ଅବହେଳିତ ହେଉଛନ୍ତି ଶିକ୍ଷିତ କରଣ ପିଲା

ଢେଙ୍କାନାଳ,୨୧ା୧୦(ରତନ ନାୟାର): ଢେଙ୍କାନାଳ ସହର ଗୋପୀନାଥ ଗାର୍ଡେନ୍‌ ଠାରେ ଶ୍ରୀକରଣ ସମାଜର ବାର୍ଷିକ ଅଧିବେଶନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବୟୋଜ୍ୟେଷ୍ଠ ସଭ୍ୟ ଡା. ଉମେଶ ଚନ୍ଦ୍ର ପଟ୍ଟନାୟକ ଏଥିରେ ଅଧ୍ୟକ୍ଷତା କରିଥିଲେ। ପ୍ରାରମ୍ଭରେ ପ୍ରତିଷ୍ଠାତା ସଭ୍ୟ ସ୍ବର୍ଗତ ଶୁଭ୍ରାଂଶୁ କୁମାର ପଟ୍ଟନାୟକଙ୍କ ବିୟୋଗରେ ନୀରବ ପ୍ରାର୍ଥନା କରାଯାଇଥିଲା। ଶ୍ରୀକରଣ ସମାଜ ସମ୍ପାଦକ ବସନ୍ତ କୁମାର ପଟ୍ଟନାୟକଙ୍କ ପରାମର୍ଶ କ୍ରମେ ସଭା ସଞ୍ଚାଳକ ଲୁଲୁ ପଟ୍ଟନାୟକ ଗତ ବାର୍ଷିକ ଅଧିବେଶନର ବିବରଣୀ ପଠନ କରିଥିଲେ। ଉପଦେଷ୍ଟା ଦୀପ୍ତିଶ ପ୍ରସାଦ ପଟ୍ଟନାୟକ, ସମ୍ପାଦକ ବସନ୍ତ କୁମାର ପଟ୍ଟନାୟକ, କାର୍ଯ୍ୟକାରୀ ସଭାପତି ସଙ୍କଟ ଭଞ୍ଜନ ପଟ୍ଟନାୟକ ଓ ଅକ୍ଷୟ କୁମାର ପଟ୍ଟନାୟକ, ନିର୍ମଳଚନ୍ଦ୍ର ଦାସ ପ୍ରମୁଖ ଉପସ୍ଥିତ ରହି ଶ୍ରୀକରଣ ସମାଜର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ। ସରକାରଙ୍କ ସଂରକ୍ଷଣ ନୀତି ଯୋଗୁ କିପରି ଶିକ୍ଷିତ କରଣ ପିଲାମାନେ ଅବହେଳିତ ହେଉଛନ୍ତି ଏବଂ ଅପାରଗ ପିଲାମାନେ ସଂରକ୍ଷଣର ଫାଇଦା ନେଉଛନ୍ତି ସେ ସମ୍ବନ୍ଧରେ ଲୁଲୁ ପଟ୍ଟନାୟକ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏହାପରେ ଢେଙ୍କାନାଳ କରଣମାନଙ୍କ ବଂଶାନୁଚରିତ ତଥା ଫଟୋ ସମ୍ବଳିତ ଏକ ପୁସ୍ତିକା ପ୍ରକାଶନ ପାଇଁ ସଭାରେ ନିଷ୍ପତ୍ତି ନିଆଯାଇଥିଲା। ପରେ ନୂତନ କର୍ମକର୍ତ୍ତା ଚୟନ କରାଯାଇଥିଲା। ଉପଦେଷ୍ଟା ଭାବେ ଦୀପ୍ତିଶ ପ୍ରସାଦ ପଟ୍ଟନାୟକ, ସଭାପତି ସଙ୍କଟ ଭଞ୍ଜନ ପଟ୍ଟନାୟକ, ଉପସଭାପତି ଭାବେ ଦୀପ୍ତିମୟ ପଟ୍ଟନାୟକ, ଦିଗନ୍ତଜ୍ୟୋତି ପଟ୍ଟନାୟକ ଓ ସତ୍ୟଜିତ୍‌ ପଟ୍ଟନାୟକ, ସମ୍ପାଦକ ଭାବେ ବସନ୍ତ କୁମାର ପଟ୍ଟନାୟକ, କାର୍ଯ୍ୟ ନିର୍ବାହୀ ସମ୍ପାଦକ ଅବିନାଶ ପଟ୍ଟନାୟକ, ଯୁଗ୍ମ ସମ୍ପାଦକ ଆଶୁତୋଷ ପଟ୍ଟନାୟକ ଓ ଅଶ୍ୱିନୀ କୁମାର ପଟ୍ଟନାୟକ, କୋଷାଧ୍ୟକ୍ଷ ଅଶୋକ କୁମାର ପଟ୍ଟନାୟକ, କାର୍ଯ୍ୟକାରୀ ସଭ୍ୟ ଭାବେ ରଞ୍ଜନ କୁମାର ପଟ୍ଟନାୟକ, ପାର୍ଥସାରଥି ପଟ୍ଟନାୟକ, ଅଜାତଶତ୍ରୁ ପଟ୍ଟନାୟକ, ଶାନ୍ତନୁ କୁମାର କାନୁନ୍‌ଗୋ, ସନ୍ଦୀପ କୁମାର ପଟ୍ଟନାୟକ ପ୍ରମୁଖଙ୍କୁ ଦାୟିତ୍ୱ ଦିଆଯାଇଥିଲା। ଦାମୋଦର ପଟ୍ଟନାୟକ, ପ୍ରସନ୍ନ ପଟ୍ଟନାୟକ, ନିରଞ୍ଜନ ପଟ୍ଟନାୟକ, ହେମନ୍ତ ପଟ୍ଟନାୟକ, ନିରୋଦ ପଟ୍ଟନାୟକ, ନିଖିଲ ମହାନ୍ତି, ଶରତ ପଟ୍ଟନାୟକ, ସୁଶୀଲ ପଟ୍ଟନାୟକ, ନଚିକେତା ପଟ୍ଟନାୟକ, ବାଣେଶ୍ୱର ପଟ୍ଟନାୟକ, ସୁଧୀର ପଟ୍ଟନାୟକ, ଚିତ୍ତରଞ୍ଜନ ପଟ୍ଟନାୟକ, ଯଶୋବନ୍ତ ପଟ୍ଟନାୟକ, ଅରୁଣ ମହାନ୍ତି, ଅରୁଣ ପଟ୍ଟନାୟକ, ସତ୍ୟ ନାରାୟଣ ପଟ୍ଟନାୟକଙ୍କ ସମେତ ୫୫ଜଣ ସଭ୍ୟ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବିଷ ବୋତଲ ଧରି ଧାରଣାରେ ଚାଷୀ, ଟୋକନ ନ ମିଳିଲେ ପିଇବାକୁ ଦେଲେ ଧମକ

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ହେଲେ ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଧାନବିକ୍ରି ଟୋକନ ମିଳିନାହିଁ। ଏହାକୁ…

ପୁଣି ଧକ୍କା ଦେଲା ଆମବସ୍‌, ରଙ୍ଗ୍‌ରୁଟ୍‌ରେ ଆସି ବାପ-ଝିଅଙ୍କୁ…

ଭୁବନେଶ୍ୱର,୨୭ା୬: ପୁଣି ଧକ୍କା ଦେଇଛି ଆମବସ୍‌। ପ୍ରତିଦିନ ଆମବସ୍‌ କେଉଁଠି ନା କେଉଁଠି ଦୁର୍ଘଟଣା ଘଟାଉଥିବା ଖବର ଆସୁଛି। ଶନିବାର ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱର ଅଞ୍ଚଳରେ ବାପ-ଝିଅଙ୍କୁ ଧକ୍କାଦେଇଛି…

FIFA World Cup 2026ରେ ଇତିହାସ ରଚିଲା କେପ ଭର୍ଡେ: ନକ୍‌ଆଉଟ୍‌ ପହଞ୍ଚିବାରେ ବିଶ୍ୱର ସବୁଠୁ ଛୋଟ ଦେଶ

ଫିଲାଡେଲଫିଆ,୨୭।୬:୨୦୨୬ ଫିଫା ବିଶ୍ୱକପ୍‌ରେ ରାଉଣ୍ଡ ଅଫ ୩୨ ପୂର୍ବରୁ କେପ ଭର୍ଡେ ଏକ ଚମତ୍କାର ପ୍ରଦର୍ଶନ ସହିତ ଇତିହାସ ରଚିଛି। ପ୍ରାୟ ୫୫୦,୦୦୦ ଜନସଂଖ୍ୟା ବିଶିଷ୍ଟ ଆଫ୍ରିକାର…

ଆଧାର କାର୍ଡ଼ ଦେଖାଇଲେ ମିଳିବ କି ଫ୍ରି ଏସି? ଜାଣନ୍ତୁ ସତ…

ନୂଆଦିଲ୍ଲୀ,୨୭।୬: ଆଜିକାଲି ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗରିକଙ୍କ ପାଇଁ “ମାଗଣା ଏସି ଯୋଜନା”…

ଘର ଛାଡ଼ିଦେବେ ସଲମାନ: ଜାଣନ୍ତୁ କାହିଁକି

ବଲିଉଡ ସୁପରଷ୍ଟାର ସଲମାନ ଖାନ ତାଙ୍କ ଫିଲ୍ମକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ଯଦିଓ ‘ସିକନ୍ଦର’ ପରଠାରୁ ତାଙ୍କର କୌଣସି ଫିଲ୍ମ ରିଲିଜ ହୋଇନାହିଁ, କିନ୍ତୁ ସେ…

ଚନ୍ଦ୍ରିକା ମୃତ୍ୟୁ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ; OTAS ଅଧିକାରୀ ଭୀମସେନ ଟୁଡୁ ଚାକିରିରୁ ବହିଷ୍କୃତ

ଭୁବନେଶ୍ୱର, ୨୭।୬:  ବହୁ ଚର୍ଚ୍ଚିତ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ରାଜ୍ୟ ସରକାର ପକ୍ଷରୁ ବଡ଼ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। OTAS (Odisha Tahasildar Administrative Service) ଅଧିକାରୀ…

ସ୍ୱାମୀ-ସ୍ତ୍ରୀ କଳହର କରୁଣ ପରିଣତି: ଭଉଣୀ ବାହାଘର ପୂର୍ବରୁ ପଡ଼ୋଶୀ ଯୁବକଙ୍କୁ ନିର୍ମମ ହତ୍ୟା, କାନ୍ଦବୋବାଳିରେ…

ସୁନ୍ଦରଗଡ଼, ୨୭।୬( ଜୟ ନାରାୟଣ ମେଣ୍ଡୁଳି): ଭଉଣୀର ବିବାହକୁ ମାତ୍ର କିଛି ଦିନ ବାକି ଥିବାବେଳେ ଚାଲିଗଲା ଭାଇର ଜୀବନ। ସୁନ୍ଦରଗଡ଼ ଜିଲା ତଲସରା ଥାନା ଅନ୍ତର୍ଗତ…

ଓଡ଼ିଶା ପୋଲିସକୁ ମିଳିବ ‘ପ୍ରେସିଡେଣ୍ଟସ୍୩ କଲର:  ଜୁଲାଇ ୫ରେ ଗୃହମନ୍ତ୍ରୀ ଅମିତ ଶାହ ପ୍ରଦାନ କରିବେ ସମ୍ମାନ

ଭୁବନେଶ୍ୱର, ୨୭।୬: ଓଡ଼ିଶା ପୋଲିସ ପାଇଁ ଏକ ଗୌରବମୟ ମୁହୂର୍ତ୍ତ ଆସିବାକୁ ଯାଉଛି। ଦେଶର ଅନ୍ୟତମ ସର୍ବୋଚ୍ଚ ପୋଲିସ ସମ୍ମାନ ‘ପ୍ରେସିଡେଣ୍ଟସ୍ କଲର’ (President’s Colour) ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri