ଇଥାନଲ ପ୍ଲାଣ୍ଟରେ ସ୍ଥାନୀୟ ନିଯୁକ୍ତିକୁ ଅଣଦେଖା:ଆନ୍ଦୋଳନ ପାଇଁ ବିରୋଧୀଙ୍କ ସଜବାଜ

ବରଗଡ଼,୨୪।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଉଲସିଂହାଠାରେ ନିର୍ମାଣାଧୀନ ଇଥାନଲ ପ୍ଲାଣ୍ଟରେ ସ୍ଥାନୀୟ ନିଯୁକ୍ତିକୁ ଅଣଦେଖା କରାଯାଉଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଆନ୍ଦୋଳନ ତେଜି ଉଠିଛି। ଗୁରୁବାର ସ୍ଥାନୀୟ କୋଶଲ ଛାତ୍ର ୟୁନିୟନ ଉକ୍ତ ପ୍ଲାଣ୍ଟରେ ସ୍ଥାନୀୟ ନିଯୁକ୍ତିକୁ ଅଣଦେଖାର ଦୃଢ଼ ପ୍ରତିବାଦ କରିଥିଲା। କୋଶଲ ଛାତ୍ର ୟୁନିୟନର ପ୍ରତିନିଧିମାନେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ପ୍ଲାଣ୍ଟର ମୁଖ୍ୟ ଫାଟକ ସମ୍ମୁଖରେ ଧାରଣାରେ ବସିଥିଲେ। ସ୍ଥାନୀୟ ଶ୍ରମିକମାନେ ମଧ୍ୟ ସେଥିରେ ସାମିଲ ହୋଇଥିଲେ। ଆନ୍ଦୋଳନ ଯୋଗୁ ଉକ୍ତ ପ୍ଲାଣ୍ଟରେ ସକାଳ ୮ଟାରୁ ପୂର୍ବାହ୍ନ ୧୦ଟା ଯାଏ ଦୀର୍ଘ ୨ଘଣ୍ଟା ଧରି ଉତ୍ତେଜନାମୂଳକ ପରିସ୍ଥିତି ଉପୁଜିଥିଲା। ଏହି ସମୟ ଅବଧିରେ ପ୍ଲାଣ୍ଟରେ ଅଶାନ୍ତ ପରିବେଶ ସୃଷ୍ଟି ହୋଇଥିଲା। ପରେ ପ୍ଲାଣ୍ଟ କର୍ତ୍ତୃପକ୍ଷ ଆନ୍ଦୋଳନକାରୀଙ୍କ ସହିତ ଆଲୋଚନା କରି ସେମାନଙ୍କ ଦାବି ଉପରେ ବିହିତ ପଦକ୍ଷେପ ନିଆଯିବ ବୋଲି ନିର୍ଭର ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ପ୍ଲାଣ୍ଟରେ କାର୍ଯ୍ୟ ସ୍ବାଭାବିକଭାବେ ଚାଲିଥିଲା। ଅନ୍ୟପଟେ ସ୍ଥାନୀୟ ନିଯୁକ୍ତି ନେଇ ଉକ୍ତ ପ୍ଲାଣ୍ଟ କର୍ତ୍ତୃପକ୍ଷଙ୍କ ଅଣଦେଖା ମନୋଭାବ ଯୋଗୁ ଜିଲାର ଅନେକ ସାମାଜିକ ଅନୁଷ୍ଠାନ ଏବଂ ବିଭିନ୍ନ ରାଜନୈତିକ ଦଳ ଆନ୍ଦୋଳନକୁ ଓହ୍ଲାଇବାକୁ ସଜବାଜ ହେଉଥିବା ସୂଚନା ମିଳିଛି।
ସୂଚନା ଅନୁଯାୟୀ, ବରଗଡ଼ ଜିଲାରେ ଏକ ଇଥାନଲ ପ୍ଲାଣ୍ଟ ହେବା ନେଇ ଗତ ୨୦୧୯ ସାଧାରଣ ନିର୍ବାଚନ ପରେ ତତ୍କାଳୀନ ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ ପ୍ରଧାନ ସୂଚନା ଦେଇଥିଲେ। ତାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟ ଉତ୍ସାହତ ଥିଲୋ। ସ୍ଥାନୀୟ ଲୋକେ ନିଯୁକ୍ତି ପାଇବା ସହିତ ଜିଲାର ଚାଷୀମାନେ ପ୍ଲାଣ୍ଟକୁ ଧାନ ଫସଲର ନଡ଼ା ପ୍ରଦାନ କରି ଲାଭାନ୍ବିତ ହେବେ ବୋଲି ଅଶା କରାଯାଇଥିଲା। ୨୦୨୨ରୁ ଭାରତୀୟ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ୍‌(ବିପିସିଏଲ୍‌) ପକ୍ଷରୁ ବାଉଲସିଂହାଠାରେ ଉକ୍ତ ପ୍ଲାଣ୍ଟ ନିର୍ମାଣ କାର୍ଯ୍ୟ ଚାଲିଛି। ଆଉ କିଛିମାସ ପରେ ଏହାର ଶୁଭାରମ୍ଭ ହେବ। