ମୃତଦେହ ପରିବହନ ବ୍ୟବସ୍ଥାକୁ ଅଣଦେଖା

ନୟାଗଡ଼, ୧୮ା୬(ଲୋକନାଥ ମିଶ୍ର) ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରୁ ମୃତ ବ୍ୟକ୍ତିଙ୍କୁ ଘରକୁ ନେବା ପାଇଁ କୌଣସି ବ୍ୟବସ୍ଥା ନାହିଁ ା ସରକାର, ଜିଲା ପ୍ରଶାସନ, ସ୍ବାସ୍ଥ୍ୟ ବିଭାଗ ଏଥିପ୍ରତି ଆଖିବୁଜି ଦେଇଥିବାରୁ ବିଭିନ୍ନ ସମୟରେ ବାଇକ୍‌, ଟ୍ରଲି, ରିକ୍ସା କିମ୍ବା ଘରୋଇ ଯାନବାହନରେ ମୃତଦେହ ନିଆଯାଉଥିବା ଲୋକଲୋଚନକୁ ଆସୁଛି। ଅନ୍ୟପକ୍ଷେ ମୃତଦେହ ପରିବହନ ପାଇଁ ସରକାର ଯୋଗାଇଥିବା ମହାପ୍ରୟାଣ ଗାଡ଼ି ଅଧିକାଂଶ ସମୟରେ ଅଚଳ ରହୁଛି। ନୟାଗଡ଼ ମ୍ୟୁନିସିପାଲିଟି ପକ୍ଷରୁ ମହାପ୍ରୟାଣ ସେବା ଯୋଗାଇ ଦିଆଯାଉଥିବାବେଳେ ଏହା ପ୍ରହସନ ପାଲଟିଛି ବୋଲି ଅଭିଯୋଗ ହୋଇଛି। ସବୁବେଳେ ଯଦି ମହାପ୍ରୟାଣ ଗାଡ଼ି ଖରାପ ତେବେ ଏହି ସେବାକୁ ବନ୍ଦ କରି ଦିଆଯାଉ ବୋଲି ମତପ୍ରକାଶ ପାଇଛି। ସେହିଭଳି ଘରୋଇ ଆମ୍ବୁଲାନ୍ସରେ ମୃତଦେହ ଓ ରୋଗୀମାନଙ୍କୁ ନିଆଯାଉଥିବାବେଳେ ପ୍ରତିବାଦର ସ୍ବର ଉଠୁନି । ଗୋଟିଏ ଗାଡ଼ିରେ ଦୁଇ ପ୍ରକାରର କାର୍ଯ୍ୟ ଠିକ୍‌ ହୋଇ ନ ଥିଲେ ହେଁ ଏହି ସେବା ବହୁ ଦିନ ଧରି ଚାଲି ଆସିଛି। ଅନ୍ୟପକ୍ଷେ ଜିଲା ମୁଖ୍ୟ ଚିକିସତ୍ାଳୟ ପରିସରରେ ମୋ ସରକାର ୧୦୦ ଶଯ୍ୟା ବିଶିଷ୍ଟ ୬ମହଲା ବିଶିଷ୍ଟ କୋଠା ଘର ନିର୍ମାଣ କରିବା ପାଇଁ ଘୋଷଣା କରିବା ସମୟରେ ୨ଟି ଆମ୍ବୁଲାନ୍ସ ଦେବାକୁ ଘୋଷଣା କରିଥିଲେ। ପରିବର୍ତ୍ତିତ ପରିସ୍ଥିତିରେ ୧୦୦ ଶଯ୍ୟା ବିଶିଷ୍ଟ ୬ମହଲା ବିଶିଷ୍ଟ କୋଠା ଘର ନିର୍ମାଣ ହୋଇ ସାରିଛି, ଗୋଟିଏ ଆମ୍ବୁଲାନ୍ସ ମିଳି ସାରିଛି । ତେବେ ଜିଲା ମୁଖ୍ୟ ଚିକିତ୍ସାଳୟ ପାଇଁ ମୋ ସରକାର ମୃତଦେହ ପରିବହନ ଗାଡ଼ି ଦେବାକୁ ଭୁଲି ଯାଇଛନ୍ତି। ପୁଣି ନୟାଗଡ଼ ରୋଟାରୀ ପକ୍ଷରୁ ଏକ ସ୍ବର୍ଗରଥ ବ୍ୟବସ୍ଥା ହୋଇଥିଲା। ଏହି ସେବା ପ୍ରାୟ ୧୦ ବର୍ଷ ହେଲା ବନ୍ଦ ରହିଛି । ରୋଟାରୀର ଆମ୍ବୁଲାନ୍ସ ଗାଡ଼ିରେ ମୃତଦେହ ପରିବହନ ଓ ଗୁରୁତର ରୋଗୀଙ୍କୁ ନେବା ଆଣିବା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri