ଉଚ୍ଛେଦ ପରେ ଉପେକ୍ଷା

ବଇଣ୍ଡା,୧୮।୭(ଡି.ଏନ.ଏ.) – ବର୍ଷାଦିନେ ପ୍ରାଣୀଧନଙ୍କ ଠାରେ ବ୍ୟାପୁଛି ବିଭିନ୍ନ ସଂକ୍ରାମକ ରୋଗ। ହେଲେ ଚିକିତ୍ସା ପାଇଁ ନା ଅଛନ୍ତି ଚିକିତ୍ସକ ନା ଅଛି ଚିକିତ୍ସାକେନ୍ଦ୍ର। ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ୪ ବର୍ଷ ତଳୁ ପ୍ରାଣୀଧନ ଚିକିତ୍ସାଳୟକୁ ଉଚ୍ଛେଦ କରାଯିବା ପରଠାରୁ ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡାଠାରେ ଗୃହପାଳିତ ପ୍ରାଣୀଙ୍କ ଚିକିତ୍ସାକୁ ଉପେକ୍ଷା କରାଯାଇ ଆସୁଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ପ୍ରଶାସନ ପକ୍ଷରୁ ନୂତନ କୋଠା ନିର୍ମାଣ କରାଯାଉ ନ ଥିବାରୁ ରୋଗାକ୍ରାନ୍ତ ପ୍ରାଣୀ ସମ୍ପଦଙ୍କ ଚିକିତ୍ସା କରାଯାଇ ପାରୁନାହିଁ। ଫଳରେ ଅଯଥାରେ ସେମାନଙ୍କ ଜୀବନହାନି ହେଉଥିବାରୁ କ୍ଷୟକ୍ଷତିର ସମ୍ମୁଖୀନ ହେଉଛନ୍ତି ଚାଷୀ। ଏ ନେଇ ବଇଣ୍ଡା ଅଞ୍ଚଳରେ ତୀବ୍ର ଅସନ୍ତୋଷ ଦେଖାଦେଇଛି।
ବଇଣ୍ଡାବାସୀ କହିଛନ୍ତି, କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର ସମ୍ପ୍ରସାରଣ ନିମନ୍ତେ ୨୦୧୮ରୁ ବଇଣ୍ଡାଠାରେ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଥିଲା। ପ୍ରଶାସନ ପକ୍ଷରୁ କିଛି ବି ପ୍ରସ୍ତୁତି କରା ନ ଯାଇ ଅତ୍ୟନ୍ତ ତରବରିଆ ଭାବେ ସରକାରୀ, ବେସରକାରୀ କାର୍ଯ୍ୟାଳୟଠାରୁ ଆରମ୍ଭ କରି ବିଦ୍ୟାଳୟ, ବ୍ୟବସାୟିକ ପ୍ରତିଷ୍ଠାନ ଆଦି ଭାଙ୍ଗି ଦିଆଗଲା। ଏହାର ପରିଣାମ ଏବେ ଅଞ୍ଚଳବାସୀ ଭୋଗୁଛନ୍ତି। ଅନ୍ୟ କାର୍ଯ୍ୟାଳୟ କୋଠା ନିର୍ମାଣ ତ ଦୂରର କଥା ପ୍ରାଣୀଧନଙ୍କ ଚିକିତ୍ସା ପାଇଁ ବହୁ ବର୍ଷରୁ ବଇଣ୍ଡାଠାରେ ଥିବା ପ୍ରାଣୀଧନ ଚିକିତ୍ସାଳୟର ନୂତନ ଗୃହ ଏଯାଏ ନିର୍ମାଣ କରାଗଲା ନାହିଁ। ଫଳରେ ନୁନୁକାପଶି, ଗାଁବଇଣ୍ଡା, ଜାମୁନାଳୀ, ଲୁହାମୁଣ୍ଡା ଆଦି ପଞ୍ଚାୟତର ଚାଷୀମାନେ ପାଳନ କରିଥିବା ୩ ହଜାର ୨୨ ଗାଈ, ୪ ହଜାର ୨୧୨ ଛେଳିଙ୍କ ଚିକିତ୍ସା ୪ ବର୍ଷ ହେଲା କରିପାରୁ ନାହାନ୍ତି। ବର୍ଷାଦିନେ ଫାଟୁଆ ରୋଗ ବ୍ୟାପୁଥିବାରୁ ଗୋରୁମାନେ ମୃତ୍ୟୁମୁଖରେ ପଡ଼ୁଛନ୍ତି। କୌଣସି ଚାଷୀ ରୋଗାକ୍ରାନ୍ତ ଗୋରୁଙ୍କୁ ନେଇ ୭ କି.ମି. ଦୂର ହଣ୍ଡପା ପ୍ରାଣୀଧନ ଚିକିତ୍ସାକେନ୍ଦ୍ରକୁ ଗଲେ ମଧ୍ୟ ସେଠାରେ ଡାକ୍ତର ନ ଥିବାରୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବଇଣ୍ଡାଠାରେ ପ୍ରାଣୀଧନ ଚିକିତ୍ସାଳୟର ନୂତନ କୋଠା ନିର୍ମାଣ ପାଇଁ ୧୮ ଫେବୃୟାରୀ ୨୦୧୯, ୧୫ ସେପ୍ଟେମ୍ବର ୨୦୨୧ରେ ଜିଲାପାଳଙ୍କଠାରୁ ଆରମ୍ଭ କରି ଆଠମଲ୍ଲିକ ବିଧାୟକଙ୍କୁ ଅଭିଯୋଗ କରାଯାଇଥିଲେ ମଧ୍ୟ ସୁଫଳ ମିଳୁନାହିଁ। ତୁରନ୍ତ ପ୍ରାଣୀଧନଙ୍କ ଚିକିତ୍ସାସେବା ପ୍ରତି ପ୍ରଶାସନ ଗୁରୁତ୍ୱ ଦେବାକୁ ବଇଣ୍ଡାବାସୀ ଦାବି କରିଛନ୍ତି। ଏ ନେଇ ଆଠମଲ୍ଲିକ ଉପଖଣ୍ଡ ପ୍ରାଣୀଧନ ଚିକିତ୍ସା ଅଧିକାରୀ ନୀଳାଞ୍ଚଳ ସେନାପତି କହିଛନ୍ତି, ବଇଣ୍ଡାଠାରେ ପ୍ରାଣୀଧନ ଚିକିତ୍ସାଳୟ ନିର୍ମାଣ ପାଇଁ ଜମି ଚିହ୍ନଟ ହୋଇଛି। ହେଲେ ଜାତୀୟ ରାଜପଥ ନିର୍ମାଣ କରୁଥିବା ଠିକାସଂସ୍ଥା ଏହା ନିର୍ମାଣ କରୁନାହିଁ l ଏ ନେଇ ଜିଲାପାଳଙ୍କୁ ଅବଗତ କରାଯାଇଥିବା ଚିକିତ୍ସା ଅଧିକାରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ମଶାଣି ଗୃହ ନଥିବାରୁ ହଟହଟା ଗ୍ରାମବାସୀ: ନିଜ ପାଇଁ ନିଜେ ଶ୍ମଶାନ ଜମି ସଫେଇ କଲା ଗ୍ରାମ୍ୟ କମିଟି

ଦାରିଙ୍ଗବାଡ଼ି, ୪/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଗ୍ରାମ୍ୟ କମିଟି ପକ୍ଷରୁ ନିଜ ଗାଁ ଶ୍ମଶାନ ଜମିକୁ ନିଜେ ସଫେଇ କରି…

କଣ୍ଟାପଡ଼ା ଯାତ୍ରା ଦେଖିବା ହେଲା ଶେଷ ଯାତ୍ରା: ଦୁର୍ଘଟଣାରେ ଏଲ୍‌ଆଣ୍ଡ୍‌ଟି କର୍ମଚାରୀଙ୍କ ମୃତ୍ୟୁ

ଭଞ୍ଜନଗର, ୪/୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାର କଣ୍ଟାପଡ଼ା ଯାତ୍ରା ଦେଖି ଶନିବାର ମଧ୍ୟରାତ୍ରିରେ ଭଞ୍ଜନଗର ନିକଟସ୍ଥ ଡିହପଢ଼ାଳ ଗ୍ରାମସ୍ଥିତ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା…

ତାମିଲନାଡୁରେ ବନ୍ଧା ପଡ଼ିଛି ଦାଦନ ଶ୍ରମିକଙ୍କ ମୃତଦେହ

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଦାଦନ ସମସ୍ୟା ଅସମାହିତ ରହିଛି। ଜିଲାର ପଦ୍ମପୁର ଉପଖଣ୍ଡରେ ଏହି ସମସ୍ୟା ଲାଗି ରହିଛି। ଏଠାରୁ ପ୍ରତିବର୍ଷ ରାଜ୍ୟ ବାହାରକୁ ଲୋକେ…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?