ରତ୍ନଭଣ୍ଡାର ପ୍ରସଙ୍ଗକୁ ଅଣଦେଖା

ପୁରୀ ଅଫିସ,୭।୮ : ନୀଳାଦ୍ରି ଭକ୍ତନିବାସରେ ଶନିବାର ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଚଳିତ ବର୍ଷର ରଥଯାତ୍ରା ଓ ସ୍ନାନଯାତ୍ରା କାର୍ଯ୍ୟକ୍ରମର ସମୀକ୍ଷା କରାଯାଇଛି। ଏଥିସହ ଆଦର୍ଶ ଗୁରୁକୁଳ, ସେବକ ବାସଗୃହ ନିର୍ମାଣ ସମେତ ଶ୍ରୀମନ୍ଦିର ଗର୍ଭଗୃହରୁ ପ୍ଲାଷ୍ଟର ଖସିଥିବା ପ୍ରସଙ୍ଗ ନେଇ ଆଲୋଚନା ହୋଇଛି। ତେବେ ୟୁନିଫାଏଡ୍‌ ପଲିସି ଓ ରତ୍ନଭଣ୍ଡାର ମରାମତି ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ଅଣଦେଖା କରାଯାଇଛି।
ଆସନ୍ତା ବର୍ଷ କିଭଳିି ସ୍ନାନଯାତ୍ରା ଓ ରଥଯାତ୍ରାକୁ ଆହୁରି ସୁବ୍ୟବସ୍ଥିତ ଓ ସୁପରିଚାଳିତ କରାଯାଇପାରିବ ସେନେଇ ପ୍ରସ୍ତାବ ଆଗତ ହୋଇଛି। ଆସନ୍ତା ବର୍ଷ କେବଳ ନୀତି ସମ୍ପୃକ୍ତ ସେବାୟତମାନେ ରଥରେ ଚଢିବେ ବୋଲି ନିଷ୍ପତ୍ତି ନିଆଯାଇଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ କହିଛନ୍ତି।
ସେହିଭଳି ଲ୍ୟାଣ୍ଡ୍‌ ସବ୍‌କମିଟି ବୈଠକରେ ହୋଇଥିବା ନିଷ୍ପତ୍ତି ପାରିତ କରାଯାଇଛି। ଅତିଥି ଭବନ ବୁକିଂ ପାଇଁ ଅନ୍‌ଲାଇନରେ ରେଜିଷ୍ଟ୍ରେଶନ ପ୍ରକ୍ରିୟାରେ ଏଚ୍‌ଡିଏଫ୍‌ସି ବ୍ୟାଙ୍କକୁ ପାର୍ଟନର ଭାବେ ଗ୍ରହଣ କରାଯିବ। ଏନେଇ ପରିଚାଳନା କମିଟିରେ ଅନୁମୋଦନ ମିଳିଥିବାବେଳେ ରାଜିନାମା ସ୍ବାକ୍ଷର କରାଯିବ। ଅନଲାଇନରେ ବୁକିଂ ବ୍ୟବସ୍ଥାକୁ ଦୃଢ଼ କରିବାକୁ ଚେଷ୍ଟା କରାଯାଇଥିବା ମୁଖ୍ୟ ପ୍ରଶାସକ କହିଛନ୍ତି। ଶ୍ରୀଗୁଣ୍ଡିଚା ମନ୍ଦିର ଖୋଲିବା ପ୍ରସଙ୍ଗରେ ମଧ୍ୟ ଆଲୋଚନା ହୋଇଛି। ରତ୍ନସିଂହାସନ ଓ ରୋଷଘର ବ୍ୟାରିକେଡିଂ କରାଯାଇ ଶ୍ରୀଗୁଣ୍ଡିଚା ମନ୍ଦିର ଖୋଲାଯିବ। ତେବେ ଭକ୍ତମାନେ ରତ୍ନସିଂହାସନ ଛୁଇଁପାରିବେ ନାହିଁ କି ରୋଷଘରେ ପ୍ରବେଶ କରି ପାରିବେ ନାହିଁ। ମାତ୍ର ଅନ୍ୟ ସମସ୍ତ ସ୍ଥାନ ବୁଲିପାରିବେ ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି। ସେହିପରି ଏଏସ୍‌ଆଇ ସୁପରିଣ୍ଡେଣ୍ଡେଣ୍ଟ ଅରୁଣ ମଲ୍ଲିକ ବୈଠକରେ ଯୋଗଦେଇଥିଲେ। ଆଦର୍‌ରତା କାରଣରୁ ଶ୍ରୀମନ୍ଦିର ଗର୍ଭଗୃହରୁ ପ୍ଲାଷ୍ଟର ଖସିନାହିଁ। ଠିକ ଭାବେ ଯାଞ୍ଚ କରିବା ପରେ ପ୍ରକୃତ କାରଣ ଜଣାପଡ଼ିବ। ଆସନ୍ତା ରଥଯାତ୍ରାରେ ପ୍ଲାଷ୍ଟର ଖସିଥିବା ସ୍ଥାନ ମରାମତି ହେବ ବୋଲି ଏଏସ୍‌ଆଇ ପକ୍ଷରୁ ସ୍ପଷ୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri