହିଁ। ଅନ୍ୟପଟେ ପଞ୍ଚାୟତ ପକ୍ଷରୁ ନିୟମିତ ସଫେଇ ଓ ଆବର୍ଜନା ସଫେଇ ହେଉ ନ ଥିବାରୁ ପରିବେଶ ପ୍ରଦୂଷିତ ହେଉଥିବା ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି। ଏଭଳି ସ୍ଥିତିରେ ସହରତଳି ଅଞ୍ଚଳ ବ୍ରହ୍ମପୁର ମହାନଗରରେ ମିଶ୍ରଣ ନେଇ ନିଷ୍ପତ୍ତି ଅଧାପନ୍ତରିଆ ରହିଥିବା ବେଳେ ସ୍ଥାନୀୟ ବାସିନ୍ଦାଙ୍କୁ ମାୈଳିକ ସୁବିଧା ନ ମିଳିବା କମିଟି ପକ୍ଷରୁ କ୍ଷୋଭ ପ୍ରକାଶ କରାଯାଇଛି। ଏଣୁ ଉପରୋକ୍ତ ୨ଟି ସାହିରେ ଥିବା ସମସ୍ୟାର ସମାଧାନ ପାଇଁ ସହରତଳି ଅଞ୍ଚଳ ମିିଳିତ କ୍ରିୟାନୁଷ୍ଠାନ କମିଟି ସଭାପତି ସଞ୍ଜୀବ କୁମାର ପଟ୍ଟନାୟକ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri