ଆଦିବାସୀ କଲ୍ୟାଣ ବିଭାଗ ମନ୍ତ୍ରୀଙ୍କ ପଟାଙ୍ଗି ଗସ୍ତ ସମୟରେ ଗଣମାଧ୍ୟମକୁ ଅଣଦେଖା

ପଟାଙ୍ଗି,୭ା୫(ଡି.ଏନ୍‌.ଏ.): ରାଜ୍ୟ ଆଦିବାସୀ କଲ୍ୟାଣ ବିଭାଗ ମନ୍ତ୍ରୀ ଆନ୍ଧ୍ର ସୀମାନ୍ତ ବ୍ଲକକୁ ଗସ୍ତ କରି ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମଧ୍ୟ ଏଠାରେ ଗଣମାଧ୍ୟମକୁ ବ୍ଲକ ପ୍ରଶାସନ ପକ୍ଷରୁ କୌଣସି ସୂଚନା ପ୍ରଦାନ କରା ନ ଯିବା ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଏପରି ଦୃଶ୍ୟ ଦେଖିବାକୁ ମିଳିଛି କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାରେ।

ସୂଚନାନୁଯାୟୀ, ରାଜ୍ୟ ଆଦିବାସୀ କଲ୍ୟାଣ ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା ସ୍ଥାନୀୟ ବ୍ଲକ ସଦର ମହକୁମାରେ ପହଞ୍ଚି ପ୍ରଥମେ ଗ୍ରାମଦେବୀ ମା’ ଗାଙ୍ଗମାଙ୍କୁ ଦର୍ଶନ କରି ଅସ୍ଥାୟୀ ମଣ୍ଡପରେ ମା’ଙ୍କ ନବରାତ୍ର ଘଟ ଯାତ୍ରା ସ୍ଥଳୀରେ ପହଞ୍ଚି ପୂଜାର୍ଚ୍ଚନା କରିଥିଲେ। ଏହି ସମୟରେ ଉପସ୍ଥିତ ବିଜେଡି ଜିଲା ସଭାପତି ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀ, କୋରାପୁଟ ବିଧାୟକ ରଘୁରାମ ପଡାଲ, ପଟ୍ଟାଙ୍ଗି ବିଧାୟକ ପ୍ରୀତମ ପାଢ଼ୀ, ପୂର୍ବତନ ବିଧାୟକ ପ୍ରଫୁଲ୍ଲ କୁମାର ପାଙ୍ଗିଙ୍କ ସମେତ ଦଳୀୟ କର୍ମୀ ମନ୍ତ୍ରୀ ସାରକାଙ୍କୁ ସ୍ବାଗତ ଜଣାଇଥିଲେ।

ମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ ତହସିଲଦାର ଦେବେନ୍ଦ୍ର ବାହାଦୂର ସିଂ ଧାରୁଆ, ଜିଲା ଆଦିବାସୀ ବିକାଶ ପରିଷଦ ଅଧ୍ୟକ୍ଷ ଚନ୍ଦ୍ରଶେଖର ମାଝି , ସ୍ଥାନୀୟ ବ୍ଲକ ଅଧ୍ୟକ୍ଷା କଳ୍ପନା ପାଙ୍ଗି, ଜିଲା ପରିଷଦ ସଭ୍ୟା ଟିକାଇ ଗେମେଲ, ଜିଲା ପରିଷଦ ସଭ୍ୟ ଲଇଚନ ଖରା, ସରପଞ୍ଚ ଆଲମେ ଫୁଲ, ଚନ୍ଦକା ସରପଞ୍ଚ ଦେବକୀ ଗଣ୍ଡ ପ୍ରମୁଖ ଉପସ୍ଥିତ ରହିଥିଲେ। ତେବେ ଗଣମାଧ୍ୟମ ପ୍ରତିନିଧିଙ୍କୁ କୌଣସି ସୂଚନା ନ ଦେବା ନେଇ ନାନା ପ୍ରଶ୍ନ ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ାରେ ବଲାଙ୍ଗୀର ପୋଲିସର ଚଢ଼ାଉ: ବିପୁଳ ସୁନା-ରୂପା ଅଳଙ୍କାର ଜବତ, ୨ ସନ୍ଦିଗ୍ଧ…

କଲ୍ୟାଣସିଂହପୁର, ୨୬।୮ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ବଲାଙ୍ଗୀର ଜିଲା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଚୋରି ସୁନା ଓ ରୂପା ଅଳଙ୍କାର ଜବତ…

ପିଉସାଙ୍କୁ ହତ୍ୟା କରି ପୋଡ଼ି ଦେବା ଘଟଣା: ୨ ମହିଳା ଗିରଫ, ମୋଟ ଗିରଫ ସଂଖ୍ୟା…

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ସିକନବାଡ଼ି ଗ୍ରାମରେ ଜମି ବିବାଦ ଓ ଗୁଣିଗାରେଡ଼ି ସନ୍ଦେହକୁ ନେଇ ମିଶ୍ର ପ୍ରଧାନଙ୍କୁ ନିର୍ମମ…

ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ-ପ୍ରତିଆକ୍ରମଣ: ୨ ଗିରଫ, ନୋଟିସ ଦେଇ ଛାଡ଼ିଲା…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡ଼ାଖାଲ ଗ୍ରାମ ନିକଟରେ ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ ଓ ପ୍ରତିଆକ୍ରମଣ…

ମା’ ଚାମୁଣ୍ଡେଶ୍ୱରୀ ମନ୍ଦିରର ହେବ ସାମଗ୍ରିକ ବିକାଶ: ପରିଚାଳନା କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଗୃହୀତ

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କେରାଣ୍ଡିମାଳ ପର୍ବତମାଳାସ୍ଥିତ ଚାଙ୍ଗୁଡ଼ିଦେଇ ପର୍ବତ ଶିଖରରେ ବିରାଜମାନ ମା’ ଚାମୁଣ୍ଡେଶ୍ୱରୀ ମନ୍ଦିର ଉନ୍ନୟନ…

ଫାଷ୍ଟଫୁଡ୍ ଦୋକାନ ଆଢୁଆଳରେ ଚାଲିଥିଲା ବେଆଇନ ମଦ କାରବାର: ଅବକାରୀ ଟିମ୍‌ର ଅତର୍କିତ ଚଢ଼ାଉ, ଧରାପଡ଼ିଲେ…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଢେପାପେଣ୍ଠ ଗ୍ରାମରେ ଏକ ଫାଷ୍ଟଫୁଡ୍ ଦୋକାନରୁ ବେଆଇନ ବିଦେଶୀ ମଦ ଜବତ ହୋଇଛି। ବ୍ରହ୍ମପୁର…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଡେରା ପକାଇଥିଲେ ବଣୁଆ ହାତୀ, ଗାଧୋଇବାକୁ ଯିବା ବେଳେ ହାବୁଡ଼ରେ ପଡ଼ିଗଲେ ଯୁବକ; ଶୁଣ୍ଢରେ କଚାଡ଼ି…

ପାଟଣା/ଢେଙ୍କିକୋଟ,୨୬।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଧୋବାପିଟଣା ଗ୍ରାମର ଜଣେ ୪୨ ବର୍ଷିୟ ଯୁବକଙ୍କୁ ବୁଧବାର ଅପରାହ୍ନରେ ଏକ ମାଇ ହାତୀ ଶୁଣ୍ଢରେ କଚାଡ଼ି…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri