ଯୋଗ୍ୟ ହିତାଧିକାରୀଙ୍କୁ ଅଣଦେଖା

ଖଣ୍ଡପଡ଼ା,୨।୭(ଅଜୟ କୁମାର ମହାରଣା)କେନ୍ଦ୍ର ହେଉ ଅବା ରାଜ୍ୟ ସରକାର ବିଭିନ୍ନ ଯୋଜନାମାନ ପ୍ରସ୍ତୁତ କରି ବିକାଶର ପ୍ରଚାର କରୁଥିବା ବେଳେ ତାହା ପ୍ରକୃତପକ୍ଷେ ତୃଣମୂଳସ୍ତରରେ କିପରି କାର୍ଯ୍ୟକାରୀ ହେଉଛି ସେଥିପ୍ରତି ପ୍ରଶାସନିକ ଅଧିକାରୀମାନେ ଦୃଷ୍ଟି ଦେଉ ନ ଥିବା ଅଭିଯୋଗ ହେଉଛି ା ଦାରିଦ୍ର୍ୟର ସୀମାରେଖା ତଳେ ବାସ କରୁଥିବା ଜନସାଧାରଣଙ୍କୁ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବାସଗୃହ ଯୋଗାଇ ଦେଉଛନ୍ତି ା ମାତ୍ର ତୃଣମୂଳସ୍ତରରେ ଏହି ଯୋଜନାର ସୁଫଳ ରୁପାୟନ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ା ପଞ୍ଚାୟତ ଜନ ପ୍ରତିନିଧିଙ୍କ ଆନ୍ତରିକତାର ଅଭାବ ହେଉ ଅବା ପ୍ରଶାସନିକ ଅଧିକାରୀମାନଙ୍କ ଅର୍ଥ ଉପାର୍ଜନ ଉଦ୍ଦେଶ୍ୟ ଯୋଗୁ ବହୁ ଗରିବ ଜନସାଧାରଣ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବାସଗୃହ ଖଣ୍ଡେ ପାଇବାରୁ ବଞ୍ଚତ୍ତ ହୋଇ ଦୁର୍ଦ୍ଦିନରେ ଦିନ କାଟୁଥିବା ଅଭିଯୋଗ ହୋଇଛି ା
ସୂଚନା ଅନୁଯାୟୀ, ଖଣ୍ଡପଡ଼ା ବ୍ଳକ ଖଳିସାହି ପଞ୍ଚାୟତ ଅଧୀନ ବରଡାବାରୀ ଗ୍ରାମର ସେବତୀ ନାଏକ ଜଣେ ଗରିବ ଶ୍ରେଣୀର ବ୍ୟକ୍ତି ଅଟନ୍ତି ା ଅଭାବ ଅନଟନରେ ୫ ପ୍ରାଣୀ କୁଟୁମ୍ବଙ୍କୁ ଧରି ସେବତୀ କର୍ମକୁ ଆଦରି ଏକ ନୂଆଣିଆଁ ଚାଳ ଛପର ଘରେ ରହିଛନ୍ତି ା ପ୍ରତିବର୍ଷ ଘରର ଚାଳ ଛପର କରିବା ପାଇଁ ଅର୍ଥର ଅଭାବ ହେତୁ ଚାଳ ଛପର ଉପରେ ଏକ ପଲିଥିନ ପକାଇ ସେବତୀଙ୍କ ପରିବାର ବାସ କରୁଛନ୍ତି ା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବାସଗୃହ ପାଇବା ନିମନ୍ତେ ସେବତୀଙ୍କ ନାମ ହିତାଧିକାରୀ ତାଲିକାରେ ଗତ ୪ ବର୍ଷ ଧରି ଗଡୁଥିବା ବେଳେ ଚଳିତ ବର୍ଷ ପ୍ରଶାସନ ପକ୍ଷରୁ ପ୍ରସ୍ତୁତ ଆବାସ ଯୋଜନା ହିତାଧିକାରୀ ତାଲିକାରୁ ତାଙ୍କ ନାମ ବାଦ ଦିଆଯାଇଛି। ଏ ନେଇ ସେ ଅସନ୍ତୋଷ ପ୍ରକାଶ କରିଛନ୍ତି ା ଏ ସମ୍ପର୍କରେ ସେ ଖଣ୍ଡପଡ଼ା ବିଡିଓଙ୍କୁ ଲିଖିତ ଭାବେ ଜଣାଇଛନ୍ତି ା ସରପଞ୍ଚ ଫକୀର ଚରଣ ଦାସଙ୍କ ସହ ଯୋଗାଯୋଗ କରିବାରେ ଆବାସ ଯୋଜନା ପାଇଁ ୮୪ ହିତାଧିକାରୀଙ୍କ ଟାର୍ଗେଟ ରହିଥିବା ବେଳେ ମାତ୍ର ୫୫ ଜଣ ହିତାଧିକାରୀଙ୍କ ତାଲିକା ପ୍ରସ୍ତୁତ ହୋଇଛି ା ସେବତୀଙ୍କ ଦୟନୀୟ ଅବସ୍ଥା ସମ୍ପର୍କରେ ସରପଞ୍ଚ ଦାସ ବ୍ଲକ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିବା ବେଳେ ଏ ଦିଗରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବାକୁ ବିଡିଓ ସୂଚନା ଦେଇଥିବା ସେ କହିଛନ୍ତି ା ଏଥିପ୍ରତି ଜିଲା ପ୍ରଶାସନ ଦୃଷ୍ଟିଦେଇ ଅଭିଯୋଗର ତଦନ୍ତ କରିବାକୁ ସାଧାରଣରେ ଦାବି ହେଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?