ଆଦିବାସୀ କଲ୍ୟାଣ ବିଭାଗ ମନ୍ତ୍ରୀଙ୍କ ପଟାଙ୍ଗି ଗସ୍ତ ସମୟରେ ଗଣମାଧ୍ୟମକୁ ଅଣଦେଖା

ପଟାଙ୍ଗି,୭ା୫(ଡି.ଏନ୍‌.ଏ.): ରାଜ୍ୟ ଆଦିବାସୀ କଲ୍ୟାଣ ବିଭାଗ ମନ୍ତ୍ରୀ ଆନ୍ଧ୍ର ସୀମାନ୍ତ ବ୍ଲକକୁ ଗସ୍ତ କରି ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମଧ୍ୟ ଏଠାରେ ଗଣମାଧ୍ୟମକୁ ବ୍ଲକ ପ୍ରଶାସନ ପକ୍ଷରୁ କୌଣସି ସୂଚନା ପ୍ରଦାନ କରା ନ ଯିବା ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଏପରି ଦୃଶ୍ୟ ଦେଖିବାକୁ ମିଳିଛି କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାରେ।

ସୂଚନାନୁଯାୟୀ, ରାଜ୍ୟ ଆଦିବାସୀ କଲ୍ୟାଣ ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା ସ୍ଥାନୀୟ ବ୍ଲକ ସଦର ମହକୁମାରେ ପହଞ୍ଚି ପ୍ରଥମେ ଗ୍ରାମଦେବୀ ମା’ ଗାଙ୍ଗମାଙ୍କୁ ଦର୍ଶନ କରି ଅସ୍ଥାୟୀ ମଣ୍ଡପରେ ମା’ଙ୍କ ନବରାତ୍ର ଘଟ ଯାତ୍ରା ସ୍ଥଳୀରେ ପହଞ୍ଚି ପୂଜାର୍ଚ୍ଚନା କରିଥିଲେ। ଏହି ସମୟରେ ଉପସ୍ଥିତ ବିଜେଡି ଜିଲା ସଭାପତି ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀ, କୋରାପୁଟ ବିଧାୟକ ରଘୁରାମ ପଡାଲ, ପଟ୍ଟାଙ୍ଗି ବିଧାୟକ ପ୍ରୀତମ ପାଢ଼ୀ, ପୂର୍ବତନ ବିଧାୟକ ପ୍ରଫୁଲ୍ଲ କୁମାର ପାଙ୍ଗିଙ୍କ ସମେତ ଦଳୀୟ କର୍ମୀ ମନ୍ତ୍ରୀ ସାରକାଙ୍କୁ ସ୍ବାଗତ ଜଣାଇଥିଲେ।

ମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ ତହସିଲଦାର ଦେବେନ୍ଦ୍ର ବାହାଦୂର ସିଂ ଧାରୁଆ, ଜିଲା ଆଦିବାସୀ ବିକାଶ ପରିଷଦ ଅଧ୍ୟକ୍ଷ ଚନ୍ଦ୍ରଶେଖର ମାଝି , ସ୍ଥାନୀୟ ବ୍ଲକ ଅଧ୍ୟକ୍ଷା କଳ୍ପନା ପାଙ୍ଗି, ଜିଲା ପରିଷଦ ସଭ୍ୟା ଟିକାଇ ଗେମେଲ, ଜିଲା ପରିଷଦ ସଭ୍ୟ ଲଇଚନ ଖରା, ସରପଞ୍ଚ ଆଲମେ ଫୁଲ, ଚନ୍ଦକା ସରପଞ୍ଚ ଦେବକୀ ଗଣ୍ଡ ପ୍ରମୁଖ ଉପସ୍ଥିତ ରହିଥିଲେ। ତେବେ ଗଣମାଧ୍ୟମ ପ୍ରତିନିଧିଙ୍କୁ କୌଣସି ସୂଚନା ନ ଦେବା ନେଇ ନାନା ପ୍ରଶ୍ନ ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri