କଟକଣାକୁ ବେଖାତିର: କିମ୍‌ ପୁଣି କଲେ କ୍ଷେପଣାସ୍ତ୍ର ପରୀକ୍ଷା, ଜାପାନ-ଦକ୍ଷିଣ କୋରିଆ ପକ୍ଷରୁ ସତର୍କ ସୂଚନା ଜାରି…

ପ୍ୟୋଙ୍ଗୟାଙ୍ଗ,୧୮।୧୨ : ସୋମବାର ସକାଳେ ଉତ୍ତର କୋରିଆ ପୂର୍ବ ସାଗର ଆଡକୁ ଏକ ବାଲିଷ୍ଟିକ କ୍ଷେପଣାସ୍ତ୍ର ନିକ୍ଷେପ କରିଛି। ଦକ୍ଷିଣ କୋରିଆର ଜୋନ୍ହାପ ନ୍ୟୁଜ ଏଜେନ୍ସି ଦକ୍ଷିଣ କୋରିଆ ସେନା ପକ୍ଷରୁ ଏହା ନିଶ୍ଚିତ କରିଛି। ସୂଚନାଯୋଗ୍ୟ ଉତ୍ତର କୋରିଆ ଏକ ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ପରୀକ୍ଷା କରିଥିବା ଜଣାପଡିଛି। ଉତ୍ତର କୋରିଆ ଦ୍ୱାରା ନିକ୍ଷେପ କରାଯାଉଥିବା ଏହି ମିସାଇଲ ଏକ ଆନ୍ତଃମହାଦେଶୀୟ ବାଲିଷ୍ଟିକ କ୍ଷେପଣାସ୍ତ୍ର ବୋଲି କୁହାଯାଉଛି।

କଟକଣାକୁ ବେଖାତିର କରି ଏକ ଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ ପୁଣି ଆଣବିକ କ୍ଷେପଣାସ୍ତ୍ର ପରୀକ୍ଷା କରିଛନ୍ତି। ଜାପାନର ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ୱାରା ଏହି ଘଟଣାରେ ଏକ ପୋଷ୍ଟ ମଧ୍ୟ କରାଯାଇଛି। ଏଥିରେ କୁହାଯାଇଛି ଉତ୍ତର କୋରିଆ ଏକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଉତକ୍ଷେପଣ କରିଛି। ଜାପାନର ଯୁଗ୍ମ ମୁଖ୍ୟ କହିଛନ୍ତି ଆମେ ଉତକ୍ଷେପଣକୁ ଚିହ୍ନଟ କରିଛି। ତଥାପି, ଅଧିକ ବିବରଣୀ ଦେବାକୁ ସେ ମନା କରିଦେଇଛନ୍ତି। ଉତ୍ତର କୋରିଆ ସ୍ଥାନୀୟ ସମୟ ରାତି ପ୍ରାୟ ୧୦ଟା ୩୮ ସମୟରେ ଏକ ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ନିକ୍ଷେପ କରିଥିଲା ଏବଂ ଏହା ୫୭୦ କିଲୋମିଟର ଦୂରତା ମଧ୍ୟ ଦେଇ ପୂର୍ବ ସାଗରରେ ପଡିଥିଲା। ଏନେଇ ଜାପାନ-ଦକ୍ଷିଣ କୋରିଆ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଉତ୍ତର କୋରିଆ ଦ୍ୱାରା ଗୋଟିଏ ପରେ ଗୋଟିଏ କ୍ଷେପଣାସ୍ତ୍ର ନିକ୍ଷେପ କରିବାର ଏହି ଅଭ୍ୟାସ ନେଇ ଦକ୍ଷିଣ କୋରିଆର ଡେପୁଟି ନ୍ୟାଶନାଲ ସିକ୍ୟୁରିଟି ପରାମର୍ଶଦାତାକହିଛନ୍ତି ଉତ୍ତର କୋରିଆ ଚଳିତ ମାସରେ ଏକ ଇଣ୍ଟରକଣ୍ଟିନେଣ୍ଟାଲ ବାଲିଷ୍ଟିକ କ୍ଷେପଣାସ୍ତ୍ର (ଆଇସିବିଏମ) କ୍ଷେପଣାସ୍ତ୍ର ପରୀକ୍ଷା କରିବ।

ଉତ୍ତର କୋରିଆର ଏହି ଶକ୍ତି ପ୍ରଦର୍ଶନ ମଧ୍ୟ ଆମେରିକା ଏବଂ ଦକ୍ଷିଣ କୋରିଆ ପାଇଁ ଏକ ଚେତାବନୀ ଭାବରେ ଦେଖାଯାଉଛି, ଯେଉଁମାନେ ପରମାଣୁ ଯୋଜନା ପ୍ରସ୍ତୁତ କରିବା ବିଷୟରେ ନିକଟରେ ଆଲୋଚନା କରିଛନ୍ତି। କିଛି ଦିନ ପୂର୍ବରୁ ଦକ୍ଷିଣ କୋରିଆ ଏବଂ ଆମେରିକାର ସୈନ୍ୟମାନେ ମଧ୍ୟ ମିଳିତ ସମାରାଭ୍ୟାସରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri