ଲକ୍‌ଡାଉନକୁ ବେଖାତିର: କ୍ଷୀର, ପରିବା ବିକ୍ରି ଆଳରେ ଖୋଲୁଛି ଚା’, ଭେରାଇଟ ଷ୍ଟୋର

କଣ୍ଟାପଡା,୨୪।୭(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁଦିନ ବୃଦ୍ଧି ପାଇବାରେ ଲାଗିଛି। ସେହିପରି କଣ୍ଟାପଡା ବ୍ଲକରେ ଗୁରୁବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୩୬ରେ ପହଞ୍ଚିଛି। ତେବେ ରାଜ୍ୟସରକାର କେତେକ ଜିଲାକୁ ଆସନ୍ତା ୩୧ ପର୍ଯ୍ୟନ୍ତ ଲକ୍‌ଡାଉନ ଘୋଷଣା କରିଥିବା ବେଳେ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି ଉପରେ କଟକଣା କୋହଳ ରହିଛି। ଏହାର ଫଇଦା ନେଇ କଣ୍ଟାପଡା ବ୍ଲକ ଅଞ୍ଚଳର କେତେକ ବ୍ୟବସାୟୀ କ୍ଷୀର ଓ ପରିବା ବିକ୍ରିଆଳରେ ଚା’ ଓ ଭେରାଇଟ ଷ୍ଟୋର ଖୋଲୁଥିବା ଦେଖିବାକୁ ମିଳୁଛି। କଣ୍ଟାପଡା ବ୍ଲକର ଅଡ଼ଶପୁର, ବାଇରୋଇ, ଓଲଟପୁର, କଣ୍ଟାପଡା, ଦାମୋଦରପୁର, ବାଗଲପୁର, ସୁନ୍ଦରଗ୍ରାମ, ପାଟସୁନ୍ଦରପୁର, ଗୋବିନ୍ଦପୁର ଆଦି ବଜାରରେ କେତେକ ଚା’ଦୋକାନୀ ଭୋର ୪ଟାରୁ କ୍ଷୀର ବିକ୍ରି କରିବା ଆଳରେ ଦେକାନ ଖୋଲୁଛନ୍ତି। ଏହି ସମୟରେ ସେମାନେ ମୁହଁରେ ମାସ୍କ ପିନ୍ଧୁ ନ ଥିବା ବେଳେ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେଉନାହାନ୍ତି।
ସେହିପରି କେତେକ ଭେରାଇଟ ଷ୍ଟୋର ମାଲିକ କ୍ଷୀର ଓ ପରିବା ବିକ୍ରିକୁ ଢ଼ାଲକରିବା ଆରମ୍ଭ କରିଛନ୍ତି। ଏହି ସମୟରେ ସେମାନେ ଲକଡାଉନ ନିୟମର ଖୋଲାଖୋଲି ଉଲଙ୍ଘନ କରୁଛନ୍ତି।
ଶୁକ୍ରବାର କଣ୍ଟାପଡା ବ୍ଲକଛକରେ କେତେକ ଚା’ଦେକାନୀ ଏହି ନିୟମର ଖୋଲାଖୋଲି ଉଲଙ୍ଘନ କରୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନାହିଁ। ସେହିପରି ଗ୍ରୋସରୀ ଦେକାନୀଙ୍କୁ ଦିନ ୧ଟାପର୍ଯ୍ୟନ୍ତ ଖୋଲିବାପାଇଁ ଗାଇଡଲାଇନ୍‌ ଜାରି କରାଯାଇଥି ବାବେଳେ ଅଧିକାଂଶ ଗ୍ରୋସରୀ ଦୋକାନୀ ଲୁଚାଛପାରେ ଦିନତମାମ ବ୍ୟବସାୟ ଚଳାଇଛନ୍ତି। ଏ ସମ୍ପର୍କରେ ଓଲଟପୁର ଥାନା ଆଇଆଇସି ଚିନ୍ମୟୀ ସାହୁ କହିଛନ୍ତି, ପାଟ୍ରୋଲିଂ ଚାଲିଛି ଯେଉଁମାନେ ହାବୁଡରେ ପଡୁଛନ୍ତି ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଡ଼ିଓ ଭାଇରାଲ, ହଠାତ ଚମକିଲେ ଐଶ୍ୱର୍ଯ୍ୟା, ଆରାଧ୍ୟାଙ୍କୁ ମିସ୍‌ କଲେ ପ୍ରଶଂସକ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଦୀର୍ଘ ଦିନ ଧରି ବଡ଼ ପରଦାରୁ ଦୂରେଇ ରହିଥିଲେ ମଧ୍ୟ ସେ ସର୍ବଦା ଚର୍ଚ୍ଚାରେ ରୁହନ୍ତି। ନିକଟରେ ଶନିବାର…

ପଡ଼ିଆରେ କ୍ରିକେଟ୍‌ ଖେଳୁଥିଲେ ଏଆର୍‌ଆଇ, ହଠାତ୍‌ ଛାତିରେ ହେଲା ଯନ୍ତ୍ରଣା, ଆଉ ତା’ ପରେ…

ଗୁଣପୁର,୨୭ା୯(ସଙ୍କେତ ପାତ୍ର): ରାୟଗଡ଼ାରେ କ୍ରିକେଟ ଖେଳୁଥିବା ସମୟରେ ହଠାତ୍‌ ଛାତି ଯନ୍ତ୍ରଣା ହେବା ପରେ ଅଚେତ ହୋଇପଡ଼ି ଗୁଣପୁରରେ କାର୍ଯ୍ୟରତ ଏଆର୍‌ଆଇ ପି. ରାଜେଶଙ୍କ ଅକାଳ ବିୟୋଗ…

Amazon-Flipkart- JioMartକୁ ବଡ଼ ଝଟକା, ଗଣିବେ ଏତେ ଲକ୍ଷ ଲକ୍ଷ ଟଙ୍କାର ଜରିମାନା!

ନୂଆଦିଲ୍ଲୀ,୨୭।୯: ଅନଲାଇନ ଗ୍ରାହକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। କେନ୍ଦ୍ରୀୟ ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ (CCPA) ଆମାଜନ (Amazon), ଫ୍ଲିପକାର୍ଟ (Flipkart) ଏବଂ ଜିଓମାର୍ଟ (JioMart)…

ଧରିତ୍ରୀ ପ୍ରଭାବ: ୪ ଦିନ ପରେ ଖୋଲିଲା ଗାଜଲବାଡ଼ି ଘାଟି ରାସ୍ତା, ତଥାପି ଜାରି ରହିଛି ଭାରୀଯାନ ଚଳାଚଳ କଟକଣା

ଦାରିଙ୍ଗବାଡ଼ି,୨୭ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାରୁ ୪ ଦିନ ପରେ ସିଲ୍‌କୁ ହଟାଇଛି ଗଞ୍ଜାମ ଜିଲା ପ୍ରଶାସନ। ଫଳରେ…

ହର୍ମୁଜକୁ ନେଇ ବଡ଼ ଦାବି କଲେ ଟ୍ରମ୍ପ, କହିଲେ ‘କାଙ୍ଗାଳ ହୋଇଗଲାଣି ଇରାନ’

ଓ୍ବାଶିଂଟନ,୨୭।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୱାଶିଂଟନ ଡି.ସି. ଠାରେ ହର୍ମୁଜ ପ୍ରଣାଳୀ (Strait of Hormuz) ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଟ୍ରମ୍ପ ଦାବି…

ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଓଡ୍ରାଫ ଯବାନଙ୍କୁ କାମୁଡ଼ିଲା ସାପ

ବାରିପଦା, ୨୭।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଜଣେ ଓଡ୍ରାଫ ଯବାନଙ୍କୁ ସାପ କାମୁଡ଼ିଥିବା ଜଣାପଡ଼ିଛି। ବେତନଟୀ ବ୍ଲକ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଚେତାବନୀ: ବଙ୍ଗୋପସାଗରରେ ନୂଆ ଲଘୁଚାପ ବଳୟ! ଏସବୁ ଜିଲାରେ…

ଭୁବନେଶ୍ୱର, ୨୭ା୯: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । କେନ୍ଦ୍ରୀୟ ଥାଇଲାଣ୍ଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ମିଆଁମାର ଉପକୂଳ ଉପରେ ଆଜି ଏକ ଲଘୁଚାପ…

PM Modi Mann Ki Baat: ୧୩୮ତମ ସଂସ୍କରଣରେ ବାଲାକୋଟ ସର୍ଜିକାଲ ଷ୍ଟ୍ରାଇକ ବିଷୟରେ ଉଲ୍ଲେଖ କଲେ ମୋଦି

ନୂଆଦିଲ୍ଲୀ,୨୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (୨୭ ସେପ୍ଟେମ୍ବର) ନିଜର ‘ମନ କି ବାତ’ ରେଡିଓ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଥିଲେ। ଏହି କାର୍ଯ୍ୟକ୍ରମର ୧୩୮ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?