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ରାଜଅତିଥିଭାବେ ଯୋଗଦେବା ପରେ ଏହି ସୂଚନା ଦେଇ ସାରିଛନ୍ତି। ବରଗଡ଼ରେ ଉକ୍ତ ଇଥାନଲ ପ୍ଲାଣ୍ଟ ରହିଥିବାବେଳେ ଏହି ପ୍ଲାଣ୍ଟର ବିଭିନ୍ନ ପଦବୀ ପାଇଁ ଗତ କିଛିଦିନ ତଳେ ଝାରଖଣ୍ଡ ରାଜ୍ୟରେ ନିଯୁକ୍ତି ପ୍ରକ୍ରିୟା ହୋଇଥିଲା। ଏହି ସୂଚନା ପାଇବା ପରେ ଜିଲାରେ ଅସନ୍ତୋଷ ବଢ଼ି ଚାଲିଛି। ଏହି ସୂଚନା ପାଇ ପ୍ଲାଣ୍ଟ ପକ୍ଷରୁ ହାତଗଣତି କିଛି ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାକୁ ନେଇ ଆନ୍ଦୋଳନର ଦାନା ବାନ୍ଧି ବସିଛି। ବୁଧବାର ଏହି କ୍ରମରେ କୋଶଲ ଛାତ୍ର ୟୁନିୟନ ନେତୃତ୍ୱରେ ଶତାଧିକ ତାଲିମପ୍ରାପ୍ତ ଯୁବକ ଜିଲାପାଳଙ୍କୁ ଫେରାଦ ହୋଇ ସ୍ମାରକପତ୍ର ପ୍ରଦାନ କରିଥିଲେ। ଅନୁରୂପଭାବେ ଆମ ଆଦମୀ ପାର୍ଟି ମଧ୍ୟ ପ୍ଲାଣ୍ଟର ନିଯୁକ୍ତି ପ୍ରକ୍ରିୟାକୁ ସନ୍ଦେହ କରି ଏଥିରେ ସିଧାସଳଖ ଭାଜପା ନେତୃତ୍ୱାଧୀନ ରାଜ୍ୟ, କେନ୍ଦ୍ର ସରକାରଙ୍କୁ ଦାୟୀ କରିଥିଲା।
ଅନ୍ୟପଟେ ଗୁରୁବାର କୋଶଲ ଛାତ୍ର ୟୁନିୟନ ନେତୃତ୍ୱରେ ପ୍ଲାଣ୍ଟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ପ୍ଲାଣ୍ଟରେ କାର୍ଯ୍ୟରତ ଶ୍ରମିକ ଏବଂ ବିଭିନ୍ନ ପଦବୀ ପାଇଁ ପ୍ଲାଣ୍ଟ କର୍ତ୍ତୃପକ୍ଷ ଅନୁଭବ ପ୍ରମାଣପତ୍ର(ଏକ୍ସପେରିଏନ୍ସ ସାର୍ଟିଫିକେଟ୍‌)କୁ ବାଧ୍ୟତାମୂଳକ କରିଥିବା ଯୋଗୁ ୟୁନିୟନ ତାକୁ ଦୃଢ଼ ବିରୋଧ କରିଥିଲା। ନିଯୁକ୍ତି ପ୍ରକ୍ରିୟାରେ ସ୍ବଚ୍ଛତା ଆଣିବା ସହିତ ସେଥିରେ ସ୍ଥାନୀୟ ନିଯୁକ୍ତିକୁ ପ୍ରାଥମିକତା ଦେବାକୁ ୟୁନିୟନ ଦାବି କରି ପ୍ଲାଣ୍ଟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲା। ସେ ନେଇ ନିର୍ଭର ପ୍ରତିଶୃତି ମିଳିବା ପରେ ଆନ୍ଦୋଳନ ହଟିଥିଲା। ଅନ୍ୟପଟେ ନିଯୁକ୍ତି ପ୍ରକ୍ରିୟାରେ ପ୍ଲାଣ୍ଟ କର୍ତ୍ତୃପକ୍ଷଙ୍କ ଭୂମିକାକୁ ନେଇ ବରୋଧୀ ରାଜନୈତିକ ଦଳ ଗୁଡ଼ିକ ମଧ୍ୟ ଅସନ୍ତୋଷ ପ୍ରକାଶ କରି ଆନ୍ଦୋଳନ ପାଇଁ ପ୍ରସ୍ତୁତି ଚଲାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri