ଉପାନ୍ତ ଅଞ୍ଚଳରେ ଓଡ଼ିଆ ଭାଷାକୁ ଅଣଦେଖା

କେନ୍ଦୁଝର,୨୯ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ଉପାନ୍ତ ଯୋଡ଼ା-ବଡ଼ବିଲ ଖଣି ଅଞ୍ଚଳରେ ଓଡ଼ିଆ ଭାଷାକୁ ଅଣଦେଖା କରାଯାଉଛି। ସରକାରଙ୍କ ତାଗିଦା ସତ୍ତ୍ୱେ ଓଡ଼ିଆରେ ନାମଫଳକ ବା ସୂଚନା ଫଳକ ଲେଖାଯାଉନାହିଁ। ବିଶେଷ କରି ବିଭିନ୍ନ ସରକାରୀ କମ୍ପାନୀ, ଘରୋଇ ଖଣି ସଂସ୍ଥାରେ କାମ କରୁଥିବା ଅଣ ଓଡ଼ିଆ ବାବୁମାନଙ୍କ ମନମୁଖି କାମ ଯୋଗୁ ଏଭଳି ପରିସ୍ଥିତି ଉପୁଜୁଥିବା ଅଭିଯୋଗ ହେଉଛି। ଏ ନେଇ ପ୍ରଶାସନ ପକ୍ଷରୁ ଚଢ଼ାଉ କରି ପଦକ୍ଷେପ ନିଆଯାଉ ନ ଥିବାରୁ ଅସନ୍ତୋଷ ବଢୁଛି।
ଅନୁଯାୟୀ, ଓଡ଼ିଶା ଓ ଝାଡ଼ଖଣ୍ଡ ସୀମାନ୍ତ କେନ୍ଦୁଝର ଜିଲା ବଲାଣୀ ଖଣି ଅଞ୍ଚଳରେ ଏକ ଠିକା ସଂସ୍ଥା ପକ୍ଷରୁ ବଲାଣି ଲୌହ ଖଣିର ଟାଉନଶିପ୍‌ରେ ରାସ୍ତା ଓ ଅନ୍ୟାନ୍ୟ ନିର୍ମାଣ କାର୍ଯ୍ୟ ଚାଲିଛି। ନିର୍ମାଣାଧୀନ ରାସ୍ତା କଡ଼ରେ ଡାକଘର, କ୍ଲବ୍‌, ଡାକ୍ତରଖାନା, ବ୍ୟାଙ୍କ ଆଦିର ନାମ ହିନ୍ଦୀ, ଇଂରାଜୀ ଭାଷାରେ ଲେଖାଯାଇଛି। ଓଡ଼ିଆରେ ଲେଖିବାକୁ ନିବେଦନ କଲେ କାମ କରୁଥିବା ସଂସ୍ଥା ପକ୍ଷରୁ ଧମକ ମିଳୁଥିବା ସ୍ଥାନୀୟ ବାସିନ୍ଦା ଦେବାଶିଷ ନନ୍ଦ ଅଭିଯୋଗ କରିଛନ୍ତି। ଏ ନେଇ ତାଙ୍କ ସହ ସଂସ୍ଥାର କର୍ମଚାରୀ ଗଣ୍ଡଗୋଳ କରିଥିବା ରବିବାର ବଲାଣୀ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଘଟଣାରେ ତୁରନ୍ତ ପଦକ୍ଷେପ ନେବା ସହ ଓଡ଼ିଆ ଭାଷାର ସୁରକ୍ଷା ଦେବାକୁ ପୋଲିସ ନିକଟରେ ନିବେଦନ କରିଛନ୍ତି। ବଲାଣୀ ଥାନା ଅଧିକାରୀ ବିଦେଶୀ ବାଗ କହିଛନ୍ତି, ଗଣ୍ଡଗୋଳକୁ ନେଇ ପୃଥକ୍‌ ଅଭିଯୋଗ ମିଳିଛି। ଉଭୟ ପକ୍ଷଙ୍କୁ ଡାକି ପଚରାଉଚରା କରାଯାଉଛି। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?