କଟକଣାକୁ ବେଖାତିର, ପୁଣି କ୍ଷେପଣାସ୍ତ୍ର ପରୀକ୍ଷା କଲେ କିମ୍‌…

ସିଓଲ,୧୬।୩ : ୟୁକ୍ରେନ ସଙ୍କଟ ମଧ୍ୟରେ ଉତ୍ତରକୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ ପୁଣି ଥରେ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି। ଦକ୍ଷିଣ କୋରିଆର ସୈନ୍ୟବାହିନୀ କହିଛି ଯେ ଉତ୍ତର କୋରିଆର ବୁଧବାର ଦିନ ଏକ ଅଜ୍ଞାତ କ୍ଷେପଣାସ୍ତ୍ର ପରୀକ୍ଷା କରିଛି। କିନ୍ତୁ ଏହାର ଉତକ୍ଷେପଣ ବିଫଳ ହୋଇଛି।

ଦକ୍ଷିଣ କୋରିଆର ରାଜଧାନୀ ସିଓଲର ଜଏଣ୍ଟ ଚିଫ୍‌ ଅଫ୍‌ ଷ୍ଟାଫ୍‌ ଏକ ବିବୃତ୍ତିରେ କହିଛନ୍ତି ଯେ ଉତ୍ତର କୋରିଆ ବୁଧବାର ପୂର୍ବାହ୍ନ ପ୍ରାୟ ସାଢ଼େ ୯ଟା ସୁନାନ ଅଞ୍ଚଳରୁ ଏକ ଅଜ୍ଞାତ କ୍ଷେପଣାସ୍ତ୍ର ପରୀକ୍ଷା କରିଥିଲା, କିନ୍ତୁ ଏହା ଲଞ୍ଚ୍‌ ହେବାର କିଛି ସମୟ ପରେ ଦୁର୍ଘଟଣାଗ୍ରସ୍ତ ହୋଇଛି ବୋଲି ଜଣାପଡିଛି।

ଉତ୍ତର କୋରିଆ ଚଳିତ ବର୍ଷ ଏପର୍ଯ୍ୟନ୍ତ ମୋଟ ୧୦ ଟି ଅସ୍ତ୍ରଶସ୍ତ୍ର ପରୀକ୍ଷା କରିଛି। ସେଥିମଧ୍ୟରୁ ଗୋଟିଏ ବିଫଳ ହୋଇଛି। ସେଥିମଧ୍ୟରେ ସାତୋଟି କ୍ଷେପଣାସ୍ତ୍ର ଏବଂ ଦୁଇଟି ଅନୁସନ୍ଧାନ ଉପଗ୍ରହ ଅନ୍ତର୍ଭୁକ୍ତ। ଦକ୍ଷିଣ କୋରିଆ ଏବଂ ଆମେରିକା ଉତ୍ତର କୋରିଆର କ୍ଷେପଣାସ୍ତ୍ର ପରୀକ୍ଷାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଗତ ସପ୍ତାହରେ ଦୁଇ ଦେଶ ଏକ ବିବୃତ୍ତି ଜାରି କରି କହିଥିଲେ ଯେ ଉତ୍ତର କୋରିଆ ଦ୍ୱାରା ପରୀକ୍ଷା କରାଯାଇଥିବା ଅଧିକାଂଶ କ୍ଷେପଣାସ୍ତ୍ର ଆନ୍ତର୍ମହାଦେଶୀୟ ବାଲାଷ୍ଟିକ କ୍ଷେପଣାସ୍ତ୍ର (ଆଇସିବିଏମ)। ଏପରି କ୍ଷେପଣାସ୍ତ୍ର ପୂର୍ବରୁ ଉତକ୍ଷେପଣ କରାଯାଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସମାଜବାଦୀ ପାର୍ଟି ନେତା ଆଜମ ଖାନଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡ

ନୂଆଦିଲ୍ଲୀ,୧୬।୫: ଉତ୍ତର ପ୍ରଦେଶର ପୂର୍ବତନ ମନ୍ତ୍ରୀ ଆଜମ ଖାନଙ୍କୁ କୋର୍ଟରେ ଏକ ବଡ଼ ଝଟକା ଲାଗିଛି। ୨୦୧୯ ଲୋକ ସଭା ନିର୍ବାଚନ ସମୟରେ ଦେଇଥିବା ଏକ ବିବାଦୀୟ…

ଗୋଟିଏ ଦିନର ମୁଖ୍ୟମନ୍ତ୍ରୀ ହେଲେ ବୁମ୍‌ରା! VIDEOରୁ ଖୋଲିଲା ରାଜ୍‌

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟ ଦଳର ଷ୍ଟାର ଫାଷ୍ଟ ବୋଲର ଜସପ୍ରୀତ ବୁମରାଙ୍କୁ IPL 2026 ସମୟରେ ଗୋଟିଏ ଦିନ ପାଇଁ ମୁଖ୍ୟମନ୍ତ୍ରୀ ହେବାର ଦେଖାଯାଇଥିଲା। ସେ ବଲିଉଡ…

ଆଣ୍ଡାମାନ ଛୁଇଁଲା ମୌସୁମୀ: ଜୁନ ୧ ସୁଦ୍ଧା…

ନୂଆଦିଲ୍ଲୀ,୧୬।୫: ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଶନିବାର ଆଣ୍ଡାମାନ ଛୁଇଁଛି। ଦକ୍ଷିଣପୂର୍ବ ଆରବ ସାଗରରେ ମଧ୍ୟ ମୌସୁମୀ ଅଗ୍ରସର ହେଉଥିବା ଜଣାପଡ଼ିଛି। ଦକ୍ଷିଣପୂର୍ବ ଓ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ମଧ୍ୟ…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର,୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ ଅଭିଯୋଗ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

ପାକିସ୍ତାନରେ ଧୁମ୍‌ ମଚାଇଲା‘ଧୁରନ୍ଧର 2’ ନେଟଫ୍ଲିକ୍ସ ସର୍ଭର କ୍ରାସ, #1 ରେ ଟ୍ରେଣ୍ଡ କରୁଛି…

ଇସଲାମାବାଦ,୧୬।୫: ରଣବୀର ସିଂହଙ୍କ ଆକ୍ସନ ଥ୍ରୀଲର୍‌, ଧୁରନ୍ଧର: ଦି ରିଭେଞ୍ଜ, ପାକିସ୍ତାନରେ ଏକ ବିରାଟ ଆଲୋଡନ ସୃଷ୍ଟି କରିଛି। ଏହି ଫିଲ୍ମଟି ୧୫ ମଇ, ୨୦୨୬ରେ OTT…

ସାବିତ୍ରୀ ବ୍ରତ ପାଇଁ ଦେବାଳୟରେ ପ୍ରବଳ ଭିଡ଼

ପାଟଣା,୧୬ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ଦେବାଳୟଗୁଡିକରେ ଶନିବାର ସାବିତ୍ରୀ ବ୍ରତ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ମହିଳାମାନେ ନୂଆ ଶାଢ଼ି,…

ପିକ୍‌ଅପ୍‌ରେ ଯାଉଥିଲେ ୨୭ ଶ୍ରମିକ, ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଲା, ତା’ ପରେ…

ବାସୁଦେବପୁର,୧୬ା୫(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅରଣ୍ଡୁଆ ପଞ୍ଚାୟତର ବେକମୁଡ଼ି ଛକ ନିକଟରେ ଶନିବାର ଏକ ପିକ୍‌ଅପ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri