ଶୁଣିଲାନି ପ୍ରଶାସନ, ରାସ୍ତା ମରାମତି କଲେ ଗ୍ରାମବାସୀ

ପାରଳାଖେମୁଣ୍ଡି,୧୨/୨ (ଗିରିଧାରୀ ପରିଛା):ଗଜପତି ଜିଲା ଏକ ଆଦିବାସୀ ଅଧ୍ୟୁଷିତ ଜିଲା। ସ୍ବାଧୀନତାର ୭୬ବର୍ଷ ପରେ ମଧ୍ୟ ଏଠି ଲୋକଙ୍କ ଗମନାଗମନ ପାଇଁ ଗୋଟିଏ ଭଲ ରାସ୍ତା ନିର୍ମାଣ କରାଯାଇ ପାରିନାହିଁ। ଅନେକଥର ନିଜ ଗାଁ ରାସ୍ତା ସମସ୍ୟା ଗୁମ୍ମା ବ୍ଲକ ପ୍ରଶାସନଠାରୁ ଆରମ୍ଭ କରି ଜିଲା ପ୍ରଶାସନକୁ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ କିଛି ଫଳପ୍ରଦ ହୋଇନାହିଁ। ତେଣୁ ନିଜ ଗାଁ ରାସ୍ତା ମରାମତି ପାଇଁ ନିଜେ ଅଣ୍ଟା ଭିଡ଼ିଛନ୍ତି ଗୁମ୍ମା ବ୍ଲକର ଆବାଡ଼ା ଗ୍ରାମବାସୀ। ପ୍ରତିଦିନ ଯାତାୟାତ ପାଇଁ ନିର୍ଭର କରୁଥିବା ପାଦଚଲା ରାସ୍ତାରେ ମାଟି ପକାଇ ଭଲ ରାସ୍ତାଟିଏ ନିର୍ମାଣ କରିଛନ୍ତି ଗ୍ରାମପାସୀ। ପକ୍କାରାସ୍ତା ନିର୍ମାଣ ନ କରାଗଲେ ଆସନ୍ତା ନିର୍ବାଚନରେ ଭୋଟ ବର୍ଜନ କରିବେ ବୋଲି ଚେତାବନୀ ଦେଇଛନ୍ତି।
ଆଦିବାସୀଙ୍କ ଉନ୍ନତି ପାଇଁ ବିଭିନ୍ନ ଯୋଜନା କରିବା ସହ କୋଟି କୋଟି ଟଙ୍କା ପାଣି ଭଳି ଖର୍ଚ୍ଚ କରୁଛନ୍ତି। ହେଲେ ପ୍ରଶାସନର ଆନ୍ତରିକତା ଅଭାବ ଯୋଗୁଁ ଏହା ସଫଳ ହୋଇପାରୁନଥିବା ଅଭିଯୋଗ କରିଛନ୍ତି ଲୋକେ। ଗୁମ୍ମା ବ୍ଲକର ୧୨ଟି ଗାଁର ଲୋକ ଯେଉଁ ରାସ୍ତା ଉପରେ ନିର୍ଭର କରୁଛନ୍ତି, ବର୍ଷା ହେବା ମାତ୍ରେ ତାହା ଧୋଇଯାଉଛି। ରାସ୍ତା ଖରାପ କାରଣରୁ ଅନେକ ସମୟରେ ଆମ୍ବୁଲାନ୍ସ ପହଞ୍ଚି ପାରୁନାହିଁ। କେବଳ ସେତିକି ନୁହେଁ, ପାହାଡ଼ିଆ ଅଞ୍ଚଳରେ ରାସ୍ତା ଖରାପ କାରଣରୁ ଗମନାଗମନରେ ଅସୁବିଧା ହେବା ସହ ବିଭିନ୍ନ ସମୟରେ ଲୋକେ ଦୁର୍ଘଟଣାର ଶିକାର ହେଉଛନ୍ତି। ଏ ବିଷୟରେ ପ୍ରଶାସନକୁ ଅନେକ ଥର ଲିଖିତ ଭାବେ ଜଣାଇଥିଲେ ମଧ୍ୟ କିଛି ଫଳପ୍ରଦ ହୋଇପାରି ନାହିଁ। ଶେଷରେ ନିଜେ ଅଣ୍ଟା ଭିଡ଼ି ଗାଁ ରାସ୍ତାକୁ ସଜାଡ଼ୁଛନ୍ତି ଆବାଡ଼ା ଗ୍ରାମବାସୀ। ଏ ନେଇ ଗୁମ୍ମା ବିଡିଓ ଶରତ କୁମାର ପାତ୍ର କହିଛନ୍ତି ଯେ, ପୂର୍ବରୁ ବ୍ଲକ ପ୍ରଶାସନ ପାଖକୁ ଏ ବିଷୟରେ କୌଣସି ଅଭିଯୋଗ ଆସିନାହିଁ। ତେବେ ଏ ବିଷୟରେ ଜିଲାପାଳଙ୍କୁ ଅବଗତ କରାଇ ଯଥାଶୀଘ୍ର ରାସ୍ତା ନିର୍ମାଣର ବ୍ୟବସ୍ଥା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ଵର ଅରଡ ବଜାରରେ ଗୁଳିକାଣ୍ଡ, ଦୁଇ ଯୁବକ…

ବାଲେଶ୍ଵର,୨୪।୩( ବାଞ୍ଛାନିଧି ଦେ): ଅଶାନ୍ତ ହୋଇପଡିଛି ବାଲେଶ୍ଵର ସହର । ସହଦେଵଖୁଣ୍ଟା ଥାନା ଅନ୍ତର୍ଗତ ଅରଡ ବଜାର ଅଞ୍ଚଳରେ ପୁଣିଥରେ ଗୁଳିକାଣ୍ଡ ହୋଇଛି। ସୋମବାର ମଧ୍ୟରାତିରେ ଫୁଟିଲା…

ଦୂର ହେବ ଚିନ୍ତା! LPG-Petrol ନେଇ ଭାରତ ଆସୁଛି ଆଉ ୩ ଜାହାଜ, ପାର କଲା Strait of Hormuz

ନୂଆଦିଲ୍ଲୀ,୨୪।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମଧ୍ୟରେ ସଂଘର୍ଷ ଏବଂ ହର୍ମୁଜ ପ୍ରଣାଳୀ ବନ୍ଦ ହେବା ଯୋଗୁ ଦେଖାଦେଇଥିବା ରୋଷେଇ ଗ୍ୟାସର ଅଭାବ ପାଇଁ ଏବେ ଆଶ୍ୱସ୍ତି ଆଶା…

ଲିଙ୍କ୍ ରୋଡ୍ LIC ଅଫିସରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା….

କଟକ,୨୪।୩: କଟକ ଲିଙ୍କ୍‌ରୋଡରେ ଥିବା LIC ଅଫିସ୍‌ରେ ଅଗ୍ନିକାଣ୍ଡ । ହୁତୁ ହୁତୁ ହୋଇ ଜଳୁଛି ବିଲ୍ଡିଂ । କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହା ବର୍ତ୍ତମାନ…

ଯୁଦ୍ଧରେ ରୁଷିଆର ଏଣ୍ଟ୍ରିକୁ ନେଇ ଏମିତି କହିଲା ୟୁକ୍ରେନ, ସଭିଏଁ ଚକିତ!

କ୍ୱିଭ,୨।୪୩: ପଶ୍ଚିମ ଏସିଆରେ କ୍ରମାଗତ ଭାବରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ, ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସକି ଏକ ପ୍ରମୁଖ ଦାବି କରିଛନ୍ତି। ମଙ୍ଗଳବାର, ଜେଲେନ୍ସକି କହିଛନ୍ତି…

ମିଛ କହୁଥିଲେ ଟ୍ରମ୍ପ! ଇରାନର ଦୁଇ ଏନର୍ଜି ପ୍ଲାଣ୍ଟ ଉପରେ ଏୟାରଷ୍ଟ୍ରାଇକ…..

ନୂଆଦିଲ୍ଲୀ,୨୪।୩:ଗୋଟିଏ ପଟେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସଂଘର୍ଷର ଅନ୍ତ ହେବାର ସଙ୍କେତ ଦେଉଛନ୍ତି । ଅନ୍ୟପଟେ, ଇରାନ ଆକ୍ରମଣ ସମ୍ପର୍କରେ ଏକ ବଡ଼ ଦାବି କରିଛି…

‘ହଁ ଆମେ ଯୁଦ୍ଧ ଶେଷ କରିବୁ…’, ଆମେରିକାକୁ ଇରାନର ସିଧା ଜବାବ, ସାମ୍ନାରେ ରଖିଲା ୨ ବଡ଼ ସର୍ତ୍ତ

ତେହରାନ୍‌,୨୪।୩: ଆମେରିକା ଏବେ ଇରାନ ସହିତ ସଂଘର୍ଷ ସମାପ୍ତ କରିବାକୁ ପ୍ରସ୍ତୁତ। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ଇରାନ ଆଉ ଯୁଦ୍ଧ କରିବାକୁ…

ପାଡୁଆ ପୋଲିସକୁ ଚ୍ୟାଲେଞ୍ଜ, ବୋଲେରୋ-ବାଇକ ପରେ ଏବେ ସ୍କୁଟି ଚୋରି

ନନ୍ଦପୁର/ପାଡୁଆ,୨୪।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ଥାନା ପୋଲିସକୁ ଗାଡ଼ି ଚୋର ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି । ରବିବାର…

ହାର ମାନିବାକୁ ପ୍ରସ୍ତୁତ ନୁହେଁ ଇରାନ, କେମିତି ହେବ ଶାନ୍ତି ଆଲୋଚନା? ଟ୍ରମ୍ପଙ୍କୁ ଫୋନ ଲଗାଇଲେ ନେତାନ୍ୟାହୁ

ଓ୍ବାଶିଂଟନ,୨୪।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏକ ଉତ୍କଟ ସ୍ଥିତିରେ ପହଞ୍ଚିଛି। ଗୋଟିଏ ପଟେ, ବେଞ୍ଜାମିନ ନେତାନ୍ୟାହୁ ଜାରି ଆକ୍ରମଣ ବିଷୟରେ କହୁଛନ୍ତି, ଅନ୍ୟପଟେ ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri